Biblia Todo Logo
Bib sou entènèt

- Piblisite -




ବିଳାପ 1:13 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ସେ ଊର୍ଦ୍ଧ୍ଵରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନଯାକ ମୂର୍ଚ୍ଛିତା କରିଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

13 ସେ ଉର୍ଦ୍ଧ୍ୱରୁ ମୋ’ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋ’ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

13 ସଦାପ୍ରଭୁ ଊର୍ଦ୍ଧ୍ୱରୁ ମୋ’ ଅସ୍ଥିଗୁଡ଼ିକ ମଧ୍ୟରୁ ଅଗ୍ନି ପ୍ରେରଣ କରିଅଛନ୍ତି, ସେ ମୋର ମରଣ ପାଇଁ ଢାଲ ପାତିଛନ୍ତି ଓ ସେଥିରେ ମୋତେ ଗୁଡ଼ାଇ ଦେଇଛନ୍ତି। ସେ ମୋତେ ଅନାଥିନୀ ଓ ଦିନସାରା ଅସୁସ୍ଥା କରିଛନ୍ତି।

Gade chapit la Kopi




ବିଳାପ 1:13
31 Referans Kwoze  

ମୁଁ ଶୁଣିଲି ଓ ମୋʼ ଉଦର କମ୍ପିଲା, ସେହି ରବରେ ମୋର ଓଷ୍ଠାଧର ଥରଥର ହେଲା; ମୋʼ ଅସ୍ଥିସକଳରେ ପଚାଭାବ ପ୍ରବେଶ କଲା ଓ ମୁଁ ସ୍ୱ ସ୍ଥାନରେ କମ୍ପିତ ହେଲି; ତହିଁରେ ଯେଉଁମାନେ ସୈନ୍ୟଦଳ ଘେନି ତାହାକୁ ଆକ୍ରମଣ କରିବାକୁ ଆସିବେ, ସେହି ଲୋକମାନଙ୍କ ବିରୁଦ୍ଧରେ ଯେତେବେଳେ ଦିନ ଆସିବ, ସେତେବେଳେ ସେହି ସଙ୍କଟ ଦିନରେ ମୋତେ ବିଶ୍ରାମ କରିବାକୁ ହେବ।


ମୋହର ଚର୍ମ କୃଷ୍ଣବର୍ଣ୍ଣ ହୋଇ ମୋʼ ଠାରୁ ଝଡ଼ି ପଡ଼ୁଅଛି ଓ ମୋʼ ଅସ୍ଥିସବୁ ଉତ୍ତାପରେ ଦଗ୍ଧ ହେଉଅଛି।


ପୁଣି, ଆମ୍ଭେ ଆପଣା ଜାଲ ତାହା ଉପରେ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ, ଆଉ ଆମ୍ଭେ ତାହାକୁ ବାବିଲକୁ ନେଇଯିବା ଓ ସେ ଆମ୍ଭ ବିରୁଦ୍ଧରେ ଯେଉଁ ସତ୍ୟ-ଲଙ୍ଘନ ଅପରାଧ କରିଅଛି, ତହିଁ ସକାଶୁ ସେହି ସ୍ଥାନରେ ଆମ୍ଭେ ତାହାର ବିଚାର କରିବା।


ମୁଁ ଜଳ ପରି ଢଳା ହେଉଅଛି ଓ ମୋହର ସବୁ ଅସ୍ଥି ସନ୍ଧିରୁ ଖସି ପଡ଼ୁଅଛି। ମୋହର ହୃଦୟ ମହମ ପରି ହୋଇଅଛି; ତାହା ମୋʼ ଅନ୍ତ୍ର ମଧ୍ୟରେ ତରଳି ଯାଏ।


ତେବେ ଜାଣ ଯେ, ପରମେଶ୍ୱର ମୋʼ ବିଷୟରେ ବିପରୀତ କରିଅଛନ୍ତି ଓ ଆପଣା ଜାଲରେ ମୋତେ ଚାରିଆଡ଼େ ଘେରିଅଛନ୍ତି।


କାରଣ ଆମ୍ଭମାନଙ୍କର ଈଶ୍ବର ଗ୍ରାସକାରୀ ଅଗ୍ନି ସ୍ୱରୂପ।


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


ଆହୁରି, ଆମ୍ଭେ ତାହା ଉପରେ ଆମ୍ଭର ଜାଲ ପ୍ରସାରିବା ଓ ସେ ଆମ୍ଭ ଫାନ୍ଦରେ ଧରାଯିବ; ଆଉ, ଆମ୍ଭେ କଲ୍‍ଦୀୟମାନଙ୍କର ଦେଶ ବାବିଲକୁ ତାହାକୁ ନେଇଯିବା; ଆଉ, ଯଦ୍ୟପି ସେ ସେହି ସ୍ଥାନରେ ମରିବ, ତଥାପି ସେ ତାହା ଦେଖିବ ନାହିଁ।


ତୁମ୍ଭେ ଆମ୍ଭମାନଙ୍କୁ ଜାଲରେ ପକାଇଅଛ, ତୁମ୍ଭେ ଆମ୍ଭମାନଙ୍କ କଟିଦେଶରେ ଭାରୀ ବୋଝ ଥୋଇଅଛ।


ଯେଉଁମାନେ ଈଶ୍ବରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,


ଯେତେବେଳେ ସେମାନେ ଯିବେ, ସେତେବେଳେ ଆମ୍ଭେ ସେମାନଙ୍କ ଉପରେ ଆପଣା ଜାଲ ପ୍ରସାର କରିବା; ଆମ୍ଭେ ସେମାନଙ୍କୁ ଆକାଶର ପକ୍ଷୀଗଣ ପରି ତଳକୁ ଆଣିବା; ସେମାନଙ୍କ ସମାଜ ଯେପରି ଶୁଣିଅଛନ୍ତି, ସେହିପରି ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ଆମ୍ଭେ ଅନେକ ଗୋଷ୍ଠୀର ଏକ ସମାଜ ନେଇ ତୁମ୍ଭ ଉପରେ ଆମ୍ଭ ଜାଲ ପ୍ରସାରିବା ଓ ସେମାନେ ଆମ୍ଭ ଜାଲରେ ତୁମ୍ଭକୁ ଉପରକୁ ଆଣିବେ।


ଏଥିପାଇଁ ଆମ୍ଭମାନଙ୍କ ଅନ୍ତଃକରଣ କ୍ଷୀଣ ହୋଇଅଛି; ଏହିସବୁ କାରଣରୁ ଆମ୍ଭମାନଙ୍କର ଚକ୍ଷୁ ଧନ୍ଦଳା ହୋଇଅଛି।


ସେମାନଙ୍କର ସକଳ ଦୁଷ୍ଟତା ତୁମ୍ଭ ସମ୍ମୁଖରେ ପ୍ରବେଶ ହେଉ ଓ ତୁମ୍ଭେ ମୋହର ସକଳ ଆଜ୍ଞାଲଙ୍ଘନ ସକାଶୁ ମୋʼ ପ୍ରତି ଯେରୂପ କରିଅଛ, ସେମାନଙ୍କ ପ୍ରତି ସେରୂପେ କର; କାରଣ ମୋହର ଦୀର୍ଘ ନିଶ୍ୱାସ ଅନେକ ଓ ମୋର ହୃଦୟ ମୂର୍ଚ୍ଛିତ ହୋଇଅଛି।


ଏହେତୁ ଆମ୍ଭର ପ୍ରଚଣ୍ଡ କୋପ ଓ କ୍ରୋଧ ଢଳାଗଲା ଓ ଯିହୁଦାର ନଗରସମୂହରେ ଓ ଯିରୂଶାଲମର ସକଳ ପଥରେ ତାହା ପ୍ରଜ୍ୱଳିତ ହେଲା, ପୁଣି ଆଜିର ସଦୃଶ୍ୟ ସେସବୁ ଉତ୍ସନ୍ନ ଓ ଧ୍ୱଂସିତ ହୋଇଅଛି।


ଯେଉଁମାନେ ଖୋଦିତ ପ୍ରତିମାଗଣରେ ନିର୍ଭର କରନ୍ତି ଓ ଛାଞ୍ଚରେ ଢଳା ପ୍ରତିମାଗଣକୁ “ତୁମ୍ଭେମାନେ ଆମ୍ଭମାନଙ୍କର ଈଶ୍ୱର” ବୋଲି କୁହନ୍ତି, ସେମାନେ ବିମୁଖ ଓ ଅତିଶୟ ଲଜ୍ଜିତ ହେବେ।


ସିୟୋନକୁ ଘୃଣା କରିବା ଲୋକ ସମସ୍ତେ ଲଜ୍ଜିତ ହୋଇ ହଟି ଯାଉନ୍ତୁ।


ମୋʼ ପ୍ରାଣର ଅନ୍ୱେଷଣକାରୀମାନେ ଲଜ୍ଜିତ ଓ ଅପମାନିତ ହେଉନ୍ତୁ; ମୋହର ଅନିଷ୍ଟ ଚିନ୍ତକମାନେ ବିମୁଖ ଓ ବିବ୍ରତ ହେଉନ୍ତୁ।


କାରଣ ଦୁଃଖରେ ମୋହର ଜୀବନ ଓ ହାହାକାରରେ ମୋହର ବର୍ଷ ବହି ଯାଉଅଛି; ମୋʼ ଅପରାଧ ସକାଶୁ ମୋର ବଳ କ୍ଷୀଣ ହେଉଅଛି ଓ ମୋର ଅସ୍ଥିସବୁ କ୍ଷୟ ପାଉଅଛି।


ସେ ଆପଣା ଚରଣ ଦ୍ୱାରା ଜାଲରେ ପଡ଼େ ଓ ସେ ଫାନ୍ଦ ଉପରେ ଗମନାଗମନ କରେ।


ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍‍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।


ମୁଁ କ୍ଷୀଣ ଓ ଅତିଶୟ ଚୂର୍ଣ୍ଣ ହୋଇଅଛି। ମୁଁ ଆପଣା ଚିତ୍ତର ଅସ୍ଥିରତା ହେତୁରୁ ଆର୍ତ୍ତନାଦ କରିଅଛି।


ଅହଙ୍କାରୀମାନେ ଗୋପନରେ ମୋʼ ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋʼ ପାଇଁ ଯନ୍ତା ବସାଇ ଅଛନ୍ତି। [ସେଲା]


ତୁମ୍ଭେମାନେ ସେହି ମାଂସ ଅପକ୍ୱ କିମ୍ବା ଜଳରେ ସିଦ୍ଧ କରି ଭୋଜନ କରିବ ନାହିଁ, ମାତ୍ର ଅଗ୍ନିରେ ତାହାର ମୁଣ୍ଡ ଓ ଜଙ୍ଘ ଶରୀର ସମେତ ଦଗ୍ଧ କରି ଭୋଜନ କରିବ।


ସେ ମୋର ପଥ ବିପଥ କରି ମୋତେ ଟାଣି ଖଣ୍ଡ ଖଣ୍ଡ କରିଅଛନ୍ତି; ସେ ମୋତେ ଅନାଥ କରିଅଛନ୍ତି।


Swiv nou:

Piblisite


Piblisite