Biblia Todo Logo
Bib sou entènèt

- Piblisite -




ଯିହୋଶୂୟ 9:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ସେମାନେ ତାଙ୍କୁ କହିଲେ, ସଦାପ୍ରଭୁ ଆପଣଙ୍କ ପରମେଶ୍ଵରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି,

Gade chapit la Kopi

ଓଡିଆ ବାଇବେଲ

9 ସେମାନେ ତାଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱରଙ୍କ ନାମ ସକାଶୁ ଆପଣଙ୍କ ଦାସମାନେ ଅତି ଦୂର ଦେଶରୁ ଆସିଅଛନ୍ତି; କାରଣ ତାହାଙ୍କର କୀର୍ତ୍ତି ଓ ସେ ମିସରରେ ଯେସମସ୍ତ କର୍ମ କରିଅଛନ୍ତି।”

Gade chapit la Kopi

ପବିତ୍ର ବାଇବଲ

9 ଲୋକମାନେ ଉତ୍ତର ଦେଲେ, “ଆମ୍ଭେମାନେ ତୁମ୍ଭର ସେବକଗଣ। ଆମ୍ଭେମାନେ ବହୁତ ଦୂର ଦେଶରୁ ଆସିଅଛୁ। ଆମ୍ଭେମାନେ ଆସିଲୁ, କାରଣ ଆମ୍ଭେମାନେ ସଦାପ୍ରଭୁ ତୁମ୍ଭର ପରମେଶ୍ୱରଙ୍କର ଆଶ୍ଚର୍ଯ୍ୟ କାର୍ଯ୍ୟମାନ ବିଷୟରେ ଶୁଣିଲୁ। ସେ କିପରି ମିଶରରେ ଆଶ୍ଚର୍ଯ୍ୟ କାର୍ଯ୍ୟମାନ କଲେ ତାହା ଆମ୍ଭେ ଜାଣିବାକୁ ପାଇଲୁ।

Gade chapit la Kopi




ଯିହୋଶୂୟ 9:9
21 Referans Kwoze  

ଏଥିରେ ସେମାନେ ଯିହୋଶୂୟଙ୍କୁ ଉତ୍ତର କରି କହିଲେ, “ତୁମ୍ଭମାନଙ୍କୁ ଏହି ସମସ୍ତ ଦେଶ ଦେବାକୁ ଓ ତୁମ୍ଭମାନଙ୍କ ସମ୍ମୁଖରୁ ଏହି ଦେଶ ନିବାସୀ ସମସ୍ତ ଲୋକଙ୍କୁ ବିନାଶ କରିବାକୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବକ ମୋଶାଙ୍କୁ ଯେପରି ଆଜ୍ଞା ଦେଇଥିଲେ, ତାହା ନିଶ୍ଚିତ ରୂପେ ତୁମ୍ଭ ଦାସମାନଙ୍କୁ କୁହାଯାଇଅଛି; ଏହେତୁ ଆମ୍ଭେମାନେ ତୁମ୍ଭମାନଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ବିଷୟରେ ଅତିଶୟ ଭୀତ ହୋଇ ଏହି କାର୍ଯ୍ୟ କରିଅଛୁ।


ଯେଉଁ ଯେଉଁ ନଗର ଏହି ଗୋଷ୍ଠୀୟ ଲୋକମାନଙ୍କର ନୁହେଁ, ତୁମ୍ଭଠାରୁ ଅତି ଦୂରବର୍ତ୍ତୀ ଏପରି ସମସ୍ତ ନଗର ପ୍ରତି ଏହି ପ୍ରକାର କରିବ।


ପୁଣି, ଆମ୍ଭେ ସେମାନଙ୍କ ମଧ୍ୟରେ ଏକ ଚିହ୍ନ ସ୍ଥାପନ କରିବା ଓ ସେମାନଙ୍କ ମଧ୍ୟରୁ ରକ୍ଷାପ୍ରାପ୍ତ ଲୋକମାନଙ୍କୁ ଆମ୍ଭେ ନାନା ଦେଶୀୟମାନଙ୍କ ନିକଟକୁ, ତର୍ଶୀଶ, ପୂଲ୍‍ ଓ ଲୁଦ୍‍, ଯେଉଁମାନେ ଧନୁର୍ଦ୍ଧାରୀ, ତୁବଲ୍‍ ଓ ଯବନ, ଇତ୍ୟାଦି ଯେଉଁ ଦୂରସ୍ଥ ଦ୍ୱୀପଗଣ ଆମ୍ଭର ସୁଖ୍ୟାତି ବିଷୟ କେବେ ଶୁଣି ନାହାନ୍ତି, କିଅବା ଆମ୍ଭର ପ୍ରତାପ ଦେଖି ନାହାନ୍ତି, ସେମାନଙ୍କ ନିକଟକୁ ପ୍ରେରଣ କରିବା ଓ ସେମାନେ ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ମହିମା ପ୍ରକାଶ କରିବେ।


ଦେଖ, ଯେଉଁ ଗୋଷ୍ଠୀକୁ ତୁମ୍ଭେ ଜାଣୁ ନାହଁ, ତାହାକୁ ତୁମ୍ଭେ ଆହ୍ୱାନ କରିବ ଓ ଯେଉଁ ଗୋଷ୍ଠୀ ତୁମ୍ଭକୁ ଜାଣିଲା ନାହିଁ, ସେ ତୁମ୍ଭ ନିକଟକୁ ଦୌଡ଼ିବ, ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ସକାଶୁ ଏହା ଘଟିବ; କାରଣ ସେ ତୁମ୍ଭଙ୍କୁ ଗୌରବାନ୍ୱିତ କରିଅଛନ୍ତି।


ସେସମସ୍ତେ ସଦାପ୍ରଭୁଙ୍କ ନାମର ପ୍ରଶଂସା କରନ୍ତୁ; କାରଣ କେବଳ ତାହାଙ୍କ ନାମ ଉନ୍ନତ ଅଟେ; ତାହାଙ୍କର ମହିମା ପୃଥିବୀ ଓ ସ୍ୱର୍ଗର ଉପରିସ୍ଥ।


ତହିଁରେ ସଦାପ୍ରଭୁ ନାମରେ ଖ୍ୟାତ ଯେ ତୁମ୍ଭେ, କେବଳ ତୁମ୍ଭେ ଯେ ସମୁଦାୟ ଭୂମଣ୍ଡଳରେ ସର୍ବୋପରିସ୍ଥ ଅଟ, ଏହା ସେମାନେ ଜାଣି ପାରିବେ।


ପୁଣି, ତାହାଙ୍କର ଗୌରବାନ୍ୱିତ ନାମ ଅନନ୍ତକାଳ ଧନ୍ୟ ହେଉ ଓ ତାହାଙ୍କ ଗୌରବରେ ସମୁଦାୟ ପୃଥିବୀ ପରିପୂର୍ଣ୍ଣ ହେଉ। ଆମେନ୍‍, ଆମେନ୍‍।


ଯେଶୂୟ ଓ କଦ୍‍ମୀୟେଲ, ବାନି, ହଶବନୀୟ, ଶେରେବୀୟ, ହୋଦୀୟ, ଶବନୀୟ ଓ ପଥାହୀୟ, ଓ ଲେବୀୟମାନେ କହିଲେ, “ଉଠ, ଅନାଦିକାଳରୁ ଅନନ୍ତକାଳସ୍ଥାୟୀ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କର ଧନ୍ୟବାଦ କର; ପୁଣି, ସକଳ ଧନ୍ୟବାଦ ଓ ପ୍ରଶଂସାରୁ ଉନ୍ନତ ତୁମ୍ଭ ପ୍ରତାପାନ୍ୱିତ ନାମ ଧନ୍ୟ ହେଉ।


ଆହୁରି ଯେ ତୁମ୍ଭର ଇସ୍ରାଏଲ ଲୋକଙ୍କର ମଧ୍ୟବର୍ତ୍ତୀ ନୁହେଁ, ଏପରି କୌଣସି ବିଦେଶୀ ଯେବେ ତୁମ୍ଭ ନାମ ସକାଶୁ ଦୂର ଦେଶରୁ ଆସେ;


ବର୍ତ୍ତମାନ ଯଦି ତୁମ୍ଭେ ଏହି ଲୋକମାନଙ୍କୁ ଏକ ମନୁଷ୍ୟ ତୁଲ୍ୟ ବଧ କରିବ, ତେବେ ଯେଉଁ ଅନ୍ୟ ଦେଶୀୟ ଲୋକମାନେ ତୁମ୍ଭର କୀର୍ତ୍ତିର କଥା ଶୁଣିଅଛନ୍ତି, ସେମାନେ କହିବେ,


ଲୋକମାନେ ଏହା ଶୁଣିଅଛନ୍ତି, ସେମାନେ କମ୍ପୁଅଛନ୍ତି; ବେଦନା ପଲେଷ୍ଟୀୟ ନିବାସୀମାନଙ୍କୁ ଆକ୍ରାନ୍ତ କରିଅଛି।


ମାତ୍ର ତୁମ୍ଭକୁ ଆପଣା ପରାକ୍ରମ ଦେଖାଇବାକୁ ଓ ସମୁଦାୟ ପୃଥିବୀରେ ଯେପରି ଆମ୍ଭର ନାମ କୀର୍ତ୍ତିତ ହେବ, ପ୍ରକୃତରେ ଏଥିପାଇଁ ଆମ୍ଭେ ତୁମ୍ଭକୁ ସ୍ଥାପନ କରି ରଖିଅଛୁ।


କାରଣ ଅଶୁଚି ଆତ୍ମାବିଷ୍ଟ ଅନେକ ଲୋକଙ୍କଠାରୁ ସେହି ଆତ୍ମାଗୁଡ଼ାକ ଉଚ୍ଚସ୍ୱରରେ ଚିତ୍କାର କରି ବାହାରିଆସିବାକୁ ଲାଗିଲେ, ପୁଣି, ଅନେକ ପକ୍ଷାଘାତରୋଗୀ ଓ ଖଞ୍ଜ ସୁସ୍ଥ ହେଲେ।


ଏଥିଉତ୍ତାରେ ମୋଶା କାଦେଶରୁ ଇଦୋମୀୟ ରାଜା ନିକଟକୁ ଦୂତମାନଙ୍କ ଦ୍ୱାରା କହି ପଠାଇଲେ, ତୁମ୍ଭର ଭ୍ରାତା ଇସ୍ରାଏଲ ଏରୂପ କହଇ, “ଆମ୍ଭମାନଙ୍କ ପ୍ରତି ଯେଉଁ ସମସ୍ତ କ୍ଳେଶ ଘଟିଅଛି,


ପୁଣି ସେ ଯର୍ଦ୍ଦନ ସେପାରିସ୍ଥ ହିଷ୍‍ବୋନ-ରାଜା ସୀହୋନ ଓ ଅଷ୍ଟାରୋତ୍‍ ନିବାସୀ ବାଶନ-ରାଜା ଓଗ୍‍, ଇମୋରୀୟମାନଙ୍କ ଏହି ଦୁଇ ରାଜା ପ୍ରତି ଯେ ଯେ କର୍ମ କରିଅଛନ୍ତି, ତାହାସବୁ ଆମ୍ଭେମାନେ ଶୁଣିଅଛୁ।


ଏହିରୂପେ ସେମାନଙ୍କ ସହିତ ନିୟମ ସ୍ଥିର କରିବାର ତିନି ଦିନ ଗତ ହୁଅନ୍ତେ, ସେମାନେ ଶୁଣିଲେ ଯେ, ଏମାନେ ଆମ୍ଭମାନଙ୍କ ନିକଟସ୍ଥ ଲୋକ ଓ ଆମ୍ଭମାନଙ୍କ ମଧ୍ୟରେ ବାସ କରୁଅଛନ୍ତି।


ଏଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଯାତ୍ରା କରି ତୃତୀୟ ଦିବସରେ ସେମାନଙ୍କ ନଗରମାନଙ୍କରେ ଉପସ୍ଥିତ ହେଲେ। ଗିବୀୟୋନ୍‍ ଓ କଫୀରା ଓ ବେରୋତ ଓ କିରୀୟଥ୍‍-ଯିୟାରୀମ୍‍ ସେମାନଙ୍କ ନଗର ଥିଲା।


ତହିଁରେ ସେ ଯେବେ ସନ୍ଧିରେ ସମ୍ମତ ହୋଇ ତୁମ୍ଭ ନିମନ୍ତେ ଦ୍ୱାର ଫିଟାଇ ଦିଏ, ତେବେ ତହିଁ ମଧ୍ୟରେ ଯେତେ ଲୋକ ଦେଖାଯିବେ, ସେମାନେ ତୁମ୍ଭର ଦାସ ହେବେ ଓ ତୁମ୍ଭର ସେବା କରିବେ।


ସେ ସେମାନଙ୍କ ପିତୃଗଣ ସାକ୍ଷାତରେ ମିସର ଦେଶରେ, ସୋୟନ-ପଦାରେ ନାନା ଆଶ୍ଚର୍ଯ୍ୟକର୍ମ କଲେ।


Swiv nou:

Piblisite


Piblisite