Biblia Todo Logo
Bib sou entènèt

- Piblisite -




ବିଳାପ 1:4 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ଵାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ଵାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।

Gade chapit la Kopi

ଓଡିଆ ବାଇବେଲ

4 ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।

Gade chapit la Kopi

ପବିତ୍ର ବାଇବଲ

4 ସିୟୋନର ସମସ୍ତ ପଥ ଶୋକରେ ପରିପୂର୍ଣ୍ଣ, କାରଣ କେହି ସିୟୋନର ଧର୍ମ-ମହାସଭାକୁ ଆସୁ ନାହାନ୍ତି। ତାହାର ସମସ୍ତ ଫାଟକ ଶୂନ୍ୟ ଓ ତାହାର ଯାଜକମାନେ ବିଳାପ କରୁଛନ୍ତି। ତା'ର ସମସ୍ତ କୁମାରୀଗଣ ବିଷାଦଗ୍ରସ୍ତା ଓ ସେ ନିଜେ ମନରେ ବହୁ ପୀଡ଼ା ପାଇଅଛି।

Gade chapit la Kopi




ବିଳାପ 1:4
19 Referans Kwoze  

ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।”


“ଯିହୁଦା ଶୋକ କରୁଅଛି ଓ ତହିଁର ନଗରଦ୍ୱାରସକଳ କ୍ଷୀଣ ହୋଇଅଛି, ସେମାନେ କଳାବସ୍ତ୍ର ପିନ୍ଧି ଭୂମିରେ ବସୁଅଛନ୍ତି ଓ ଯିରୂଶାଲମର ଆର୍ତ୍ତସ୍ୱର ଊର୍ଦ୍ଧ୍ୱକୁ ଉଠିଅଛି।


କୋଳାହଳର ରବ, ଦେଖ ତାହା ଉପସ୍ଥିତ ହେଉଅଛି, ଆଉ ଯିହୁଦାର ନଗରସବୁ ଉଚ୍ଛିନ୍ନ ଓ ଶୃଗାଳମାନଙ୍କର ବାସସ୍ଥାନ କରିବା ପାଇଁ ଉତ୍ତର ଦେଶରୁ ମହାଚହଳ ଆସୁଅଛି।


ଏହେତୁ ତୁମ୍ଭମାନଙ୍କ ସକାଶୁ ସିୟୋନ କ୍ଷେତ୍ର ତୁଲ୍ୟ ଚାଷ କରାଯିବ ଓ ଯିରୂଶାଲମ ଢିପି ହେବ, ଆଉ ଗୃହର ପର୍ବତ ବନସ୍ଥ ଉଚ୍ଚସ୍ଥଳୀର ତୁଲ୍ୟ ହେବ।


ଯୁବା ଲୋକମାନେ ଚକି ବହିଲେ, ଆଉ ପିଲାମାନେ କାଷ୍ଠ ଭାରରେ ଝୁଣ୍ଟି ପଡ଼ିଲେ।


ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ଲୋକମାନେ ମୋହର ଦୀର୍ଘ ନିଶ୍ୱାସ ଶୁଣିଅଛନ୍ତି; ମୋତେ ସାନ୍ତ୍ୱନା କରିବାକୁ କେହି ନାହାନ୍ତି; ମୋର ଶତ୍ରୁ ସମସ୍ତେ ମୋʼ ବିପଦର କଥା ଶୁଣିଅଛନ୍ତି; ତୁମ୍ଭେ ତାହା ଘଟାଇଅଛ ବୋଲି ସେମାନେ ଆନନ୍ଦିତ ଅଟନ୍ତି; ତୁମ୍ଭେ ଯେଉଁ ଦିନର କଥା ପ୍ରଚାର କରିଅଛ, ତାହା ଉପସ୍ଥିତ କରିବ, ପୁଣି ସେମାନେ ମୋହର ତୁଲ୍ୟ ହେବେ।


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।


ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।


ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍‍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା, ଏହା ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite