Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଏଥିଲାଗି ଇସ୍ରାଏଲ-ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।

Gade chapit la Kopi

ଓଡିଆ ବାଇବେଲ

12 ଏଥିଲାଗି ଇସ୍ରାଏଲ ସନ୍ତାନଗଣ ବର୍ଜିତ ହେବାରୁ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଠିଆ ହୋଇପାରୁ ନାହାନ୍ତି, ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରୁ ପିଠି କରି ଫେରୁ ଅଛନ୍ତି, ତୁମ୍ଭେମାନେ ଆପଣାମାନଙ୍କ ମଧ୍ୟରୁ ସେହି ବର୍ଜିତ ବସ୍ତୁ ଉତ୍ପାଟନ ନ କଲେ, ଆମ୍ଭେ ଆଉ ତୁମ୍ଭମାନଙ୍କ ସଙ୍ଗରେ ରହିବା ନାହିଁ।

Gade chapit la Kopi

ପବିତ୍ର ବାଇବଲ

12 ସେହି କାରଣରୁ ଇସ୍ରାଏଲୀୟମାନେ ପରାସ୍ତ ହୋଇ ଫେରି ଆସିଛନ୍ତି। ସେମାନେ ଅପରାଧ କରିଥିବାରୁ ଓ ଧ୍ୱଂସ କାର୍ଯ୍ୟକୁ ନିନ୍ଦା କରିଥିବାରୁ ସେମାନେ ପରାସ୍ତ ହେଲେ। ତୁମ୍ଭେମାନେ ତୁମ୍ଭମାନଙ୍କ ପାଖରେ ଥିବା ସେହି ଲୁଟ୍ ବସ୍ତୁକୁ ଧ୍ୱଂସ ନ କଲା ପର୍ଯ୍ୟନ୍ତ ମୁଁ ତୁମ୍ଭ ସଙ୍ଗରେ ରହି ପାରିବି ନାହିଁ, ଯେଉଁଗୁଡ଼ିକ ଧ୍ୱଂସ କରିବା ପାଇଁ ମୁଁ ନିର୍ଦ୍ଦେଶ ଦେଇଥିଲି।

Gade chapit la Kopi




ଯିହୋଶୂୟ 7:12
21 Referans Kwoze  

ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।


ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।


ସେତେବେଳେ ସେହି ପର୍ବତବାସୀ ଅମାଲେକୀୟ ଓ କିଣାନୀୟ ଲୋକମାନେ ଓହ୍ଲାଇ ଆସି ସେମାନଙ୍କୁ ଆଘାତ କଲେ ଓ ସେମାନଙ୍କୁ ପରାସ୍ତ କରି ହର୍ମା ପର୍ଯ୍ୟନ୍ତ ତଡ଼ିଦେଲେ।


ଆଉ ତୁମ୍ଭେମାନେ ସେହି ବର୍ଜିତ ଦ୍ରବ୍ୟରୁ ଆପଣାମାନଙ୍କୁ କୌଣସିମତେ ରକ୍ଷା କରିବ, ନୋହିଲେ କେଜାଣି ତୁମ୍ଭେମାନେ ତାହା ବର୍ଜିତ କଲା ଉତ୍ତାରେ ସେହି ବର୍ଜିତ ବସ୍ତୁରୁ କିଛି ଗ୍ରହଣ କରିବ; ତାହା କଲେ, ତୁମ୍ଭେମାନେ ଇସ୍ରାଏଲ ଛାଉଣିକୁ ବର୍ଜିତ କରିବ ଓ ତାକୁ ଦୁଃଖ ଦେବ।


ପୁଣି ତୁମ୍ଭେ ସେହି ଘୃଣିତ ବସ୍ତୁ ଆପଣା ଗୃହକୁ ଆଣିବ ନାହିଁ, ଆଣିଲେ ତାହା ତୁଲ୍ୟ ବର୍ଜିତ ହେବ; ତୁମ୍ଭେ ତାହା ଅତିଶୟ ଘୃଣା କରିବ ଓ ଅତିଶୟ ତୁଚ୍ଛଜ୍ଞାନ କରିବ; ଯେହେତୁ ତାହା ବର୍ଜନୀୟ ବସ୍ତୁ।


ତୁମ୍ଭେ ତ ଏପରି ନିର୍ମଳ ଚକ୍ଷୁ ଯେ, ମନ୍ଦ ଦେଖି ନ ପାର ଓ ତୁମ୍ଭେ କୁଟିଳାଚରଣ ପ୍ରତି ଦୃଷ୍ଟି କରି ନ ପାର, ତେବେ ଯେଉଁମାନେ ବିଶ୍ୱାସଘାତକତା କରନ୍ତି, ସେମାନଙ୍କ ପ୍ରତି କାହିଁକି ଦୃଷ୍ଟିପାତ କରୁଅଛ? ଓ ଦୁଷ୍ଟ ଲୋକ ଆପଣା ଅପେକ୍ଷା ଧାର୍ମିକ ଲୋକକୁ ଗ୍ରାସ କଲା ବେଳେ କାହିଁକି ନୀରବ ହୋଇ ରହୁଅଛ?


ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!


ପୁଣି, ଯେତେବେଳେ ଏହି ଲୋକମାନେ, ଅବା ଭବିଷ୍ୟଦ୍‍ବକ୍ତା, ଅବା କୌଣସି ଯାଜକ ତୁମ୍ଭକୁ ପଚାରିବେ, ‘ସଦାପ୍ରଭୁଙ୍କର ଭାରୋକ୍ତି କଅଣ?’ ସେତେବେଳେ ତୁମ୍ଭେ ସେମାନଙ୍କୁ କହିବ, ‘ଭାରୋକ୍ତି କଅଣ! ଆମ୍ଭେ ତୁମ୍ଭମାନଙ୍କୁ ପରିତ୍ୟାଗ କରିବା, ଏହା ସଦାପ୍ରଭୁଙ୍କର ଉକ୍ତି।’


ହେ ଯିରୂଶାଲମ, ତୁମ୍ଭେ ଶିକ୍ଷା ଗ୍ରହଣ କର, ନୋହିଲେ ଆମ୍ଭର ପ୍ରାଣ ତୁମ୍ଭଠାରୁ ବିଚ୍ଛିନ୍ନ ହେବ ଓ ଆମ୍ଭେ ତୁମ୍ଭକୁ ଉଚ୍ଛିନ୍ନ, ବସତିହୀନ ସ୍ଥାନ କରିବା।”


କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।


ଯେତେବେଳେ ସଦାପ୍ରଭୁଙ୍କ ଦୂତ ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ, ସେତେବେଳେ ଲୋକମାନେ ରବ ଉଠାଇ ରୋଦନ କଲେ।


ଆଉ ମୋଶା ଇସ୍ରାଏଲର ସମସ୍ତ ସନ୍ତାନଙ୍କୁ ଏହି କଥା କହିଲେ; ତହିଁରେ ଲୋକମାନେ ଅତିଶୟ ବିଳାପ କଲେ।


ତହୁଁ ସେ କହିଲା, “ଶାମ୍‍ଶୋନ୍‍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଜାଗ୍ରତ ହୋଇ କହିଲା, “ମୁଁ ଅନ୍ୟାନ୍ୟ ସମୟ ପରି ବାହାରକୁ ଯାଇ ଆପଣାକୁ ଝାଡ଼ିବି।” ମାତ୍ର ସଦାପ୍ରଭୁ ଯେ ତାହାକୁ ତ୍ୟାଗ କରିଥିଲେ, ଏହା ସେ ଜାଣିଲା ନାହିଁ।


ତହିଁରେ ଶାଉଲ କହିଲେ, “ହେ ଲୋକମାନଙ୍କ ପ୍ରଧାନ ସମସ୍ତେ, ତୁମ୍ଭେମାନେ ଏହି ସ୍ଥାନରେ ଉପସ୍ଥିତ ହୁଅ; ଆଜିର ଏହି ପାପ କିପରି ହେଲା, ଏହା ବିବେଚନା କରି ଦେଖ।


ତୁମ୍ଭେ ବିପକ୍ଷମାନଙ୍କ ନିକଟରୁ ଆମ୍ଭମାନଙ୍କୁ ଫେରାଇ ଦେଉଅଛ ଓ ଆମ୍ଭମାନଙ୍କ ଘୃଣାକାରୀଗଣ ଆପଣାମାନଙ୍କ ନିମନ୍ତେ ଆମ୍ଭମାନଙ୍କୁ ଲୁଣ୍ଠନ କରୁଅଛନ୍ତି।


ହେ ପରମେଶ୍ୱର, ତୁମ୍ଭେ କି ଆମ୍ଭମାନଙ୍କୁ ଦୂର କରି ନାହଁ? ହେ ପରମେଶ୍ୱର, ତୁମ୍ଭେ ଆମ୍ଭମାନଙ୍କ ସୈନ୍ୟ ସଙ୍ଗେ ଗମନ କରୁ ନାହଁ।


କାରଣ ସଦାପ୍ରଭୁ ତୁମ୍ଭମାନଙ୍କ ମଧ୍ୟରେ ନାହାନ୍ତି; ଯେପରି ତୁମ୍ଭେମାନେ ଶତ୍ରୁଗଣର ସମ୍ମୁଖରେ ପରାସ୍ତ ହେବ ନାହିଁ, ଏଥିପାଇଁ ଉପରକୁ ଯାଅ ନାହିଁ।


ଯେହେତୁ ଅମାଲେକୀୟ ଓ କିଣାନୀୟ ଲୋକମାନେ ସେଠାରେ ତୁମ୍ଭମାନଙ୍କ ସମ୍ମୁଖରେ ଅଛନ୍ତି ଓ ତୁମ୍ଭେମାନେ ଖଡ୍ଗରେ ପତିତ ହେବ; ତୁମ୍ଭେମାନେ ସଦାପ୍ରଭୁଙ୍କଠାରୁ ବିମୁଖ ହେବାରୁ ସଦାପ୍ରଭୁ ତୁମ୍ଭମାନଙ୍କର ସହବର୍ତ୍ତୀ ହେବେ ନାହିଁ।”


Swiv nou:

Piblisite


Piblisite