Biblia Todo Logo
Bib sou entènèt

- Piblisite -




ବିଳାପ 1:5 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ତାହାର ବିପକ୍ଷଗଣ ମସ୍ତକ ସ୍ଵରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞାଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ଆଗେ ଆଗେ ବନ୍ଦୀ ହୋଇ ଯାଇଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

5 ତାହାର ବିପକ୍ଷଗଣ ମସ୍ତକ ସ୍ୱରୂପ ହୋଇଅଛନ୍ତି, ତାହାର ଶତ୍ରୁମାନେ ସମୃଦ୍ଧ ହୋଇଅଛନ୍ତି; କାରଣ ତାହାର ଅସଂଖ୍ୟ ଆଜ୍ଞା-ଲଙ୍ଘନ ସକାଶୁ ସଦାପ୍ରଭୁ ତାହାକୁ କ୍ଳେଶ ଦେଇଅଛନ୍ତି; ତାହାର ଶିଶୁ ସନ୍ତାନଗଣ ବିପକ୍ଷର ସମ୍ମୁଖରେ ବନ୍ଦୀ ହୋଇ ଯାଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

5 ତା'ର ବିପକ୍ଷମାନେ ଜୟଲାଭ କରିଛନ୍ତି ଓ ତା'ର ଶତ୍ରୁଗଣ ସୌଭାଗ୍ୟବାନ୍ ହୋଇଛନ୍ତି। କାରଣ ତା'ର ଅପାର ପାପ ଯୋଗୁଁ ସଦାପ୍ରଭୁ ତାକୁ କ୍ଳେଶ ଦେଇଛନ୍ତି। ତା'ର ଶିଶୁ ସନ୍ତାନଗଣ ଶତ୍ରୁମାନଙ୍କ ଦ୍ୱାରା ନିର୍ବାସିତ ହୋଇଯାଇଛନ୍ତି।

Gade chapit la Kopi




ବିଳାପ 1:5
38 Referans Kwoze  

ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୁଦା ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ‘ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।’


ପୁଣି, ପ୍ରହରୀବର୍ଗର ସେନାପତି ନବୂଷରଦନ୍‍, ନଗରରେ ଥିବା ଅବଶିଷ୍ଟ ଲୋକମାନଙ୍କୁ, ମଧ୍ୟ ତାହାର ପକ୍ଷ ହୋଇଥିବା ପଳାତକମାନଙ୍କୁ ବନ୍ଦୀ କରି ବାବିଲକୁ ନେଇଗଲା।


ଆମ୍ଭମାନଙ୍କର ଶତ୍ରୁ ସମସ୍ତେ ଆମ୍ଭମାନଙ୍କ ବିରୁଦ୍ଧରେ ଆପଣା ଆପଣା ମୁଖ ଫର୍ଚ୍ଚା କରି ମେଲାଇ ଅଛନ୍ତି।


ସଦାପ୍ରଭୁ ଯାହା ସଂକଳ୍ପ କଲେ, ତାହା ସିଦ୍ଧ କରିଅଛନ୍ତି, ସେ ପୁରାତନ କାଳରେ ଯାହା ଆଜ୍ଞା କରିଥିଲେ, ଆପଣାର ସେହି ବାକ୍ୟ ସଫଳ କରିଅଛନ୍ତି; ସେ ନିପାତ କରିଅଛନ୍ତି ଓ ଦୟା କରି ନାହାନ୍ତି; ଆଉ, ସେ ଶତ୍ରୁକୁ ତୁମ୍ଭ ଉପରେ ଆନନ୍ଦ କରିବାକୁ ଦେଇଅଛନ୍ତି, ସେ ତୁମ୍ଭ ବିପକ୍ଷଗଣର ଶୃଙ୍ଗ ଉନ୍ନତ କରିଅଛନ୍ତି।


ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।


ଯିରୂଶାଲମର ଭବିଷ୍ୟଦ୍‍ବକ୍ତାମାନଙ୍କ ମଧ୍ୟରେ ହିଁ ଆମ୍ଭେ ରୋମାଞ୍ଚଜନକ ବିଷୟ ଦେଖିଅଛୁ; ସେମାନେ ପରଦାର ଗମନ କରନ୍ତି, ମିଥ୍ୟାଚରଣ କରନ୍ତି ଓ ଦୁଷ୍କର୍ମକାରୀମାନଙ୍କର ହସ୍ତ ଏପରି ସବଳ କରନ୍ତି ଯେ, ସେମାନଙ୍କର କେହି ଆପଣା ଆପଣା ଦୁଷ୍ଟତାରୁ ଫେରନ୍ତି ନାହିଁ; ସେମାନେ ସମସ୍ତେ ଆମ୍ଭ ପ୍ରତି ସଦୋମର ତୁଲ୍ୟ ଓ ତହିଁର ନିବାସୀମାନେ ହମୋରାର ସମାନ ଅଟନ୍ତି।”


“ଆମ୍ଭେ ଆପଣା ଗୃହ ତ୍ୟାଗ କରିଅଛୁ, ଆମ୍ଭେ ଆପଣା ଅଧିକାର ଛାଡ଼ି ଦେଇଅଛୁ; ଆମ୍ଭେ ଆପଣା ପ୍ରାଣର ପ୍ରିୟତମାକୁ ତାହାର ଶତ୍ରୁମାନଙ୍କ ହସ୍ତରେ ସମର୍ପି ଦେଇଅଛୁ।


ସଦାପ୍ରଭୁ କହନ୍ତି, ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ?”


ତୁମ୍ଭର ପବିତ୍ର ଲୋକମାନେ କେବଳ ଅଳ୍ପ କାଳ ତାହା ଅଧିକାର କଲେ; ଆମ୍ଭମାନଙ୍କର ବିପକ୍ଷମାନେ ତୁମ୍ଭର ପବିତ୍ର ଧାମ ପଦ ତଳେ ଦଳି ପକାଇଅଛନ୍ତି।


ତୁମ୍ଭେ ତାହାର ବିପକ୍ଷମାନଙ୍କ ଦକ୍ଷିଣ ହସ୍ତ ଉନ୍ନତ କରିଅଛ; ତୁମ୍ଭେ ତାହାର ସକଳ ଶତ୍ରୁଙ୍କୁ ଆନନ୍ଦିତ କରିଅଛ।


ତୁମ୍ଭେ ଆମ୍ଭମାନଙ୍କ ପ୍ରତିବାସୀଗଣ ନିକଟରେ ଆମ୍ଭମାନଙ୍କୁ ବିରୋଧର କାରଣ କରୁଅଛ; ପୁଣି, ଆମ୍ଭମାନଙ୍କ ଶତ୍ରୁମାନେ ଆପଣାମାନଙ୍କ ମଧ୍ୟରେ ଉପହାସ କରନ୍ତି।


ଯେହେତୁ ମୋʼ ମରଣ ଉତ୍ତାରେ ତୁମ୍ଭେମାନେ ନିତାନ୍ତ ଭ୍ରଷ୍ଟ ହୋଇ ମୋହର ଆଜ୍ଞା-ପଥରୁ ବିମୁଖ ହେବ, ଏହା ମୁଁ ଜାଣେ ତୁମ୍ଭେମାନେ ଆପଣାମାନଙ୍କ ହସ୍ତକୃତ କର୍ମ ଦ୍ୱାରା ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ସାକ୍ଷାତରେ ଦୁଷ୍କର୍ମ କରିବ, ତହିଁ ସକାଶୁ ଶେଷ କାଳରେ ତୁମ୍ଭମାନଙ୍କ ପ୍ରତି ଅମଙ୍ଗଳ ଘଟିବ।”


କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।


ମୋର ତମ୍ବୁ ଲୁଟିତ ହୋଇଅଛି ଓ ମୋର ରଜ୍ଜୁସବୁ ଛିଣ୍ଡି ଯାଇଅଛି; ମୋର ବାଳକମାନେ ମୋʼ ନିକଟରୁ ବାହାରି ଯାଇଅଛନ୍ତି, ସେମାନେ ନାହାନ୍ତି, ମୋର ତମ୍ବୁ ଆଉ ପ୍ରସାରିବାକୁ ଓ ମୋର ତମ୍ବୁର ବାଡ଼ ଲଗାଇବାକୁ କେହି ନାହିଁ।


ଯିରୂଶାଲମ ଅତିଶୟ ପାପ କରିଅଛି, ଏଥିପାଇଁ ସେ ଅଶୁଚି ବସ୍ତୁ ତୁଲ୍ୟ ହୋଇଅଛି; ଯେଉଁମାନେ ତାହାକୁ ସମ୍ମାନ କଲେ, ସେମାନେ ସମସ୍ତେ ତାହାକୁ ତୁଚ୍ଛ କରନ୍ତି, କାରଣ ସେମାନେ ତାହାର ଉଲଙ୍ଗତା ଦେଖିଅଛନ୍ତି; ହଁ, ସେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛି, ସେ ପଛକୁ ମୁଖ ଫେରାଉଅଛି।


ଏହେତୁ ଆମ୍ଭେ ମଧ୍ୟ ଚକ୍ଷୁଲଜ୍ଜା କରିବା ନାହିଁ, କିଅବା ଦୟା କରିବା ନାହିଁ, ମାତ୍ର ଆମ୍ଭେ ସେମାନଙ୍କ ଆଚରଣର ପ୍ରତିଫଳ ସେମାନଙ୍କ ମସ୍ତକରେ ବର୍ତ୍ତାଇବା।”


କାରଣ ସେମାନେ ଆମ୍ଭ ଦୃଷ୍ଟିରେ କୁକର୍ମ କରିଅଛନ୍ତି ଓ ସେମାନେ ଆପଣା ପିତୃଗଣ ମିସରରୁ ବାହାରି ଆସିବାର ଦିନଠାରୁ ଆଜି ପର୍ଯ୍ୟନ୍ତ ଆମ୍ଭକୁ ବିରକ୍ତ କରିଅଛନ୍ତି।”


ଏହିସବୁ ବିଷୟର ଲାଗି ମୁଁ କ୍ରନ୍ଦନ କରୁଅଛି; ମୋର ଚକ୍ଷୁ, ମୋର ଚକ୍ଷୁ ଜଳର ନିର୍ଝର ହୋଇଅଛି; କାରଣ ମୋʼ ସାନ୍ତ୍ୱନାକାରୀ ଯେ ମୋହର ପ୍ରାଣକୁ ଆଶ୍ୱାସ ଦିଅନ୍ତା; ସେ ମୋʼ ଠାରୁ ଦୂରରେ ଅଛି; ଶତ୍ରୁ ଜୟଯୁକ୍ତ ହେବାରୁ ମୋର ସନ୍ତାନଗଣ ଅନାଥ ହୋଇଅଛନ୍ତି।


Swiv nou:

Piblisite


Piblisite