Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 7:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ।

Gade chapit la Kopi

ଓଡିଆ ବାଇବେଲ

4 ତେଣୁ ଲୋକମାନଙ୍କ ମଧ୍ୟରୁ ଊଣାଧିକ ତିନି ସହସ୍ର ସେଠାକୁ ଗଲେ, ମାତ୍ର ସେମାନେ ଅୟ ନଗରସ୍ଥ ଲୋକମାନଙ୍କ ସମ୍ମୁଖରୁ ପଳାଇଲେ।

Gade chapit la Kopi

ପବିତ୍ର ବାଇବଲ

4-5 ତେଣୁ ମାତ୍ର 3,000 ସୈନ୍ୟ ଅୟକୁ ଗଲେ। କିନ୍ତୁ ଅୟର ଲୋକମାନେ ଛତିଶ୍ ଜଣ ଇସ୍ରାଏଲୀୟଙ୍କୁ ହତ୍ୟା କଲେ। ତେଣୁ ଇସ୍ରାଏଲୀୟ ସୈନ୍ୟମାନେ ସେହି ସ୍ଥାନରୁ ଦୌଡ଼ି ପଳାଇଲେ। ଅୟର ଲୋକମାନେ ସେମାନଙ୍କର ପଛେ ଗୋଡ଼େଇ ଗୋଡ଼େଇ ଆଣି ଶବାରୀମ ପର୍ଯ୍ୟନ୍ତ ଆଣିଲେ। ତେଣୁ ଇସ୍ରାଏଲୀୟ ଲୋକମାନେ ଭୟଭୀତ ହେଲେ ଓ ସେମାନେ ସାହସ ହରାଇଲେ।

Gade chapit la Kopi




ଯିହୋଶୂୟ 7:4
7 Referans Kwoze  

ସଦାପ୍ରଭୁ ତୁମ୍ଭ ଶତ୍ରୁମାନଙ୍କ ସମ୍ମୁଖରେ ତୁମ୍ଭକୁ ପରାସ୍ତ କରାଇବେ ତୁମ୍ଭେ ଏକ ପଥ ଦେଇ ସେମାନଙ୍କ ପ୍ରତିକୂଳରେ ଯିବ ମାତ୍ର ସାତ ପଥ ଦେଇ ସେମାନଙ୍କ ସମ୍ମୁଖରୁ ପଳାଇବ; ପୁଣି ପୃଥିବୀର ସମସ୍ତ ରାଜ୍ୟ ମଧ୍ୟରେ ତୁମ୍ଭେ ଏଣେତେଣେ ସ୍ଥାନାନ୍ତରିତ ହେବ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ମାତ୍ର ତୁମ୍ଭମାନଙ୍କର ଅପରାଧସବୁ, ତୁମ୍ଭମାନଙ୍କର ଓ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ମଧ୍ୟରେ ବିଚ୍ଛେଦ ଘଟାଇଅଛି ଓ ତୁମ୍ଭମାନଙ୍କର ପାପସବୁ ତୁମ୍ଭମାନଙ୍କଠାରୁ ତାହାଙ୍କ ମୁଖ ଲୁଚାଇଅଛି, ଏଥିପାଇଁ ସେ ଶୁଣିବେ ନାହିଁ।


ଏକ ଜଣର ଧମକରେ ସହସ୍ର ଲୋକ ପଳାୟନ କରିବେ; ପାଞ୍ଚ ଜଣର ଧମକରେ ତୁମ୍ଭେମାନେ ପଳାୟନ କରିବ; ତହିଁରେ ତୁମ୍ଭେମାନେ ପର୍ବତର ଶୃଙ୍ଗରେ ଏକ ଚିହ୍ନସ୍ୱରୂପ ଓ ଉପପର୍ବତରେ ପତାକାର ଦଣ୍ଡ ସ୍ୱରୂପ ହୋଇ ଅବଶିଷ୍ଟ ରହିବ।


ଯେବେ ସେମାନଙ୍କର ଶୈଳ ସେମାନଙ୍କୁ ବିକ୍ରୟ କରିଦେଇ ନ ଥାʼନ୍ତେ ଓ ଯେବେ ସଦାପ୍ରଭୁ ସେମାନଙ୍କୁ ସମର୍ପଣ କରିଦେଇ ନ ଥାʼନ୍ତେ, ତେବେ ସହସ୍ର ଜଣଙ୍କୁ ଏକ ଜଣ କିପରି ତଡ଼ି ଦିଅନ୍ତା, ପୁଣି ଦଶ ସହସ୍ର ଜଣଙ୍କୁ ଦୁଇ ଜଣ କିପରି ବିମୁଖ କରନ୍ତେ?


ଏଉତ୍ତାରେ ସେମାନେ ଯିହୋଶୂୟଙ୍କ ନିକଟକୁ ଫେରିଆସି ତାଙ୍କୁ କହିଲେ, “ସମସ୍ତ ଲୋକ ନ ଯାଉନ୍ତୁ; କେବଳ ଦୁଇ ତିନି ସହସ୍ର ଲୋକ ଯାଇ ଅୟ ନଗର ପରାସ୍ତ କରନ୍ତୁ; ସେଠାରେ ସମସ୍ତ ଲୋକଙ୍କୁ ପରିଶ୍ରମ କରାଅ ନାହିଁ, ଯେହେତୁ ସେଠାର ଲୋକେ ଅଳ୍ପମାତ୍ର।”


ହଁ, ତୁମ୍ଭେ ତାହାର ଖଡ୍ଗଧାର ଫେରାଉଅଛ ଓ ଯୁଦ୍ଧରେ ତାହାକୁ ଛିଡ଼ା ହେବାକୁ ଦେଇ ନାହଁ।


Swiv nou:

Piblisite


Piblisite