Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 8:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥା-ଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ-ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥାଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Gade chapit la Kopi

ଓଡିଆ ବାଇବେଲ

31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେରୂପ ଆଜ୍ଞା ଦେଇଥିଲେ, ସେରୂପ ମୋଶାଙ୍କର ବ୍ୟବସ୍ଥାଗ୍ରନ୍ଥର ଲେଖାନୁସାରେ, ଯହିଁ ଉପରେ କୌଣସି ମନୁଷ୍ୟ ଲୁହା ଉଞ୍ଚାଇ ନାହିଁ, ଏପରି ଅଚଞ୍ଛା ପଥରର ଏକ ଯଜ୍ଞବେଦି ସେ ନିର୍ମାଣ କଲେ; ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Gade chapit la Kopi

ପବିତ୍ର ବାଇବଲ

31 ସଦାପ୍ରଭୁଙ୍କ ସେବକ ମୋଶା ଇସ୍ରାଏଲ ସନ୍ତାନଗଣକୁ ଯେ ରୂପେ ଆଜ୍ଞା ଦେଇଥିଲେ, ସେହିପରି ଭାବରେ ମୋଶାଙ୍କର ବ୍ୟବସ୍ଥା ଗ୍ରନ୍ଥର ଲେଖାନୁସାରେ ଯହିଁ ଉପରେ କୌଣସି ମଣିଷ ଲୁହା ଉଞ୍ଚାଇ ନାହିଁ। ଏପରି ଅଚଞ୍ଛା ପଥରରେ ଯଜ୍ଞବେଦି ସେ ନିର୍ମାଣ କଲେ। ତହିଁ ଉପରେ ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କଲେ।

Gade chapit la Kopi




ଯିହୋଶୂୟ 8:31
16 Referans Kwoze  

ଆଉ, ମୋଶାଙ୍କ ପୁସ୍ତକର ଲିଖନାନୁସାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗକରଣାର୍ଥେ ଲୋକମାନଙ୍କ ସନ୍ତାନମାନଙ୍କୁ ସେମାନଙ୍କ ପିତୃବଂଶୀୟ ବିଭାଗାନୁସାରେ ଦେବା ପାଇଁ ସେମାନେ ହୋମବଳି ଉଠାଇ ନେଲେ, ଆଉ ସେମାନେ ବୃଷମାନଙ୍କୁ ସେହିପରି କଲେ।


ଏହି ବ୍ୟବସ୍ଥା-ପୁସ୍ତକ ତୁମ୍ଭ ମୁଖରୁ ବିଚଳିତ ନ ହେଉ, ମାତ୍ର ତୁମ୍ଭେ ତହିଁର ଲେଖାନୁସାରେ ମାନିବାକୁ ଓ କରିବାକୁ ଦିବାରାତ୍ର ତାହା ଧ୍ୟାନ କର; ତାହା କଲେ, ତୁମ୍ଭେ ଆପଣା ପଥ ସଫଳ କରିବ ଓ ତୁମ୍ଭେ କୁଶଳ ପ୍ରାପ୍ତ ହେବ।


ଆଉ, ସେ ଇସ୍ରାଏଲ-ସନ୍ତାନଗଣର ଯୁବାମାନଙ୍କୁ ପଠାନ୍ତେ, ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥେ ଓ ମଙ୍ଗଳାର୍ଥେ ବୃଷମାନଙ୍କୁ ବଳିଦାନ କଲେ।


ଏଥିଉତ୍ତାରେ ମୋଶାଙ୍କ ଶ୍ୱଶୁର ଯିଥ୍ରୋ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ; ପୁଣି, ହାରୋଣ ଓ ଇସ୍ରାଏଲର ସମସ୍ତ ପ୍ରାଚୀନବର୍ଗ ଆସି ପରମେଶ୍ୱରଙ୍କ ସମ୍ମୁଖରେ ମୋଶାଙ୍କ ଶ୍ୱଶୁର ସଙ୍ଗରେ ଭୋଜନ କଲେ।


ଆଉ, ଶୟତାନ ଯଦି ଶୟତାନକୁ ଛଡ଼ାଏ, ତାହାହେଲେ ସେ ବିଭକ୍ତ ହୋଇ ଆପଣା ବିରୁଦ୍ଧରେ ଉଠିଲାଣି ତେବେ ତାହାର ରାଜ୍ୟ କିପ୍ରକାରେ ସ୍ଥିର ହୋଇ ରହିବ?


ସେହି ଦିନ ସେମାନେ ଲୋକମାନଙ୍କ କର୍ଣ୍ଣଗୋଚରରେ ମୋଶାଙ୍କ ପୁସ୍ତକରୁ ପାଠ କଲେ; ପୁଣି, ତହିଁ ମଧ୍ୟରେ ଲିଖିତ ଏହି କଥା ମିଳିଲା ଯେ, ଅମ୍ମୋନୀୟ ଓ ମୋୟାବୀୟ ଲୋକ ଅନନ୍ତକାଳ ପରମେଶ୍ୱରଙ୍କ ସମାଜରେ ପ୍ରବେଶ କରିବେ ନାହିଁ,


ପୁଣି, ସେମାନେ ମୋଶା-ପୁସ୍ତକର ଲିଖନାନୁସାରେ ଯିରୂଶାଲମରେ ପରମେଶ୍ୱରଙ୍କ ସେବାର୍ଥେ ଯାଜକମାନଙ୍କୁ ସେମାନଙ୍କ ବିଭାଗାନୁସାରେ ଓ ଲେବୀୟମାନଙ୍କୁ ସେମାନଙ୍କ ପାଳି ଅନୁସାରେ ନିଯୁକ୍ତ କଲେ।


ତଥାପି ସେ ସେମାନଙ୍କ ସନ୍ତାନଗଣକୁ ବଧ କଲେ ନାହିଁ; “ମାତ୍ର ସନ୍ତାନଗଣ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ, କିଅବା ପିତୃଗଣ ପାଇଁ ସନ୍ତାନଗଣର ପ୍ରାଣଦଣ୍ଡ ହେବ ନାହିଁ,” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ; ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ କର୍ମ କଲେ।


ସେତେବେଳେ ହିଲ୍‍କୀୟ ମହାଯାଜକ ଶାଫନ୍‍ ଲେଖକଙ୍କୁ କହିଲା, “ଆମ୍ଭେ ସଦାପ୍ରଭୁଙ୍କ ଗୃହରେ ଏହି ବ୍ୟବସ୍ଥା-ପୁସ୍ତକ ପାଇଅଛୁ।” ଆଉ ହିଲ୍‍କୀୟ ଶାଫନ୍‍କୁ ସେହି ପୁସ୍ତକ ଦିଅନ୍ତେ, ସେ ତାହା ପାଠ କଲା।


“ମାତ୍ର ସନ୍ତାନମାନଙ୍କ ପାଇଁ ପିତୃଗଣର ପ୍ରାଣଦଣ୍ଡ ହେବ ନାହିଁ; କିଅବା ପିତୃଗଣ ପାଇଁ ସନ୍ତାନମାନଙ୍କର ପ୍ରାଣଦଣ୍ଡ ହେବ ନାହିଁ;” କିନ୍ତୁ ପ୍ରତ୍ୟେକ ଲୋକ ନିଜ ପାପ ଲାଗି ମୃତ୍ୟୁୁଭୋଗ କରିବ, ମୋଶାଙ୍କର ବ୍ୟବସ୍ଥା-ପୁସ୍ତକରେ ଲିଖିତ ସଦାପ୍ରଭୁଙ୍କର ଏହି ଆଜ୍ଞା ପ୍ରମାଣେ ସେ ସେହି ହତ୍ୟାକାରୀମାନଙ୍କ ସନ୍ତାନଗଣର ପ୍ରାଣଦଣ୍ଡ କଲେ ନାହିଁ।


ପୁଣି ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭେ ଯେଉଁ ଦିନ ଯର୍ଦ୍ଦନ ପାର ହୋଇ ସେଠାରେ ଉପସ୍ଥିତ ହେବ, ସେହି ଦିନ ଆପଣା ନିମନ୍ତେ କେତେକ ବୃହତ ପ୍ରସ୍ତର ସ୍ଥାପନ କରିବ ଓ ତାହା ଚୂନରେ ଲେପିବ।


ପୁଣି ତୁମ୍ଭେ ସେହି ପ୍ରସ୍ତର ଉପରେ ଏହି ବ୍ୟବସ୍ଥାର ସମସ୍ତ କଥା ଉତ୍ତମ ରୂପେ ଖୋଳି ଲେଖିବ।”


Swiv nou:

Piblisite


Piblisite