Biblia Todo Logo
Bib sou entènèt

- Piblisite -




ବିଳାପ 1:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ଵନାକାରୀ ଯେ ମୋହର ପ୍ରାଣକୁ ଆଶ୍ଵାସ ଦିଅନ୍ତା; ସେ ମୋʼଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

16 ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋ’ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋ’ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

16 “ଏହିସବୁ ବିଷୟ ପାଇଁ ମୁଁ କ୍ରନ୍ଦନ କରୁଅଛି ଓ ମୋର ଚକ୍ଷୁଯୁଗଳ ଲୋତକପୂର୍ଣ୍ଣ ହୋଇଅଛି। କାରଣ ମୋର ସାନ୍ତ୍ୱନାକାରୀ ମୋର ପ୍ରାଣକୁ ଆଶ୍ୱାସନା ଦେବା କଥା, କିନ୍ତୁ ସେ ମୋ'ଠାରୁ ଦୂରେଇ ଅଛନ୍ତି। ମୋର ସନ୍ତାନଗଣ ଅନାଥ ହୋଇଛନ୍ତି, କାରଣ ମୋର ଶତ୍ରୁଗଣ ସେମାନଙ୍କ ଉପରେ ବିଜୟଲାଭ କରିଛନ୍ତି।”

Gade chapit la Kopi




ବିଳାପ 1:16
23 Referans Kwoze  

ସେ ରାତ୍ରିରେ ଅତିଶୟ ରୋଦନ କରେ, ତାହାର ଲୋତକ ଗାଲରେ ପଡ଼ିଅଛି; ତାହାର ସମସ୍ତ ପ୍ରେମିକଙ୍କ ମଧ୍ୟରେ ତାହାକୁ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ତାହାର ବନ୍ଧୁ ସମସ୍ତେ ତାହାକୁ ପ୍ରବଞ୍ଚନା କରିଅଛନ୍ତି, ସେମାନେ ତାହାର ଶତ୍ରୁ ହୋଇଅଛନ୍ତି।


ଲୋକମାନଙ୍କର ହୃଦୟ ପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲା; ହେ ସିୟୋନ କନ୍ୟାର ପ୍ରାଚୀର, ଦିବାରାତ୍ର ଅଶ୍ରୁଧାରା ସ୍ରୋତ ପରି ବୁହାଅ; ତୁମ୍ଭେ ଆପଣାକୁ କିଛି ବିଶ୍ରାମ ଦିଅ ନାହିଁ; ତୁମ୍ଭ ଚକ୍ଷୁର ତାରା ଶାନ୍ତ ନ ହେଉ।


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ଆଉ, ତୁମ୍ଭେ ସେମାନଙ୍କୁ ଏହି କଥା କହିବ, ‘ଦିବାରାତ୍ର ଆମ୍ଭ ଚକ୍ଷୁରୁ ଜଳଧାରା ବହୁ, ତାହା ନିବୃତ୍ତ ନ ହେଉ; କାରଣ ଆମ୍ଭ ଲୋକମାନଙ୍କର ଅନୂଢ଼ା କନ୍ୟା, ମହା କ୍ଷତରେ, ମହା ଦୁଃଖଦାୟକ ଆଘାତରେ ଭଗ୍ନ ହୋଇଅଛି।


ମାତ୍ର ଯଦି ତୁମ୍ଭେମାନେ ଏ କଥା ଶୁଣିବ ନାହିଁ, ତେବେ ତୁମ୍ଭମାନଙ୍କର ଅହଙ୍କାର ସକାଶୁ ମୋହର ପ୍ରାଣ ନିରୋଳା ସ୍ଥାନରେ ରୋଦନ କରିବ ଓ ସଦାପ୍ରଭୁଙ୍କର ପଲ ବନ୍ଦୀ ଅବସ୍ଥାରେ ନୀତ ହେବା ସକାଶୁ ମୋହର ଚକ୍ଷୁ ଅତିଶୟ ରୋଦନ କରି ଅଶ୍ରୁଧାରା ବୁହାଇବ।


ଲୋକମାନେ ତୁମ୍ଭର ବ୍ୟବସ୍ଥା ପାଳନ ନ କରିବାରୁ ମୋʼ ଚକ୍ଷୁରୁ ଜଳଧାରା ବହୁଅଛି। ସାଦେ।


ଯଦ୍ୟପି ସେମାନେ ସନ୍ତାନଗଣକୁ ପ୍ରତିପାଳନ କରିବେ, ତଥାପି ଆମ୍ଭେ ସେମାନଙ୍କୁ ନିଃସନ୍ତାନ କରିବା, ତହିଁରେ ଜଣେ ମନୁଷ୍ୟ ମଧ୍ୟ ସେଠାରେ ରହିବ ନାହିଁ; ହଁ, ଆମ୍ଭେ ସେମାନଙ୍କୁ ଯେତେବେଳେ ପରିତ୍ୟାଗ କରିବା, ସେତେବେଳେ ସେମାନଙ୍କର ସନ୍ତାପ ହେବ!


ତାହାର ଅଶୁଚିତା ତାହାର ବସ୍ତ୍ରର ଅଞ୍ଚଳରେ ଥିଲା; ସେ ଆପଣାର ଶେଷ ଦଶା ସ୍ମରଣ କଲା ନାହିଁ; ଏଥିପାଇଁ ସେ ଆଶ୍ଚର୍ଯ୍ୟଜନକ ରୂପେ ଅଧଃପତିତ ହୋଇଅଛି; ତାହାର ସାନ୍ତ୍ୱନାକାରୀ କେହି ନାହାନ୍ତି। ହେ ସଦାପ୍ରଭୁ, ମୋହର ଦୁଃଖ ଦେଖ, କାରଣ ଶତ୍ରୁ ଆପଣାକୁ ବଡ଼ କରିଅଛି।


କାରଣ ମୃତ୍ୟୁୁ ଆମ୍ଭମାନଙ୍କର ଝରକା ଦେଇ ଆସି ଆମ୍ଭମାନଙ୍କ ଅଟ୍ଟାଳିକାମାନରେ ପ୍ରବେଶ କରିଅଛି; ସେ ବାହାରେ ବାଳକମାନଙ୍କୁ ଓ ଛକରେ ଯୁବାମାନଙ୍କୁ ଉଚ୍ଛିନ୍ନ କରିବାକୁ ଉଦ୍ୟତ।


ମୁଁ ପର୍ବତମାନର ବିଷୟରେ ରୋଦନ ଓ ହାହାକାର ଓ ପ୍ରାନ୍ତରସ୍ଥ ଚରାସ୍ଥାନସକଳର ବିଷୟରେ ବିଳାପ କରିବି, କାରଣ ସେସବୁ ଦଗ୍ଧ ହୋଇଅଛି ଓ ତହିଁର ମଧ୍ୟଦେଇ କେହି ଗତାୟାତ କରେ ନାହିଁ; ଅଥବା ଲୋକମାନେ ପଶୁପଲର ରବ ଶୁଣି ପାରନ୍ତି ନାହିଁ; ଆକାଶସ୍ଥ ପକ୍ଷୀଗଣ ଓ ଭୂଚର ପଶୁଗଣ ଉଭୟ ପଳାୟନ କରିଅଛନ୍ତି, ସେମାନେ ଚାଲି ଯାଇଅଛନ୍ତି।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରିପାରନ୍ତି!


ଏଥିଉତ୍ତାରେ ମୁଁ ଫେରି ସୂର୍ଯ୍ୟ ତଳେ କୃତ ଅତ୍ୟାଚାର ସବୁ ଦେଖିଲି; ଆଉ ଦେଖ, ଅତ୍ୟାଚାରପ୍ରାପ୍ତ ଲୋକମାନଙ୍କର ଅଶ୍ରୁପାତ ହୁଏ, ଓ ସେମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ; ପୁଣି, ସେମାନଙ୍କ ଉପଦ୍ରବକାରୀମାନଙ୍କ ପକ୍ଷରେ ପରାକ୍ରମ ଅଛି, ମାତ୍ର ଉପଦ୍ରବପ୍ରାପ୍ତ ଲୋକମାନଙ୍କର ସାନ୍ତ୍ୱନାକାରୀ କେହି ନାହିଁ।


ନିନ୍ଦା ମୋହର ହୃଦୟ ଭଗ୍ନ କରିଅଛି ଓ ମୁଁ ସମ୍ପୂର୍ଣ୍ଣ ଭାରାକ୍ରାନ୍ତ ହୋଇଅଛି; ପୁଣି, କେହି ଦୟା କରିବ ବୋଲି ମୁଁ ଅପେକ୍ଷା କଲି, ମାତ୍ର କେହି ନ ଥିଲା ଓ ସାନ୍ତ୍ୱନାକାରୀମାନଙ୍କର ଅପେକ୍ଷା କଲି, ମାତ୍ର କାହାକୁ ପାଇଲି ନାହିଁ।


ଆହା, ମୁଁ ଯେବେ ଦୁଃଖ ପ୍ରତିକୂଳରେ ଆପଣାକୁ ସାନ୍ତ୍ୱନା କରିପାରନ୍ତି! ମୋର ମଧ୍ୟରେ ମୋʼ ହୃଦୟ ମୂର୍ଚ୍ଛିତ।


ସେମାନଙ୍କ ଶତ୍ରୁଗଣ ମଧ୍ୟ ସେମାନଙ୍କ ପ୍ରତି ଉପଦ୍ରବ କଲେ, ପୁଣି, ସେମାନେ ସେମାନଙ୍କ ହସ୍ତ ତଳେ ବଶୀଭୂତ ହେଲେ।


ଆଗୋ ଦୁଃଖିନୀ, ତୋଫାନରେ ବିଚଳିତେ ଓ ସାନ୍ତ୍ୱନାବିହୀନେ, ଦେଖ, ଆମ୍ଭେ ନାନା ସୁନ୍ଦର ବର୍ଣ୍ଣରେ ତୁମ୍ଭର ପ୍ରସ୍ତର ବସାଇବା ଓ ନୀଳମଣି ଦ୍ୱାରା ତୁମ୍ଭର ଭିତ୍ତିମୂଳ ସ୍ଥାପନ କରିବା।


କାରଣ ହେ ଯିରୂଶାଲମ, କିଏ ତୁମ୍ଭକୁ ଦୟା କରିବ? ଅବା କିଏ ତୁମ୍ଭ ଲାଗି ବିଳାପ କରିବ? ଅଥବା ତୁମ୍ଭର ମଙ୍ଗଳ ବିଷୟ ପଚାରିବା ପାଇଁ କିଏ ତୁମ୍ଭ ନିକଟକୁ ଆସିବ?


Swiv nou:

Piblisite


Piblisite