Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ମାତ୍ର ଇସ୍ରାଏଲ-ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସଦ୍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ-ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ଵଳିତ ହେଲା।

Gade chapit la Kopi

ଓଡିଆ ବାଇବେଲ

1 ମାତ୍ର ଇସ୍ରାଏଲ ସନ୍ତାନଗଣ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କଲେ; କାରଣ ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁରୁ କିଛି ହରଣ କଲା; ତହିଁରେ ଇସ୍ରାଏଲ ସନ୍ତାନଗଣ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେଲା।

Gade chapit la Kopi

ପବିତ୍ର ବାଇବଲ

1 କିନ୍ତୁ ଇସ୍ରାଏଲ ଲୋକମାନେ ସଦାପ୍ରଭୁଙ୍କ ଦ୍ରବ୍ୟ ନଷ୍ଟ ସମ୍ବନ୍ଧୀୟ ଆଦେଶ ମାନିଲେ ନାହିଁ। ସେଠାରେ ଜଣେ ଯିହୁଦା ଗୋଷ୍ଠୀୟ ଲୋକ ଥିଲା, ଯାହାର ନାମ ଆଖନ୍। ସେ କର୍ମିର ପୁତ୍ର ଥିଲା ଏବଂ କର୍ମି ଜିମୀର ପୁତ୍ର ଥିଲା। ଯାହା ଧ୍ୱଂସ କରିବାର ଥିଲା, ସେଥିରୁ କିଛି ଆଖନ୍ ରଖିଥିଲା। ଯେଉଁଥିପାଇଁ ସଦାପ୍ରଭୁ ଇସ୍ରାଏଲ ଲୋକମାନଙ୍କ ଉପରେ କ୍ରୋଧିତ ହେଲେ।

Gade chapit la Kopi




ଯିହୋଶୂୟ 7:1
19 Referans Kwoze  

ସେରହର ପୁତ୍ର ଆଖନ୍‍ ବର୍ଜିତ ବସ୍ତୁ ବିଷୟରେ ସତ୍ୟ-ଲଙ୍ଘନ କରନ୍ତେ, ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କି କ୍ରୋଧ ପଡ଼ିଲା ନାହିଁ? ଆଉ ସେ ବ୍ୟକ୍ତି ଆପଣା ଅପରାଧରେ ଏକାକୀ ବିନଷ୍ଟ ହେଲା ନାହିଁ?’”


ଯୁଦ୍ଧାସ୍ତ୍ର ଅପେକ୍ଷା ଜ୍ଞାନ ଉତ୍ତମ; ମାତ୍ର ଜଣେ ପାପୀ ବହୁ ମଙ୍ଗଳ ନାଶ କରେ।


ଆଉ, ପରମେଶ୍ୱର ଏହି କାର୍ଯ୍ୟରେ ଅସନ୍ତୁଷ୍ଟ ହେଲେ; ଏହେତୁ ସେ ଇସ୍ରାଏଲକୁ ଆଘାତ କଲେ।


ଯେ ଆଜି ତୁମ୍ଭେମାନେ ସଦାପ୍ରଭୁଙ୍କର ଅନୁସରଣରୁ ବିମୁଖ ହେଉଅଛ? ତୁମ୍ଭେମାନେ ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେଲେ, ସେ କାଲି ଇସ୍ରାଏଲର ସମଗ୍ର ମଣ୍ଡଳୀ ଉପରେ କ୍ରୋଧ କରିବେ।


“ସଦାପ୍ରଭୁଙ୍କ ସମଗ୍ର ମଣ୍ଡଳୀ ଏରୂପ କହନ୍ତି, ‘ଆଜି ସଦାପ୍ରଭୁଙ୍କର ବିଦ୍ରୋହୀ ହେବା ନିମନ୍ତେ ଆପଣାମାନଙ୍କ ପାଇଁ ଏକ ଯଜ୍ଞବେଦି ନିର୍ମାଣ କରି ତୁମ୍ଭେମାନେ ସଦାପ୍ରଭୁଙ୍କ ଅନୁସରଣରୁ ବିମୁଖ ହୋଇ ଇସ୍ରାଏଲର ପରମେଶ୍ୱରଙ୍କ ନିକଟରେ ଏହି ଯେ ସତ୍ୟ-ଲଙ୍ଘନ କରିଅଛ, ଏ କʼଣ?


ପୁଣି, ନାବିକମାନେ ପ୍ରତ୍ୟେକେ ଆପଣା ଆପଣା ସଙ୍ଗୀକୁ କହିଲେ, “କାହା ହେତୁରୁ ଏହି ଅମଙ୍ଗଳ ଆମ୍ଭମାନଙ୍କ ପ୍ରତି ଘଟୁଅଛି ଏହା ଜାଣିବା ନିମନ୍ତେ ଆସ, ଆମ୍ଭେମାନେ ଗୁଲିବାଣ୍ଟ କରୁ।” ତହୁଁ ସେମାନେ ଗୁଲିବାଣ୍ଟ କରନ୍ତେ, ଯୂନସଙ୍କ ନାମରେ ଗୁଲି ଉଠିଲା।


“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।


ଏଉତ୍ତାରେ ସେମାନେ ସଦାପ୍ରଭୁ ଆପଣାମାନଙ୍କ ପିତୃଗଣର ପରମେଶ୍ୱରଙ୍କ ଗୃହ ପରିତ୍ୟାଗ କରି ଆଶେରା ମୂର୍ତ୍ତି ଓ ପ୍ରତିମାଗଣର ସେବା କଲେ; ତହିଁରେ ସେମାନଙ୍କର ଏହି ଅପରାଧ ସକାଶୁ ଯିହୁଦା ଓ ଯିରୂଶାଲମ ଉପରେ କୋପ ଉପସ୍ଥିତ ହେଲା।


ଏଥିଉତ୍ତାରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପୁନର୍ବାର ପ୍ରଜ୍ୱଳିତ ହେଲା, ଆଉ ସେ ଦାଉଦଙ୍କୁ ପ୍ରବର୍ତ୍ତାଇ କହିଲେ, “ଯାଅ, ଇସ୍ରାଏଲ ଓ ଯିହୁଦାକୁ ଗଣନା କର।”


ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ-ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।


ପୁଣି, ମୋଶା ହାରୋଣଙ୍କୁ, ତାଙ୍କର ପୁତ୍ର ଇଲୀୟାସର ଓ ଈଥାମରକୁ କହିଲେ, “ତୁମ୍ଭେମାନେ ଯେପରି ନ ମର ଓ ସମସ୍ତ ମଣ୍ଡଳୀ ପ୍ରତି ସଦାପ୍ରଭୁ ଯେପରି କ୍ରୋଧ ନ କରନ୍ତି, ଏଥିପାଇଁ ତୁମ୍ଭମାନଙ୍କ ମସ୍ତକର କେଶ ମୁକୁଳା ନ ହେଉ, କିଅବା ଆପଣା ଆପଣା ବସ୍ତ୍ର ଚିର ନାହିଁ; ମାତ୍ର ସଦାପ୍ରଭୁ ଯେଉଁ ଅଗ୍ନିଦାହ ପ୍ରଜ୍ୱଳିତ କରିଅଛନ୍ତି, ତହିଁ ସକାଶୁ ତୁମ୍ଭମାନଙ୍କର ଭ୍ରାତୃବର୍ଗ ସମୁଦାୟ ଇସ୍ରାଏଲ ବଂଶ ରୋଦନ କରନ୍ତୁ।


ପୁଣି ଉପପର୍ବତରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କ ହସ୍ତରୁ ତାହାସବୁ ନେଇ ଗୃହରେ ରଖିଲା; ଆଉ ସେ ଲୋକମାନଙ୍କୁ ବିଦାୟ କରନ୍ତେ, ସେମାନେ ଚାଲିଗଲେ।


ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକୁ ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।


ତୁମ୍ଭର ଦୁଷ୍ଟତା ତୁମ୍ଭ ତୁଲ୍ୟ ମନୁଷ୍ୟର କ୍ଷତି କରିପାରେ ଓ ତୁମ୍ଭର ଧାର୍ମିକତା ମନୁଷ୍ୟ-ସନ୍ତାନର ଲାଭ କରିପାରେ।


Swiv nou:

Piblisite


Piblisite