Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:24 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

24 ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

24 ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତ ସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ତାରରେ ରଖିଲେ।

Gade chapit la Kopi

ଓଡିଆ ବାଇବେଲ

24 ଆହୁରି ଲୋକମାନେ ନଗର ଓ ତନ୍ମଧ୍ୟସ୍ଥିତ ସକଳ ବସ୍ତୁ ଅଗ୍ନିରେ ଦଗ୍ଧ କଲେ; କେବଳ ରୂପା ଓ ସୁନା, ପୁଣି ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଗୃହର ଭଣ୍ଡାରରେ ରଖିଲେ।

Gade chapit la Kopi

ପବିତ୍ର ବାଇବଲ

24 ଏହା ପରେ ଇସ୍ରାଏଲ ଲୋକମାନେ ସେ ସହରରେ ଅଗ୍ନି ସଂଯୋଗ କଲେ। ସେମାନେ ସହରର ସୁନା, ରୂପା, ଲୌହବସ୍ତୁ ଓ ପିତ୍ତଳ ଇତ୍ୟାଦିକୁ ଛାଡ଼ି ସମସ୍ତ ବସ୍ତୁକୁ ପୋଡ଼ି ନଷ୍ଟ କରି ଦେଲେ ଏବଂ ଏହି ବସ୍ତୁମାନଙ୍କୁ ସଦାପ୍ରଭୁଙ୍କର ଭଣ୍ତାର ଗୃହରେ ଜମା କଲେ।

Gade chapit la Kopi




ଯିହୋଶୂୟ 6:24
13 Referans Kwoze  

ପୁଣି ଯିହୋଶୂୟ ଅୟ ନଗରକୁ ଅଗ୍ନିରେ ଦଗ୍ଧ କରି ଅନନ୍ତକାଳୀନ ଢିପି ଓ ଆଜିଯାଏ ଏକ ଶୂନ୍ୟସ୍ଥାନ କଲେ।


ପୁଣି, ଯେଉଁ ଦଶ ଶୃଙ୍ଗ ଦେଖିଲ, ସେହିସବୁ ଓ ସେହି ପଶୁ, ବେଶ୍ୟାକୁ ଘୃଣା କରିବେ ଏବଂ ତାହାକୁ ଉଚ୍ଛିନ ଓ ଉଲଗ୍ନ କରିବେ ଆଉ ତାହାର ମାଂସ ଭକ୍ଷଣ କରିବେ ଓ ତାହାକୁ ଅଗ୍ନିରେ ଦଗ୍ଧ କରିବେ;


ପୁଣି ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ଆଉ ଯିରୂଶାଲମର ସମସ୍ତ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ଏନିମନ୍ତେ ଏକ ଦିନରେ ହିଁ ତାହା ପ୍ରତି ଏହି ସମସ୍ତ କ୍ଲେଶ, ଅର୍ଥାତ୍‍ ମୃତ୍ୟୁ, ଶୋକ ଓ ଦୁର୍ଭିକ୍ଷ ଘଟିବ, ଆଉ ସେ ସମ୍ପୂର୍ଣ୍ଣ ରୂପେ ଅଗ୍ନିରେ ଦଗ୍ଧ ହେବ, ଯେଣୁ ତାହାର ବିଚାରକର୍ତ୍ତା ପ୍ରଭୁ ଈଶ୍ବର ଶକ୍ତିମାନ।”


ଆଉ ତୁମ୍ଭେ ତହିଁର ଲୁଟିତ ଦ୍ରବ୍ୟସବୁ ତହିଁର ଛକ ମଧ୍ୟରେ ସଂଗ୍ରହ କରି ସେହି ନଗର ଓ ସେହି ସମସ୍ତ ଦ୍ରବ୍ୟ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବ, ପୁଣି ତାହା ଅନନ୍ତକାଳୀନ ଢିପି ହେବ; ତାହା ପୁନର୍ବାର ନିର୍ମିତ ହେବ ନାହିଁ।


ମାତ୍ର ସମୁଦାୟ ରୂପା ଓ ସୁନା, ପୁଣି ସମସ୍ତ ପିତ୍ତଳ ଓ ଲୁହାର ପାତ୍ର ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର; ତାହାସବୁ ସଦାପ୍ରଭୁଙ୍କ ଭଣ୍ଡାରକୁ ଆସିବ।”


ମାତ୍ର ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଏହି ଲୋକମାନଙ୍କର ଯେଉଁ ଯେଉଁ ନଗର ତୁମ୍ଭର ଅଧିକାର ପାଇଁ ଦିଅନ୍ତି, ତୁମ୍ଭେ ତହିଁ ମଧ୍ୟରେ ନିଃଶ୍ୱାସଧାରୀ କାହାରିକୁ ଜୀବିତ ରଖିବ ନାହିଁ।


ମାତ୍ର ଯିହୋଶୂୟ ରାହାବ ବେଶ୍ୟାକୁ ଓ ତାହାର ପିତୃପରିବାରକୁ ଓ ତାହାର ସର୍ବସ୍ୱ ଜୀବିତ ରଖିଲେ; ପୁଣି ସେ ଆଜି ପର୍ଯ୍ୟନ୍ତ ଇସ୍ରାଏଲ ମଧ୍ୟରେ ବସତି କରୁଅଛି; କାରଣ ଯିରୀହୋ ଅନ୍ୱେଷଣ କରିବା ପାଇଁ ଯିହୋଶୂୟ ଯେଉଁ ଗୁପ୍ତଚରଙ୍କୁ ପଠାଇଥିଲେ, ସେମାନଙ୍କୁ ସେ ଲୁଚାଇ ରଖିଥିଲା।


ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।


ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;


ଆଉ ଲୋକମାନେ ତହିଁର ନିବାସୀ ସମସ୍ତ ପ୍ରାଣୀଙ୍କୁ ଖଡ୍ଗଧାରରେ ଆଘାତ କରି ସମ୍ପୂର୍ଣ୍ଣ ରୂପେ ବିନାଶ କଲେ; ନିଃଶ୍ୱାସପ୍ରଶ୍ୱାସଧାରୀ କେହି ଅବଶିଷ୍ଟ ରହିଲା ନାହିଁ ଓ ସେ ହାସୋରକୁ ଅଗ୍ନିରେ ଦଗ୍ଧ କଲେ।


ତହୁଁ ସେମାନେ ଦାଉଦଙ୍କୁ ଏହା ଜ୍ଞାତ କରାନ୍ତେ, ସେ ସେମାନଙ୍କୁ ଭେଟିବା ପାଇଁ ଲୋକ ପଠାଇଲେ; କାରଣ ସେମାନେ ଅତିଶୟ ଲଜ୍ଜିତ ଥିଲେ। ପୁଣି ରାଜା କହିଲେ, “ତୁମ୍ଭମାନଙ୍କ ଦାଢ଼ି ବଢ଼ିବା ପର୍ଯ୍ୟନ୍ତ ଯିରୀହୋ ନଗରରେ ଥାଅ, ତହିଁ ଉତ୍ତାରେ ଫେରି ଆସିବ।”


ଦାଉଦ ରାଜା ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣ ଓ ପଲେଷ୍ଟୀୟଗଣ ଓ ଅମାଲେକ ପ୍ରଭୃତି ସମସ୍ତ ଗୋଷ୍ଠୀଠାରୁ ଯେଉଁ ସୁନା ଓ ରୂପା ଆଣିଥିଲେ ତହିଁ ସଙ୍ଗେ ଏହିସବୁ ହିଁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର କଲେ।


Swiv nou:

Piblisite


Piblisite