Biblia Todo Logo
Bib sou entènèt

- Piblisite -




ବିଳାପ 1:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି? ତଦ୍ଦ୍ଵାରା ସଦାପ୍ରଭୁ ଆପଣା ପ୍ରଚଣ୍ତ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

12 ହେ ପଥିକ ସମସ୍ତେ, ଏହା କି ତୁମ୍ଭମାନଙ୍କ ପ୍ରତି କିଛି ନୁହେଁ ? ଦେଖି ବୁଝ, ମୋତେ ଯେଉଁ ଦୁଃଖ ଦିଆ ଯାଇଅଛି, ମୋହର ସେହି ଦୁଃଖ ପରି କି କୌଣସି ଦୁଃଖ ଅଛି ? ତଦ୍ଦ୍ୱାରା ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧର ଦିନରେ ମୋତେ କ୍ଳେଶଯୁକ୍ତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

12 ହେ ପଥିକଗଣ, ମୋତେ ଗ୍ଭହଁ ଏବଂ ଦେଖ କି ଦାରୁଣ ଯନ୍ତ୍ରଣା ମୁଁ ଭୋଗୁଅଛି। ଏପରି ଯନ୍ତ୍ରଣା ଓ ଦୁଃଖ ଅନ୍ୟ କିଏ ପାଇଛି କି? ସଦାପ୍ରଭୁ ଆପଣା ପ୍ରଚଣ୍ଡ କ୍ରୋଧରେ ମୋ’ ପ୍ରତି ଦଣ୍ଡ ବିଧାନ କରିଛନ୍ତି।

Gade chapit la Kopi




ବିଳାପ 1:12
18 Referans Kwoze  

ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରାଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।


ସଦାପ୍ରଭୁ ଆପଣା ମନର ଅଭିପ୍ରାୟ ସଫଳ ଓ ସିଦ୍ଧ ନ କରିବା ପର୍ଯ୍ୟନ୍ତ ତାହାଙ୍କର ପ୍ରଜ୍ୱଳିତ କ୍ରୋଧ ନିବୃତ୍ତ ହେବ ନାହିଁ; ତୁମ୍ଭେମାନେ ଅନ୍ତିମ କାଳରେ ଏହା ବୁଝିବ।


ଏଥିରେ ସେମାନଙ୍କର ଦେଶକୁ ବିସ୍ମୟର ଓ ନିତ୍ୟ ଶୀସ୍‍ ଶବ୍ଦର ପାତ୍ର କରନ୍ତି; ତହିଁର ନିକଟ ଦେଇ ଗମନକାରୀ ପ୍ରତ୍ୟେକ ଲୋକ ବିସ୍ମୟାପନ୍ନ ହୋଇ ଆପଣା ମସ୍ତକ ହଲାଇବ।


କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ।


ଆଗୋ ଯିରୂଶାଲମର କନ୍ୟେ, ମୁଁ ତୁମ୍ଭକୁ କିପରି ସାନ୍ତ୍ୱନା ଦେବି? ମୁଁ କାହା ସହିତ ତୁମ୍ଭର ଉପମା ଦେବି? ଆଗୋ ସିୟୋନ କୁମାରୀ, ମୁଁ ତୁମ୍ଭକୁ ସାନ୍ତ୍ୱନା ଦେବା ପାଇଁ କାହାର ସମାନ ତୁମ୍ଭକୁ କରିବି? କାରଣ ତୁମ୍ଭର କ୍ଷତ ସମୁଦ୍ର ପରି ବଡ଼; କିଏ ତୁମ୍ଭକୁ ସୁସ୍ଥ କରିପାରେ?


ଏହେତୁ ଆମ୍ଭେ ଆକାଶମଣ୍ଡଳକୁ କମ୍ପାନ୍ୱିତ କରିବା, ଆଉ ସୈନ୍ୟାଧିପତି ସଦାପ୍ରଭୁଙ୍କ କୋପରେ ଓ ତାହାଙ୍କ ପ୍ରଚଣ୍ଡ କ୍ରୋଧର ଦିନରେ ପୃଥିବୀ ଟଳି ସ୍ୱସ୍ଥାନ ଚ୍ୟୁତ ହେବ।


ତୁମ୍ଭ ପ୍ରଚଣ୍ଡ କୋପ ମୋʼ ଉପର ଦେଇ ଯାଇଅଛି; ତୁମ୍ଭର ତ୍ରାସସବୁ ମୋତେ ଉଚ୍ଛିନ୍ନ କରିଅଛି।


ଏଥିସକାଶୁ ତୁମ୍ଭେମାନେ ଚଟ ପିନ୍ଧି ବିଳାପ ଓ ହାହାକାର କର; କାରଣ ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆମ୍ଭମାନଙ୍କଠାରୁ ଫେରି ନାହିଁ।”


ହାୟ ହାୟ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।


ଦେଖ, ସଦାପ୍ରଭୁଙ୍କର ତୋଫାନ, ଅର୍ଥାତ୍‍, ତାହାଙ୍କର ପ୍ରଚଣ୍ଡ କ୍ରୋଧ, ସର୍ବନାଶକାରୀ ତୋଫାନ ନିର୍ଗତ ହୋଇଅଛି; ତାହା ଦୁଷ୍ଟମାନଙ୍କ ମସ୍ତକରେ ଲାଗିବ।


ଇସ୍ରାଏଲ କି ତୁମ୍ଭ ପ୍ରତି ପରିହାସର ବିଷୟ ହୋଇ ନ ଥିଲା? ସେ କି ଚୋରମାନଙ୍କ ମଧ୍ୟରେ ଧରା ପଡ଼ିଥିଲା? ତୁମ୍ଭେ ଯେତେ ଥର ତାହା ବିଷୟ କହୁଅଛ, ସେତେଥର ମସ୍ତକ ହଲାଉଅଛ।


ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ହାୟ ହାୟ, ମୋହର ଦୁଃଖ! ମୋହର କ୍ଷତ ଅତି ବେଦନାଯୁକ୍ତ; ତଥାପି ମୁଁ କହିଲି, “ଏହି ମୋହର ବେଦନା, ମୋତେ ଏହା ସହିବାକୁ ହେବ।”


ପ୍ରଭୁ ଆପଣା କ୍ରୋଧରେ ସିୟୋନ କନ୍ୟାକୁ କିପରି ମେଘାଚ୍ଛନ୍ନ କରିଅଛନ୍ତି! ସେ ଇସ୍ରାଏଲର ଶୋଭା ସ୍ୱର୍ଗରୁ ପୃଥିବୀକୁ ପକାଇ ଦେଇଅଛନ୍ତି, ପୁଣି ଆପଣା କ୍ରୋଧର ଦିନରେ ଆପଣା ପାଦପୀଠ ସ୍ମରଣ କରି ନାହାନ୍ତି।


Swiv nou:

Piblisite


Piblisite