Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ନଦିଲେ;

Gade chapit la Kopi

ଓଡିଆ ବାଇବେଲ

4 ସେତେବେଳେ ସେମାନେ ମଧ୍ୟ ସତର୍କ ହୋଇ କର୍ମ କଲେ, ସେମାନେ ଯାଇ ରାଜଦୂତ ବେଶ ଧରି ଆପଣା ଆପଣା ଗର୍ଦ୍ଦଭ ଉପରେ ପୁରୁଣା ଅଖା, ପୁଣି ପୁରୁଣା ଓ ଚିରା ଓ ଗଣ୍ଠିପଡ଼ା ଦ୍ରାକ୍ଷାରସ କୁମ୍ପା ଲଦିଲେ;

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ସେମାନେ କପଟଭାବରେ କାର୍ଯ୍ୟ କଲେ। ସେମାନେ ପୁରୁଣା ଅଖା ଓ ତାଳିପକା ଦ୍ରାକ୍ଷାକୁମ୍ପା ଗଧ ଉପରେ ନଦିଲେ।

Gade chapit la Kopi




ଯିହୋଶୂୟ 9:4
12 Referans Kwoze  

ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।


ଆଉ କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ତାହା କୁମ୍ପା ଫଟାଇଦିଏ, ପୁଣି, ଦ୍ରାକ୍ଷାରସ ଓ କୁମ୍ପା ଉଭୟ ନଷ୍ଟ ହୁଏ। କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ।”


“ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି, ଅତଏବ ସର୍ପ ପରି ବୁଦ୍ଧିମାନ ଓ କପୋତ ପରି ଅହିଂସକ ହୁଅ।


ଆଉ ଲୋକେ ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖନ୍ତି ନାହିଁ; ରଖିଲେ କୁମ୍ପା ଫାଟିଯାଏ ଓ ଦ୍ରାକ୍ଷାରସ ପଡ଼ିଯାଏ, ଆଉ କୁମ୍ପାସବୁ ନଷ୍ଟ ହୁଏ; କିନ୍ତୁ ଲୋକେ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖନ୍ତି, ପୁଣି, ଉଭୟ ରକ୍ଷା ପାଏ।”


କାରଣ ମୁଁ ଧୂମସ୍ଥିତ କୁମ୍ପା ତୁଲ୍ୟ ହୋଇଅଛି। ତଥାପି ମୁଁ ତୁମ୍ଭର ବିଧିସବୁ ପାସୋରୁ ନାହିଁ।


ତେବେ ଶିଖିମ ଯାକୁବର ପୁତ୍ରମାନଙ୍କ ଭଉଣୀ ଦୀଣାକୁ ଭ୍ରଷ୍ଟା କରିଥିବାରୁ ସେମାନେ ଶିଖିମ ଓ ତାହାର ପିତା ହମୋର ସଙ୍ଗେ ଛଳ ଭାବରେ କଥାବାର୍ତ୍ତା କରି କହିଲେ,


ମାତ୍ର ଯିରୀହୋ ପ୍ରତି ଓ ଅୟ ପ୍ରତି ଯିହୋଶୂୟ ଯେ ଯେ କର୍ମ କରିଥିଲେ, ତାହା ଯେତେବେଳେ ଗିବୀୟୋନ୍‍ ନିବାସୀମାନେ ଶୁଣିଲେ,


ଆଉ ସେମାନଙ୍କ ପାଦରେ ପୁରୁଣା ଓ ତାଳିପଡ଼ା ଜୋତା, ପୁଣି ଦେହରେ ପୁରୁଣା ଲୁଗା ଦେଲେ; ପୁଣି ସେମାନଙ୍କ ପାଥେୟ ରୁଟି ଶୁଖିଲା ଓ ଗମରା ହୋଇ ଯାଇଥିଲା।


ପୁଣି ଏହି ଯେସବୁ ଦ୍ରାକ୍ଷାରସ କୁମ୍ପା ଭର୍ତ୍ତି କରି ଆଣିଥିଲୁ, ତାହା ନୂଆ ଥିଲା, ମାତ୍ର ଦେଖନ୍ତୁ, ସବୁ ଆସି ଚିରି ଗଲାଣି; ଆଉ ଆମ୍ଭମାନଙ୍କ ଏହି ଲୁଗା ଓ ଜୋତା ଅତି ଦୂର ଯାତ୍ରା ସକାଶୁ ପୁରୁଣା ହୋଇଗଲାଣି।


ଆମ୍ଭେମାନେ ଆପଣମାନଙ୍କ ନିକଟକୁ ଆସିବା ନିମନ୍ତେ ଯାତ୍ରା କରିବା ଦିନ ଗୃହରୁ ତତଲା ରୁଟି ଆଣିଥିଲୁ; ମାତ୍ର ଏବେ ଦେଖନ୍ତୁ, ତାହା ଶୁଖିଲା ଓ ଗମରା ହୋଇ ଯାଇଅଛି।


Swiv nou:

Piblisite


Piblisite