Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:21 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇ ଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ତା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋʼ ତମ୍ଵୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।

Gade chapit la Kopi

ଓଡିଆ ବାଇବେଲ

21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ଡିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ ଦୁଇଶହ ଶେକଲ ରୂପା ଓ ପଚାଶ ଶେକଲ ପରିମିତ ଏକ ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି; ଆଉ ଦେଖ, ସେସବୁ ମୋ’ ତମ୍ବୁ ମଧ୍ୟରେ ଭୂମିରେ ପୋତା ଅଛି, ଆଉ ରୂପା ତହିଁ ତଳେ ଅଛି।

Gade chapit la Kopi

ପବିତ୍ର ବାଇବଲ

21 ମୁଁ ଲୁଟିତ ଦ୍ରବ୍ୟ ମଧ୍ୟରେ ଖଣ୍ତିଏ ସୁନ୍ଦର ବାବିଲୀୟ ବସ୍ତ୍ର ଓ 200 ଶେକଲ ରୂପା ଓ ଏକ ପାଉଣ୍ତ ଓଜନର ସୁନାମୁଣ୍ଡା ଦେଖି ଲୋଭ କରି ତାହା ନେଲି। ଏବଂ ସେଗୁଡ଼ିକୁ ମୋ’ ତମ୍ବୁ ମଧ୍ୟରେ ପୋତି ଅଛି। ଆଉ ରୂପା କୋଟ୍ ତଳେ ଅଛି।”

Gade chapit la Kopi




ଯିହୋଶୂୟ 7:21
35 Referans Kwoze  

ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ।


ପୁଣି, ସେ ସେମାନଙ୍କୁ କହିଲେ, “ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ।”


ଅସାର ଦର୍ଶନରୁ ମୋହର ଚକ୍ଷୁ ଫେରାଅ ଓ ତୁମ୍ଭ ପଥରେ ମୋତେ ସଚେତ କର।


ସେମାନେ ଅନ୍ୟାୟ ବେତନର ଲାଳସାକାରୀ ବିୟୋରର ପୁତ୍ର ବିଲୀୟାମର ମାର୍ଗ ଅନୁସରଣ କଲେ ଓ ସତ୍ୟ ମାର୍ଗ ପରିତ୍ୟାଗ କରି ବିପଥଗାମୀ ହେଲେ;


ତୁମ୍ଭେମାନେ ସେମାନଙ୍କ ଦେବଗଣର ଖୋଦିତ ପ୍ରତିମାସକଳ ଅଗ୍ନିରେ ଦଗ୍ଧ କରିବ; ତୁମ୍ଭେ ଯେପରି ଫାନ୍ଦରେ ନ ପଡ଼ିବ, ଏଥିପାଇଁ ସେହି ସବୁରେ ଥିବା ରୂପା କି ସୁନା ପ୍ରତି ଲୋଭ କରିବ ନାହିଁ, କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ, କାରଣ ତାହା ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଘୃଣିତ ବସ୍ତୁ;


ଆଚାର-ବ୍ୟବହାରରେ ଧନଲୋଭ ଶୂନ୍ୟ ହୁଅ, ତୁମ୍ଭମାନଙ୍କର ଯାହା କିଛି ଅଛି, ସେଥିରେ ସନ୍ତୁଷ୍ଟ ଥାଅ, କାରଣ ସେ ନିଜେ କହିଅଛନ୍ତି, “ଆମ୍ଭେ ତୁମ୍ଭକୁ କେବେ ହେଁ ଛାଡ଼ିବା ନାହିଁ, ଆମ୍ଭେ ତୁମ୍ଭକୁ କେବେ ହେଁ ପରିତ୍ୟାଗ କରିବା ନାହିଁ।”


କୁଦୃଷ୍ଟି ଲୋକ ସମ୍ପତ୍ତି ପଛେ ଦୌଡ଼େ, ମାତ୍ର ତାହାକୁ ଅଭାବ ଆକ୍ରମଣ କରିବ ବୋଲି ସେ ଜାଣେ ନାହିଁ।


ଦିନେ ସନ୍ଧ୍ୟା ସମୟରେ ଦାଉଦ ଆପଣା ଶଯ୍ୟାରୁ ଉଠି ରାଜଗୃହର ଛାତ ଉପରେ ବୁଲୁଥିଲେ; ପୁଣି ସେହି ଛାତ ଉପରୁ ସେ ଏକ ସ୍ତ୍ରୀକୁ ସ୍ନାନ କରୁଥିବା ଦେଖିଲେ; ସେହି ସ୍ତ୍ରୀ ଦେଖିବାକୁ ଅତି ସୁନ୍ଦରୀ ଥିଲା।


ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।


ଏଥିରେ ନାରୀ ସେହି ବୃକ୍ଷକୁ ସୁଖାଦ୍ୟର ଉତ୍ପାଦକ ଓ ନୟନର ଲୋଭଜନକ ଓ ଜ୍ଞାନ ଦେବା ନିମିତ୍ତ ବାଞ୍ଛନୀୟ ଦେଖି ତହିଁରୁ ଫଳ ତୋଳି ଖାଇଲେ, ପୁଣି, ଆପଣା ସଙ୍ଗସ୍ଥ ସ୍ୱାମୀଙ୍କୁ ଦିଅନ୍ତେ, ସେ ମଧ୍ୟ ଖାଇଲେ।


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁକର୍ମଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହିସବୁ ପ୍ରତି ମୃତ ହୁଅ;


କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ।


କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;


କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ।


ଯେଉଁ ଜନ ଉଚ୍ଚରେ ଆପଣା ବସା କରିବା ପାଇଁ, ବିପଦର ହସ୍ତରୁ ଉଦ୍ଧାର କରିବା ପାଇଁ ଆପଣା ବଂଶ ନିମନ୍ତେ କୁଲାଭ ଉପାର୍ଜ୍ଜନ କରେ, ସେ ସନ୍ତାପର ପାତ୍ର!


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି?”


ତୁମ୍ଭେମାନେ କହିଅଛ, “ଆମ୍ଭେମାନେ ମୃତ୍ୟୁୁ ସଙ୍ଗେ ନିୟମ କରିଅଛୁ ଓ ପାତାଳ ସଙ୍ଗେ ଆମ୍ଭମାନଙ୍କର ସନ୍ଧି ଅଛି; ଏହେତୁ ଜଳପ୍ରଳୟରୂପ କୋରଡ଼ା ଉପସ୍ଥିତ ହେବା ବେଳେ ତାହା ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ; କାରଣ ଆମ୍ଭେମାନେ ମିଥ୍ୟାକୁ ଆପଣାମାନଙ୍କର ଆଶ୍ରୟ କରିଅଛୁ ଓ ଅସତ୍ୟର ତଳେ ଆମ୍ଭେମାନେ ଆପଣାମାନଙ୍କୁ ଲୁଚାଇଅଛୁ,”


ଦ୍ରାକ୍ଷାରସ ରଙ୍ଗିୟା ହେଲେ, ପାତ୍ରରେ ଚକମକାଇଲେ ଓ ସହଜେ ଗଳାଧଃକରଣ ହେଲେ, ତୁମ୍ଭେ ତାକୁ ଅନାଅ ନାହିଁ।


ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।


ମୁଁ ଆପଣା ଚକ୍ଷୁ ସଙ୍ଗେ ନିୟମ କଲି; ତେବେ ମୁଁ ଯୁବତୀ ପ୍ରତି କିପରି ଅନାଇବି?


ତୁମ୍ଭେ ଆପଣା ପ୍ରତିବାସୀର ଗୃହକୁ ଲୋଭ କରିବ ନାହିଁ, ତୁମ୍ଭେ ଆପଣା ପ୍ରତିବାସୀର ଭାର୍ଯ୍ୟା, କି ଦାସ, କି ଦାସୀ, କି ତାହାର ଗୋରୁ, କି ଗଧ, କି ତୁମ୍ଭ ପ୍ରତିବାସୀର କୌଣସି ବସ୍ତୁକୁ ଲୋଭ କରିବ ନାହିଁ।


ପୁଣି, ଶିନୀୟର ଦେଶରେ ବାବିଲ ଓ ଏରକ ଓ ଅକ୍କଦ୍‍ ଓ କଲନେ, ଏହିସବୁ ନଗର ତାହାର ପ୍ରଥମ ରାଜ୍ୟ ହେଲା।


ତହିଁରେ ଆଖନ୍‍ ଉତ୍ତର କରି ଯିହୋଶୂୟଙ୍କୁ କହିଲା, “ସତ୍ୟ, ମୁଁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛି, ମୁଁ ଅମୁକ ଅମୁକ କାର୍ଯ୍ୟ କରିଅଛି।


ଏଥିରେ ଯିହୋଶୂୟ ଦୂତ ପଠାନ୍ତେ, ସେମାନେ ତମ୍ବୁକୁ ଦୌଡ଼ି ଗଲେ; ଆଉ ଦେଖ, ତାହା ତାହାର ତମ୍ବୁରେ ପୋତା ଓ ତହିଁ ତଳେ ରୂପା ଅଛି।


ଏଥିଉତ୍ତାରେ ସେହି କୁଷ୍ଠୀମାନେ ଛାଉଣିର ବାହାର ସୀମାକୁ ଆସି ଗୋଟିଏ ତମ୍ବୁ ଭିତରକୁ ଯାଇ ଭୋଜନପାନ କଲେ, ପୁଣି ତହିଁରୁ ରୂପା ଓ ସୁନା ଓ ବସ୍ତ୍ର ନେଇ ଲୁଚାଇ ରଖିଲେ; ତହୁଁ ସେମାନେ ପୁନର୍ବାର ଆସି ଆଉ ଏକ ତମ୍ବୁ ମଧ୍ୟରେ ପ୍ରବେଶ କଲେ ଓ ତହିଁରୁ ମଧ୍ୟ ଦ୍ରବ୍ୟାଦି ନେଇଯାଇ ଲୁଚାଇ ରଖିଲେ।


ଯାକୁବର ପୁତ୍ରମାନେ ହତ ଲୋକମାନଙ୍କ ନିକଟକୁ ଆସି ନଗର ଲୁଟ କଲେ, କାରଣ ସେମାନଙ୍କ ଭଉଣୀକୁ ସେହି ଲୋକମାନେ ଭ୍ରଷ୍ଟା କରିଥିଲେ।


ସମସ୍ତ ଧନଲୋଭୀର ଗତି ଏହି; ତାହା ଧନର ଅଧିକାରୀମାନଙ୍କର ପ୍ରାଣନାଶ କରେ।


Swiv nou:

Piblisite


Piblisite