Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 6:6 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, “ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶଦ୍ଦକାରୀ ସାତ ତୂରୀ ବହନ୍ତୁ।

Gade chapit la Kopi

ଓଡିଆ ବାଇବେଲ

6 ତହୁଁ ନୂନର ପୁତ୍ର ଯିହୋଶୂୟ ଯାଜକମାନଙ୍କୁ ଡାକି କହିଲେ, ତୁମ୍ଭେମାନେ ନିୟମ-ସିନ୍ଦୁକ ଘେନ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସିନ୍ଦୁକର ଅଗ୍ରସର ହୋଇ ମହାଶବ୍ଦକାରୀ ସାତ ତୂରୀ ବହନ୍ତୁ।

Gade chapit la Kopi

ପବିତ୍ର ବାଇବଲ

6 ତେଣୁ ନୂନର ପୁତ୍ର ଯିହୋଶୂୟ ସମସ୍ତ ଯାଜକମାନଙ୍କୁ ଏକତ୍ରିତ କଲେ। ଯିହୋଶୂୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ପବିତ୍ର ନିୟମ-ସିନ୍ଦୁକ ଆଣ ଓ ସାତ ଜଣ ଯାଜକ ସଦାପ୍ରଭୁଙ୍କର ପବିତ୍ର ସିନ୍ଦୁକ ଆଗରେ ମେଷ ତୂରୀ ବଜାଇବେ।”

Gade chapit la Kopi




ଯିହୋଶୂୟ 6:6
11 Referans Kwoze  

କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,


ଆଉ ସାତ ଯାଜକ ମହାଶବ୍ଦକାରୀ ସାତ ତୂରୀ ଧରି ସଦାପ୍ରଭୁଙ୍କ ସିନ୍ଦୁକ ଆଗେ ଆଗେ କ୍ରମାଗତ ଗମନ କରି ତୂରୀ ବଜାଇଲେ; ସସଜ୍ଜ ଲୋକମାନେ ସେମାନଙ୍କ ଅଗ୍ରସର ହୋଇ ଚାଲିଲେ; ପୁଣି ପଶ୍ଚାଦ୍‍ବର୍ତ୍ତୀ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକ ପଛେ ପଛେ ଚାଲିଲେ, ଯାଜକମାନେ ତୂରୀ ବଜାଇ ବଜାଇ ଗମନ କଲେ।


ତେଣୁ ଯିହୋଶୂୟ ଲୋକମାନଙ୍କୁ କହିଲା ଉତ୍ତାରେ ସାତ ଜଣ ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ମହାଶବ୍ଦକାରୀ ତୂରୀ ବହି ବଜାଇ ବଜାଇ ଚାଲିଲେ ଓ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ସେମାନଙ୍କ ପଛେ ପଛେ ଚଳିଲା।


ପୁଣି ଯିହୋଶୂୟ ଯାଜକମାନଙ୍କୁ କହିଲେ, “ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କର।” ତହିଁରେ ସେମାନେ ନିୟମ-ସିନ୍ଦୁକ ଘେନି ଲୋକମାନଙ୍କ ଆଗେ ଆଗେ ଗମନ କଲେ।


ପୁଣି ସେମାନେ ଲୋକମାନଙ୍କୁ ଆଜ୍ଞା ଦେଇ କହିଲେ, “ଯେତେବେଳେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ନିୟମ-ସିନ୍ଦୁକ ଓ ତହିଁର ବାହକ ଲେବୀୟ ଯାଜକମାନଙ୍କୁ ଦେଖିବ, ସେତେବେଳେ ତୁମ୍ଭେମାନେ ଆପଣା ଆପଣା ସ୍ଥାନରୁ ଉଠି ତହିଁର ପଛେ ପଛେ ଗମନ କରିବ।


ପୁଣି, ସିନ୍ଦୁକ ବହିବା ନିମନ୍ତେ ସିନ୍ଦୁକର ଦୁଇ ପାର୍ଶ୍ୱସ୍ଥ କଡ଼ାରେ ସେହି ସାଙ୍ଗୀ ପ୍ରବେଶ କରାଇବ।


ଏଥିରେ ଯେତେବେଳେ ସେମାନେ ମହାଶବ୍ଦକାରୀ ଶିଙ୍ଗାରେ ଦୀର୍ଘଧ୍ୱନି କରିବେ ଓ ଯେତେବେଳେ ତୁମ୍ଭେମାନେ ସେହି ତୂରୀ ଶବ୍ଦ ଶୁଣିବ, ସେତେବେଳେ ସମସ୍ତ ଲୋକ ମହା ଜୟଧ୍ୱନିରେ ଜୟଧ୍ୱନି କରିବେ; ତହିଁରେ ନଗରର ପ୍ରାଚୀର ପଡ଼ି ସମଭୂମି ହେବ ଓ ଲୋକମାନେ ପ୍ରତ୍ୟେକେ ଆପଣା ଆପଣା ସମ୍ମୁଖସ୍ଥ ପଥ ଦେଇ ଉଠିଯିବେ।”


ଏଥିରେ ସେମାନେ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଅଗ୍ରସର ହୋଇ ନଗର ବେଷ୍ଟନ କର ଓ ସସଜ୍ଜ ଲୋକେ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖବର୍ତ୍ତୀ ହୋଇ ଗମନ କରନ୍ତୁ।”


ତହୁଁ ଲୋକମାନେ ଛାଉଣିକୁ ଆସନ୍ତେ, ଇସ୍ରାଏଲର ପ୍ରାଚୀନବର୍ଗ କହିଲେ, “ସଦାପ୍ରଭୁ ଆଜି ପଲେଷ୍ଟୀୟମାନଙ୍କ ସମ୍ମୁଖରେ ଆମ୍ଭମାନଙ୍କୁ କାହିଁକି ପରାସ୍ତ କଲେ? ଆସ, ଯେପରି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଆମ୍ଭମାନଙ୍କ ମଧ୍ୟକୁ ଆସି ତାହା ଆମ୍ଭମାନଙ୍କ ଶତ୍ରୁଗଣ ହସ୍ତରୁ ଆମ୍ଭମାନଙ୍କୁ ରକ୍ଷା କରିବ, ଏଥିପାଇଁ ଆମ୍ଭେମାନେ ଶୀଲୋରୁ ତାହା ଆପଣାମାନଙ୍କ ନିକଟକୁ ଆଣୁ।”


ଏଉତ୍ତାରେ ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ ଯିରୀହୋରେ ଉପସ୍ଥିତ ହେଲ; ତହିଁରେ ଯିରୀହୋ ନିବାସୀମାନେ, ପୁଣି ଇମୋରୀୟ ଓ ପରିଷୀୟ ଓ କିଣାନୀୟ ଓ ହିତ୍ତୀୟ ଓ ଗିର୍ଗାଶୀୟ ଓ ହିବ୍ବୀୟ ଓ ଯିବୂଷୀୟମାନେ ତୁମ୍ଭମାନଙ୍କ ପ୍ରତିକୂଳରେ ଯୁଦ୍ଧ କରନ୍ତେ, ଆମ୍ଭେ ତୁମ୍ଭମାନଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ କଲୁ,


Swiv nou:

Piblisite


Piblisite