Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ତଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।

Gade chapit la Kopi

ଓଡିଆ ବାଇବେଲ

27 ଆଉ ଯିହୋଶୂୟ ସେମାନଙ୍କୁ ସେହି ଦିନରୁ ଆଜିଯାଏ, ସଦାପ୍ରଭୁଙ୍କ ମନୋନୀତ ସ୍ଥାନରେ ମଣ୍ଡଳୀର ଓ ସଦାପ୍ରଭୁଙ୍କ ଯଜ୍ଞବେଦିର କାଠକଟାଳୀ ଓ ଜଳକଢ଼ାଳୀ କଲେ।

Gade chapit la Kopi

ପବିତ୍ର ବାଇବଲ

27 ଯିହୋଶୂୟ ଗିବିୟୋନୀୟମାନଙ୍କୁ ଇସ୍ରାଏଲ ପାଇଁ କ୍ରୀତଦାସ ଭାବେ ଗ୍ରହଣ କଲେ। ଆଉ ସେହି ଦିନଠାରୁ ସଦାପ୍ରଭୁଙ୍କ ଯଜ୍ଞବେଦିରେ ଇସ୍ରାଏଲ ଲୋକମାନଙ୍କ ପାଇଁ କାଠ ‌‌କଟାଳୀ ଓ ଜଳ ‌‌କଢ଼ାଳୀରୂପେ କାର୍ଯ୍ୟ କଲେ। ସଦାପ୍ରଭୁ ଏହା କରାଇବାକୁ ଯେବେ ପସନ୍ଦ କଲେ। ସେମାନେ ଆଜି ପର୍ଯ୍ୟନ୍ତ ଦାସ ଅଟନ୍ତି।

Gade chapit la Kopi




ଯିହୋଶୂୟ 9:27
9 Referans Kwoze  

ମାତ୍ର ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ରଖିବା ନିମନ୍ତେ ତୁମ୍ଭମାନଙ୍କ ସମସ୍ତ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ତାହାଙ୍କ ସେହି ନିବାସ ସ୍ଥାନ ତୁମ୍ଭେମାନେ ଅନ୍ୱେଷଣ କରିବ ଓ ସେହି ସ୍ଥାନକୁ ତୁମ୍ଭେ ଯିବ;


ଏନିମନ୍ତେ ଅଧିପତିମାନେ ସେମାନଙ୍କୁ କହିଲେ, ଏମାନେ ଜୀବିତ ଥାଉନ୍ତୁ; ମାତ୍ର ଅଧିପତିଗଣର ବାକ୍ୟାନୁସାରେ ସେମାନେ ସମସ୍ତ ମଣ୍ଡଳୀର କାଠକଟାଳୀ ଓ ଜଳକଢ଼ାଳୀ ହେବେ।


ତହିଁରେ ସେ ସେମାନଙ୍କ ପ୍ରତି ତାହା ହିଁ କରି ଇସ୍ରାଏଲ-ସନ୍ତାନଗଣ ହସ୍ତରୁ ରକ୍ଷା କଲେ, ଏଣୁ ସେମାନେ ସେମାନଙ୍କୁ ବଧ କଲେ ନାହିଁ।


ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,


ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”


ତହିଁରେ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କର ଲଭ୍ୟ ସେହି ଅର୍ଦ୍ଧାଂଶରୁ ମନୁଷ୍ୟ ଓ ପଶୁର ପ୍ରତ୍ୟେକ ପଚାଶ ମଧ୍ୟରୁ ଗୋଟିଏ ଲେଖାଏଁ ନେଇ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ସଦାପ୍ରଭୁଙ୍କ ଆବାସର ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦେଲେ।


ସେତେବେଳେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଆପଣା ନାମ ବାସ କରିବା ପାଇଁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନକୁ ତୁମ୍ଭେମାନେ ମୋହର ଆଜ୍ଞାନୁସାରେ ଆପଣା ଆପଣା ହୋମ-ନୈବେଦ୍ୟ ଓ ଆପଣା ଆପଣା ବଳିଦାନ, ଆପଣା ଆପଣା ଦଶମାଂଶ, ଆପଣା ଆପଣା ହସ୍ତର ଉତ୍ତୋଳନୀୟ ଉପହାର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମନାସିବାର ତୁମ୍ଭମାନଙ୍କ ସକଳ ମନୋନୀତ ମାନତ ଆଣିବ।


ମାତ୍ର ସଦାପ୍ରଭୁ ତୁମ୍ଭ ବଂଶ ମଧ୍ୟରୁ ଯେଉଁ ସ୍ଥାନ ମନୋନୀତ କରିବେ, ସେହି ସ୍ଥାନରେ ତୁମ୍ଭେ ଆପଣା ହୋମବଳିଦାନାଦି ଉତ୍ସର୍ଗ କରିବ ଓ ଆମ୍ଭେ ତୁମ୍ଭକୁ ଯାହା ଯାହା ଆଜ୍ଞା କରୁଅଛୁ, ତାହାସବୁ ସେଠାରେ କରିବ।


ତହିଁରେ ଆପଣଙ୍କ ଯେତେ କାଷ୍ଠ ପ୍ରୟୋଜନ ହେବ, ତାହା ଆମ୍ଭେମାନେ ଲିବାନୋନରୁ କାଟିବୁ; ଆଉ ଆମ୍ଭେମାନେ ଭେଳା ବାନ୍ଧି ସମୁଦ୍ର ପଥରେ ଯାଫୋରେ ଆପଣଙ୍କ ନିକଟରେ ପହଞ୍ଚାଇ ଦେବୁ; ତହୁଁ ଆପଣ ତାହା ଯିରୂଶାଲମକୁ ନେଇଯିବେ।”


Swiv nou:

Piblisite


Piblisite