Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହା ଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏଥିରେ ଯେତେବେଳେ ସେମାନେ ମହାଶଦ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ଵନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶଦ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ଵନିରେ ଜୟଧ୍ଵନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।

Gade chapit la Kopi

ଓଡିଆ ବାଇବେଲ

5 ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହାଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।

Gade chapit la Kopi

ପବିତ୍ର ବାଇବଲ

5 ସମସ୍ତ ଯାଜକମାନେ ମେଷ ତୂରୀରେ ଦୀର୍ଘ ଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ ସେତେବେଳେ ସମସ୍ତ ଲୋକ ମହାଜୟ ଧ୍ୱନିରେ ଜୟଧ୍ୱନି କରିବେ ଏବଂ ପ୍ରାଚୀର ପଡ଼ିଯିବ ଓ ସମସ୍ତ ଲୋକମାନେ ସିଧା ନଗରକୁ ଯିବାକୁ ସକ୍ଷମ ହେବେ।”

Gade chapit la Kopi




ଯିହୋଶୂୟ 6:5
17 Referans Kwoze  

ବିଶ୍ୱାସ ଦ୍ୱାରା ଯିରୀହୋ ପ୍ରାଚୀର ସାତ ଦିନ ପର୍ଯ୍ୟନ୍ତ ଘେରିଲା ଉତ୍ତାରେ ଭୂମିସାତ୍‍ ହେଲା।


ପୁଣି, ତୂରୀ ଶବ୍ଦ କ୍ରମଶଃ ଅତିଶୟ ଉଚ୍ଚ ହୁଅନ୍ତେ, ମୋଶା କଥା କହିଲେ, ତହିଁରେ ପରମେଶ୍ୱର ଏକ ରବ ଦ୍ୱାରା ତାଙ୍କୁ ଉତ୍ତର ଦେଲେ।


ତହୁଁ ଇସ୍ରାଏଲ ଓ ଯିହୁଦାର ଲୋକମାନେ ଉଠି ଜୟଧ୍ୱନି କଲେ ଓ ଗାଥ୍‍ ନଗର ସନ୍ନିକଟ ଓ ଇକ୍ରୋଣ ଦ୍ୱାର ପର୍ଯ୍ୟନ୍ତ ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇଲେ। ତହିଁରେ ପଲେଷ୍ଟୀୟମାନଙ୍କ ହତ ଲୋକମାନେ ଶାରୟିମ୍‍ ପଥରେ ଗାଥ୍‍ ଓ ଇକ୍ରୋଣ ପର୍ଯ୍ୟନ୍ତ ପଡ଼ିଲେ।


ଏଉତ୍ତାରେ ଦାଉଦ ପ୍ରଭାତରେ ଉଠି ଜଣେ ରଖୁଆଳ ହସ୍ତରେ ମେଷପଲ ଛାଡ଼ି ଯିଶୀର ଆଜ୍ଞାନୁସାରେ ସେସବୁ ଦ୍ରବ୍ୟ ନେଇ ଗମନ କଲେ; ପୁଣି, ସୈନ୍ୟଗଣ ବାହାରି ଯୁଦ୍ଧ ନିମନ୍ତେ ମହାନାଦ କରିବା ସମୟରେ ସେ ଶଗଡ଼ବନ୍ଦି ସ୍ଥାନରେ ଉପସ୍ଥିତ ହେଲେ।


ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।


ଏରୂପେ ଲୋକମାନେ ଜୟଧ୍ୱନି କଲେ ଓ ଯାଜକମାନେ ତୂରୀ ବଜାଇଲେ; ପୁଣି ଲୋକମାନେ ତୂରୀଧ୍ୱନି ଶୁଣି ମହା ଜୟଧ୍ୱନିରେ ଜୟଧ୍ୱନି କରନ୍ତେ, ପ୍ରାଚୀର ପଡ଼ି ସମଭୂମି ହେଲା; ତେଣୁ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ନଗରକୁ ଉଠିଗଲେ ଓ ନଗର ହସ୍ତଗତ କଲେ।


ପୁଣି ଯାଜକମାନେ ସପ୍ତମ ଥର ତୂରୀ ବଜାଇବା ବେଳେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ଜୟଧ୍ୱନି କର; କାରଣ ସଦାପ୍ରଭୁ ତୁମ୍ଭମାନଙ୍କୁ ଏ ନଗର ଦେଲେ।


ତାହାର ଚତୁର୍ଦ୍ଦିଗରେ ସିଂହନାଦ କର, ସେ ଆପଣାକୁ ସମର୍ପଣ କରିଅଛନ୍ତି; ତାହାର ଗଡ଼ସକଳ ପତିତ ଓ ତାହାର ପ୍ରାଚୀରସକଳ ଉତ୍ପାଟିତ ହୋଇଅଛି; କାରଣ ଏହା ସଦାପ୍ରଭୁଙ୍କର ଦାତବ୍ୟ ପ୍ରତିଶୋଧ; ତାହାଠାରୁ ପ୍ରତିଶୋଧ ନିଅ; ସେ ଯେପରି କରିଅଛି, ସେପରି ତାହା ପ୍ରତି କର।


ଆଉ, ଯେଉଁ ମହାହତ୍ୟା ଦିନରେ ଦୁର୍ଗସବୁ ପତିତ ହେବ, ସେହି ଦିନରେ ପ୍ରତ୍ୟେକ ଉଚ୍ଚ ପର୍ବତରେ, ପ୍ରତ୍ୟେକ ଉଚ୍ଚ ଗିରିରେ ନଦୀ ଓ ଜଳସ୍ରୋତ ହେବ।


ପୁଣି, ସେ ତୁମ୍ଭର ଉଚ୍ଚ ପ୍ରାଚୀରଯୁକ୍ତ ଦୃଢ଼ ଦୁର୍ଗ ନିପାତ କରି ନତ କରିଅଛନ୍ତି ଓ ତାହା ଭୂମିସାତ୍‍ କରି ଧୂଳିରେ ମିଶାଇ ଅଛନ୍ତି।


ପୁଣି ସାତ ଜଣ ଯାଜକ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହିବେ; ଆଉ ସପ୍ତମ ଦିନ ତୁମ୍ଭେମାନେ ସାତ ଥର ନଗର ପ୍ରଦକ୍ଷିଣ କରିବ ଓ ଯାଜକମାନେ ତୂରୀ ବଜାଇବେ;


ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”


ଏଥିମଧ୍ୟରେ ଛକି ବସିବା ଲୋକମାନେ ଶୀଘ୍ର ମାଡ଼ି ଆସି ଗିବୀୟା ଆକ୍ରମଣ କଲେ; ପୁଣି ଛକି ବସିବା ଲୋକମାନେ ଆସି ଖଡ୍ଗଧାରରେ ସମସ୍ତ ନଗର ଆଘାତ କଲେ।


Swiv nou:

Piblisite


Piblisite