Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ଆଖନ୍‍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, “ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ଆଖନ୍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।

Gade chapit la Kopi

ଓଡିଆ ବାଇବେଲ

20 ତହିଁରେ ଆଖନ୍‍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।

Gade chapit la Kopi

ପବିତ୍ର ବାଇବଲ

20 ଆଖନ୍ ଉତ୍ତରରେ କହିଲା, “ଏହା ସତ୍ୟ! ମୁଁ ପାପ କରିଛି ସଦାପ୍ରଭୁଙ୍କ ସମ୍ମୁଖରେ। ମୁଁ ଏହିପରି କରିଅଛି।

Gade chapit la Kopi




ଯିହୋଶୂୟ 7:20
13 Referans Kwoze  

ମୁଁ ଆପଣା ଅପରାଧ ପ୍ରକାଶ କରିବି; ମୁଁ ଆପଣା ପାପ ଲାଗି ଖେଦିତ ହେବି।


ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?


ସେ ମନୁଷ୍ୟମାନଙ୍କ ସାକ୍ଷାତରେ ଗାନ କରି କହେ, ‘ମୁଁ ପାପ କରିଅଛି ଓ ନ୍ୟାୟର ବିପରୀତ କରିଅଛି ଓ ତାହା ମୋହର ଲାଭଜନକ ହୋଇ ନାହିଁ।


ହେ ମନୁଷ୍ୟ-ପ୍ରହରୀ, ମୁଁ ପାପ କଲେ ତୁମ୍ଭର କʼଣ କରେ? କାହିଁକି ତୁମ୍ଭେ ମୋତେ ଆପଣା ଲକ୍ଷ୍ୟ ରୂପେ ରଖିଅଛ? ତେଣୁ ମୁଁ ଆପଣା ପ୍ରତି ଭାର ସ୍ୱରୂପ ହେଉଅଛି?


ତେବେ ସେ କହିଲେ, “ଆମ୍ଭେ ପାପ କରିଅଛୁ; ତଥାପି ଏବେ ମୋହର ଲୋକମାନଙ୍କ ପ୍ରାଚୀନବର୍ଗ ଓ ଇସ୍ରାଏଲ ସମ୍ମୁଖରେ ମୋହର ଗୌରବ ରଖ ଓ ମୁଁ ଯେପରି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ନିକଟରେ ପ୍ରଣାମ କରିବି, ଏଥିପାଇଁ ମୋʼ ସଙ୍ଗେ ଫେରି ଆସ।”


ଏଥିରେ ଶାଉଲ ଶାମୁୟେଲଙ୍କୁ କହିଲେ, “ମୁଁ ପାପ କରିଅଛି; କାରଣ ମୁଁ ସଦାପ୍ରଭୁଙ୍କର ଆଜ୍ଞା ଓ ତୁମ୍ଭ ବାକ୍ୟ ଲଙ୍ଘନ କରିଅଛି; ମୁଁ ଲୋକମାନଙ୍କୁ ଭୟ କରି ସେମାନଙ୍କ ରବ ଶୁଣିଲି।


ତହିଁରେ ବିଲୀୟମ୍‍ ସଦାପ୍ରଭୁଙ୍କ ଦୂତଙ୍କୁ କହିଲା, “ମୁଁ ପାପ କରିଅଛି; କାରଣ ତୁମ୍ଭେ ଯେ ମୋʼ ବିପକ୍ଷରେ ପଥରେ ଠିଆ ହୋଇଅଛ; ତାହା ମୁଁ ଜାଣିଲି ନାହିଁ; ଏଣୁ ଏବେ, ଯଦି ତାହା ତୁମ୍ଭ ଦୃଷ୍ଟିରେ ମନ୍ଦ ହୁଏ, ତେବେ ମୁଁ ଫେରିଯିବି।”


ତହୁଁ ଫାରୋ ଶୀଘ୍ର ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ମୁଁ ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ୱରଙ୍କ ଓ ତୁମ୍ଭମାନଙ୍କ ବିରୁଦ୍ଧରେ ପାପ କରିଅଛି।


ଏଥିଉତ୍ତାରେ ସେମାନେ ପରସ୍ପର କୁହାକୁହି ହେଲେ, “ଆମ୍ଭେମାନେ ଆପଣା ଭାଇ ବିଷୟରେ ନିଶ୍ଚୟ ଅପରାଧୀ ଅଟୁ; ସେ ଆମ୍ଭମାନଙ୍କୁ ବିନତି କରିବା ବେଳେ ଆମ୍ଭେମାନେ ତାହା ପ୍ରାଣର ବ୍ୟାକୁଳତା ଦେଖିଲେ ହେଁ ତାହା ଶୁଣିଲୁ ନାହିଁ, ତେଣୁକରି ଆମ୍ଭମାନଙ୍କୁ ଏହି ବିପତ୍ତି ଘଟିଅଛି।”


ତେବେ ଯିହୋଶୂୟ ଆଖନ୍‍କୁ କହିଲେ, “ହେ ମୋହର ପୁତ୍ର, ବିନୟ କରୁଅଛି, ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ ଓ ତାହାଙ୍କ ନିକଟରେ ସ୍ୱୀକାର କର; ଆଚ୍ଛା, ତୁମ୍ଭେ କଅଣ କରିଅଛ, ମୋତେ କୁହ; ମୋʼ ଠାରୁ ତାହା ଲୁଚାଅ ନାହିଁ।”


ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”


ଏଥିଉତ୍ତାରେ ଫାରୋ ଲୋକ ପଠାଇ ମୋଶା ଓ ହାରୋଣଙ୍କୁ ଡକାଇ କହିଲେ, “ଏହିଥର ମୁଁ ପାପ କରିଅଛି; ସଦାପ୍ରଭୁ ଧାର୍ମିକ, ମାତ୍ର ଆମ୍ଭେ ଓ ଆମ୍ଭ ଲୋକମାନେ ଦୋଷୀ ଅଟୁ।


ଏହା ତ ଅନେକ ଟଙ୍କାରେ ବିକ୍ରୟ କରାଯାଇ ଦରିଦ୍ରମାନଙ୍କୁ ଦିଆଯାଇ ପାରିଥାଆନ୍ତା।


Swiv nou:

Piblisite


Piblisite