Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛିନ୍ତଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍ (ଦୁଃଖ) ଉପତ୍ୟକା ବୋଲି ଖ୍ୟାତ ଅଛି।

Gade chapit la Kopi

ଓଡିଆ ବାଇବେଲ

26 ଆଉ ସେମାନେ ତାହା ଉପରେ ଏକ ବୃହତ ପ୍ରସ୍ତର ଢିପି କଲେ, ତାହା ଆଜିଯାଏ ଅଛି; ଏହିରୂପେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ନିବୃତ୍ତ ହେଲେ। ଏହେତୁ ସେହି ସ୍ଥାନ ଆଜିଯାଏ ଆଖୋର୍‍ ଉପତ୍ୟକା ବୋଲି ଖ୍ୟାତ ଅଛି।

Gade chapit la Kopi

ପବିତ୍ର ବାଇବଲ

26 ଆଖ‌ନ୍‌କୁ ପୋଡ଼ି ସାରିବା ପରେ ତାହାକୁ ପଥରରେ ପୋତି ଦେଲେ, ସେହି ପଥର ଗଦା ଆଜି ପର୍ଯ୍ୟନ୍ତ ସେଠାରେ ଅଛି। ଯେହେତୁ ସଦାପ୍ରଭୁ ଆଖ‌ନ୍‌କୁ ସେଠାରେ ଏପରି ଦୁଃଖ ଦେଲେ, ସେଥିପାଇଁ ସେହି ସ୍ଥାନ ଆଜି ପର୍ଯ୍ୟନ୍ତ ଆଖୋର ଉପତ୍ୟକା ନାମରେ ପରିଚିତ। ଏହା ପରେ ସଦାପ୍ରଭୁ ଇସ୍ରାଏଲବାସୀଙ୍କ ଉପରୁ କ୍ରୋଧରୁ ନିବୃତ୍ତ ହୋଇ ଶାନ୍ତ ହେଲେ।

Gade chapit la Kopi




ଯିହୋଶୂୟ 7:26
22 Referans Kwoze  

ପୁଣି, ସେହି ସ୍ଥାନରୁ ଆମ୍ଭେ ତାହାକୁ ତାହାର ଦ୍ରାକ୍ଷାକ୍ଷେତ୍ର ଓ ଭରସାରୂପ ଦ୍ୱାର ନିମନ୍ତେ ଆଖୋର୍‍ ଉପତ୍ୟକା ଦେବା; ପୁଣି, ସେ ଯେପରି ଆପଣା ଯୌବନ କାଳରେ ଓ ମିସର ଦେଶରୁ ଆସିବା ଦିନରେ ଉତ୍ତର କରିଥିଲା, ସେପରି ସେହି ସ୍ଥାନରେ ଉତ୍ତର କରିବ।


ଆଉ, ଆମ୍ଭର ଯେଉଁ ଲୋକମାନେ ଆମ୍ଭର ଅନ୍ୱେଷଣ କରିଅଛନ୍ତି, ସେମାନଙ୍କ ନିମନ୍ତେ ଶାରୋଣ ଏକ ମେଷ ଖୁଆଡ଼ ଓ ଆଖୋର୍‍ ଉପତ୍ୟକା ଗୋପଲର ଶୟନ ସ୍ଥାନ ହେବ।


ଆଉ ସେହି ବର୍ଜିତ ଦ୍ରବ୍ୟର କିଛି ହିଁ ତୁମ୍ଭ ହସ୍ତରେ ଲାଗିବ ନାହିଁ; ତହିଁରେ ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେରି ତୁମ୍ଭ ପ୍ରତି କରୁଣା କରିବେ;


ସେମାନେ ଗର୍ତ୍ତରେ ମୋର ପ୍ରାଣ ସଂହାର କରି ମୋʼ ଉପରେ ପ୍ରସ୍ତର ପକାଇଅଛନ୍ତି।


ଆଉ ସୈନ୍ୟମାନେ ଅବଶାଲୋମଙ୍କୁ ନେଇ ବନ ମଧ୍ୟରେ ଥିବା ଗର୍ତ୍ତରେ ପକାଇ ତାହା ଉପରେ ଏକ ବଡ଼ ପ୍ରସ୍ତରରାଶି କଲେ; ତହୁଁ ସମସ୍ତ ଇସ୍ରାଏଲ ଆପଣା ତମ୍ବୁକୁ ଗଲେ।


ଏଉତ୍ତାରେ ସେ ଅୟର ରାଜାଙ୍କୁ ସନ୍ଧ୍ୟା ପର୍ଯ୍ୟନ୍ତ ବୃକ୍ଷରେ ଟଙ୍ଗାଇ ରଖିଲେ, ମାତ୍ର ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ତାଙ୍କର ଶବ ବୃକ୍ଷରୁ ତଳକୁ ଆଣି ନଗରଦ୍ୱାର-ପ୍ରବେଶ ସ୍ଥାନରେ ପକାଇ; ତହିଁ ଉପରେ ପ୍ରସ୍ତରର ଏକ ବଡ଼ ଢିପି କଲେ; ତାହା ଆଜିଯାଏ ଅଛି।


ପୁଣି, ଯିହୋଶୂୟ ଓ ସମଗ୍ର ଇସ୍ରାଏଲ ସେରହର ସନ୍ତାନ ସେହି ଆଖନ୍‍କୁ ଓ ସେହି ରୂପା ଓ ବସ୍ତ୍ର ଓ ସୁନାମୁଣ୍ଡା ଓ ତାହାର ପୁତ୍ର ଓ କନ୍ୟାମାନଙ୍କୁ ଓ ତାହାର ଗୋରୁ ଓ ଗଧ ଓ ମେଣ୍ଢା ଓ ତମ୍ବୁ, ସର୍ବସ୍ୱ ନେଇ ଆଖୋର୍‍ ଉପତ୍ୟକାକୁ ଆଣିଲେ।


ସେତେବେଳେ ସେ ମୋତେ ଡାକି କହିଲେ, “ଦେଖ, ଯେଉଁମାନେ ଉତ୍ତର ଦେଶ ଆଡ଼େ ଗମନ କରୁଅଛନ୍ତି, ସେମାନେ ଉତ୍ତର ଦେଶରେ ଆମ୍ଭର ଆତ୍ମାଙ୍କ ଇଚ୍ଛାନୁସାରେ କାର୍ଯ୍ୟ କରିଅଛନ୍ତି।”


ସେତେବେଳେ ସଦାପ୍ରଭୁ ଆପଣା ଦେଶ ପାଇଁ ଉଦ୍‍ଯୋଗୀ ହେଲେ ଓ ଆପଣା ଲୋକମାନଙ୍କ ପ୍ରତି ଦୟା କଲେ।


ପୁଣି, ଆପଣା ଆପଣା ବସ୍ତ୍ର ନ ଚିରି ଅନ୍ତଃକରଣ ଚିର” ଓ ସଦାପ୍ରଭୁ ଆପଣାମାନଙ୍କର ପରମେଶ୍ୱରଙ୍କ ନିକଟକୁ ଫେରି ଆସ; କାରଣ ସେ କୃପାମୟ ଓ ସ୍ନେହଶୀଳ, କ୍ରୋଧରେ ଧୀର ଓ ଦୟାରେ ପରିପୂର୍ଣ୍ଣ, ଆଉ ସେ ଅମଙ୍ଗଳ କରିବା ବିଷୟରେ କ୍ଷାନ୍ତ ହୁଅନ୍ତି।


ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।


ଏଉତ୍ତାରେ ସେମାନେ ଶାଉଲଙ୍କର ଓ ତାଙ୍କ ପୁତ୍ର ଯୋନାଥନର ଅସ୍ଥି ବିନ୍ୟାମୀନ୍ ଦେଶସ୍ଥ ସେଲାରେ ତାହାର ପିତା କୀଶ୍‍ର କବର ମଧ୍ୟରେ ପୋତିଲେ; ରାଜା ଯାହା ଆଜ୍ଞା କଲେ, ଲୋକମାନେ ତାହାସବୁ କଲେ। ତହିଁ ଉତ୍ତାରେ ପରମେଶ୍ୱର ପ୍ରାର୍ଥନା ଶୁଣି ଦେଶ ପ୍ରତି ପ୍ରସନ୍ନ ହେଲେ।


ପୁଣି ସୂର୍ଯ୍ୟାସ୍ତ ସମୟରେ ଯିହୋଶୂୟ ଆଜ୍ଞା ଦିଅନ୍ତେ, ଲୋକମାନେ ସେହି ବୃକ୍ଷମାନଙ୍କରୁ ସେମାନଙ୍କୁ ତଳକୁ ନେଲେ ଓ ଯେଉଁ ଗୁମ୍ଫାରେ ସେମାନେ ଆପଣାମାନଙ୍କୁ ଲୁଚାଇଥିଲେ, ତହିଁ ଭିତରେ ପକାଇଦେଲେ ଓ ସେହି ଗୁମ୍ଫା ମୁହଁରେ ବଡ଼ ବଡ଼ ପଥର ଥୋଇଲେ; ତାହା ଆଜିଯାଏ ଅଛି।


‘ସେ ପର୍ବତମୟ ଅଞ୍ଚଳରେ ସେମାନଙ୍କୁ ନଷ୍ଟ କରି ପୃଥିବୀରୁ ଲୋପ କରିବା ପାଇଁ, ଅନିଷ୍ଟ ନିମନ୍ତେ ବାହାର କରି ଆଣିଲେ,’ ଏପରି କଥା ମିସରୀୟମାନେ କାହିଁକି ଗଳ୍ପ କରିବେ? ତୁମ୍ଭେ ଆପଣା ପ୍ରଚଣ୍ଡ କ୍ରୋଧରୁ ଫେର ଓ ଆପଣା ଲୋକମାନଙ୍କ ପ୍ରତିକୂଳରେ ଏପରି ଅନିଷ୍ଟ ବିଷୟରୁ ନିବୃତ୍ତ ହୁଅ।


ପୁଣି, ସେ ଇସ୍ରାଏଲୀୟ ସେହି ପୁରୁଷର ପଛେ ପଛେ ତମ୍ବୁ ଭିତରେ ପ୍ରବେଶ କରି ସେହି ଦୁଇ ଜଣକୁ, ଅର୍ଥାତ୍‍, ସେହି ଇସ୍ରାଏଲୀୟ ପୁରୁଷକୁ ଓ ସେହି ସ୍ତ୍ରୀର ପେଟକୁ ବିନ୍ଧି ପକାଇଲା। ତହିଁରେ ଇସ୍ରାଏଲ-ସନ୍ତାନଗଣଠାରୁ ମାରୀ ନିବୃତ୍ତ ହେଲା।


ପୁଣି ମୁଁ ଆଜି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଯେଉଁ ଯେଉଁ ଆଜ୍ଞା ତୁମ୍ଭକୁ କହୁଅଛି, ତୁମ୍ଭେ ଯେବେ ତାହାଙ୍କ ରବରେ ଅବଧାନ କରି ସେହି ସକଳ ଆଜ୍ଞା ପାଳନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଦୃଷ୍ଟିରେ ଯାହା ଯଥାର୍ଥ, ତାହା କରିବ, ତେବେ ସେ ତୁମ୍ଭ ପୂର୍ବପୁରୁଷମାନଙ୍କ ନିକଟରେ ଯେଉଁ ଶପଥ କରିଅଛନ୍ତି, ତଦନୁସାରେ ତୁମ୍ଭ ପ୍ରତି କୃପା କରି ତୁମ୍ଭକୁ ବୃଦ୍ଧି କରିବେ।


ଏହେତୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ପ୍ରଚଣ୍ଡ କ୍ରୋଧ ଯେପରି ଆମ୍ଭମାନଙ୍କ ଉପରୁ ନିବୃତ୍ତ ହେବ, ଏଥିପାଇଁ ତାହାଙ୍କ ସଙ୍ଗେ ଏକ ନିୟମ କରିବାକୁ ମୋʼ ମନରେ ଅଛି।


ଏହେତୁ ସମଗ୍ର ସମାଜ ନିମନ୍ତେ ଆମ୍ଭମାନଙ୍କ ଅଧିପତିମାନେ ନିଯୁକ୍ତ ହେଉନ୍ତୁ, ପୁଣି ଆମ୍ଭମାନଙ୍କ ପରମେଶ୍ୱରଙ୍କ ପ୍ରଚଣ୍ଡ କୋପ ଆମ୍ଭମାନଙ୍କଠାରୁ ନିବୃତ୍ତ ହେବା ପର୍ଯ୍ୟନ୍ତ ଓ ଏହି ବିଷୟର ନିଷ୍ପତ୍ତି ହେବା ପର୍ଯ୍ୟନ୍ତ ଆମ୍ଭମାନଙ୍କ ନଗରସ୍ଥ ଯେଉଁ ଲୋକମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଅଛନ୍ତି, ସେସମସ୍ତେ ନିରୂପିତ ସମୟରେ ଆସନ୍ତୁ ଓ ସେମାନଙ୍କ ସଙ୍ଗେ ପ୍ରତ୍ୟେକ ନଗରର ପ୍ରାଚୀନଗଣ ଓ ବିଚାରକର୍ତ୍ତୃଗଣ ଆସନ୍ତୁ।”


ହେ ଆମ୍ଭମାନଙ୍କ ପରିତ୍ରାଣର ପରମେଶ୍ୱର, ଆମ୍ଭମାନଙ୍କୁ ଫେରାଅ ଓ ଆମ୍ଭମାନଙ୍କ ପ୍ରତି ତୁମ୍ଭ ବିରକ୍ତି ନିବୃତ୍ତ କର।


କାରଣ ଆମ୍ଭେ ତାହାର ମୁଖରୁ ବାଲ୍‍ ଦେବଗଣର ନାମସବୁ ଦୂର କରିବା, ପୁଣି ସେହି ନାମସବୁ ପୁନର୍ବାର ଧରାଯିବ ନାହିଁ।


ଏଥିରେ ସେମାନେ ଯୂନସଙ୍କୁ ଧରି ସମୁଦ୍ରରେ ପକାଇଦେଲେ; ପୁଣି, ସମୁଦ୍ର ଆପଣା ପ୍ରଚଣ୍ଡତାରୁ ନିବୃତ୍ତ ହେଲା।


Swiv nou:

Piblisite


Piblisite