Biblia Todo Logo
Bib sou entènèt

- Piblisite -




ବିଳାପ 2:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ-ଅଛନ୍ତି; ସେମାନେ କଟିଦେଶରେ ଚଟ ବାନ୍ଧିଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକି ଆପଣା ଆପଣା ମସ୍ତକ ନୁଆଁଉ-ଅଛନ୍ତି।

Gade chapit la Kopi

ଓଡିଆ ବାଇବେଲ

10 ସିୟୋନ କନ୍ୟାର ପ୍ରାଚୀନଗଣ ଭୂମିରେ ବସୁଅଛନ୍ତି, ସେମାନେ ନୀରବ ହୋଇ ରହିଅଛନ୍ତି; ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇଅଛନ୍ତି; ସେମାନେ କଟିଦେଶରେ ଝୋଟର କନା ବାନ୍ଧି ଅଛନ୍ତି; ଯିରୂଶାଲମର କୁମାରୀଗଣ ଭୂମିକୁ ଆପଣା ଆପଣା ମସ୍ତକ ଅବନତ କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

10 ସିୟୋନ କନ୍ୟା, ବୟସ୍କାମାନେ ନୀରବରେ ଭୂମିରେ ବସିଛନ୍ତି। ସେମାନେ ଆପଣା ମସ୍ତକରେ ଧୂଳି ବୋଳି ହୋଇଛନ୍ତି ଓ କଟି ଦେଶରେ ଶୋକ ବସ୍ତ୍ର ବାନ୍ଧିଛନ୍ତି। ଯିରୁଶାଲମର କୁମାରୀମାନେ ଭୂମିକୁ ସେମାନଙ୍କର ମସ୍ତକରେ ଅବନତ କରିଛନ୍ତି।

Gade chapit la Kopi




ବିଳାପ 2:10
26 Referans Kwoze  

ସିୟୋନର ନଗରଦ୍ୱାରସକଳ ଶୋକ ଓ ବିଳାପ କରିବେ ଓ ସେ ଅକିଞ୍ଚନା ହୋଇ ଭୂମିରେ ବସିବ।


ସେମାନଙ୍କର ସବୁ ସଡ଼କରେ ଲୋକମାନେ ଚଟବସ୍ତ୍ର ପିନ୍ଧୁଅଛନ୍ତି; ଆପଣା ଆପଣା ଗୃହର ଛାତ ଉପରେ ଓ ଛକ ସ୍ଥାନମାନଙ୍କରେ ପ୍ରତ୍ୟେକ ଲୋକ ଅତିଶୟ ରୋଦନ କରି ହାହାକାର କରୁଅଛନ୍ତି।


ପୁଣି, “ସେହି ଦିନ ମନ୍ଦିରର ଗାନ ସବୁ ହାହାକାର ହେବ। ଏହା ପ୍ରଭୁ ସଦାପ୍ରଭୁ କହନ୍ତି; ଶବ ଅନେକ ହେବ; ଲୋକମାନେ ପ୍ରତ୍ୟେକ ସ୍ଥାନରେ ନୀରବ ହୋଇ ସେମାନଙ୍କୁ ପକାଇବେ।”


ମଧ୍ୟ ସେମାନେ କଟିଦେଶରେ ଚଟବସ୍ତ୍ର ବାନ୍ଧିବେ ଓ ମହାଶଙ୍କା ସେମାନଙ୍କୁ ଆଚ୍ଛନ୍ନ କରିବ; ଆଉ, ସମସ୍ତଙ୍କ ମୁଖ ଲଜ୍ଜିତ ହେବ ଓ ସମସ୍ତଙ୍କର ମସ୍ତକ ଟାଙ୍ଗରା ହେବ।


ସେ ଏକାକୀ ବସି ନୀରବ ହୋଇ ରହୁ, କାରଣ ସେ ତାହାର ସ୍କନ୍ଧରେ ଯୁଆଳି ରଖିଅଛନ୍ତି।


ସିୟୋନର ପଥସକଳ ଶୋକ କରଇ, କାରଣ କେହି ମହାସଭାକୁ ଆସେ ନାହିଁ; ତାହାର ଦ୍ୱାରସବୁ ଶୂନ୍ୟ, ତାହାର ଯାଜକମାନେ ଦୀର୍ଘ ନିଶ୍ୱାସ ଛାଡ଼ୁଅଛନ୍ତି; ତାହାର କୁମାରୀଗଣ ଦୁଃଖଗ୍ରସ୍ତ ଓ ସେ ନିଜେ ମନଃପୀଡ଼ା ପାଇଅଛି।


ହାୟ ହାୟ, ଲୋକରେ ପରିପୂର୍ଣ୍ଣ ନଗରୀ କିପରି ଏକାକିନୀ ହୋଇ ବସିଅଛି! ସେ କିପରି ବିଧବା ତୁଲ୍ୟ ହୋଇଅଛି! ଯେ ଗୋଷ୍ଠୀଗଣ ମଧ୍ୟରେ ପ୍ରଧାନା ଥିଲା ଓ ପ୍ରଦେଶସମୂହ ମଧ୍ୟରେ ରାଣୀ ଥିଲା, ସେ କିପରି କରଦାୟିନୀ ହୋଇଅଛି!


ଆଗୋ ବାବିଲର ଅନୂଢ଼ା କନ୍ୟେ, ତୁମ୍ଭେ ଓହ୍ଲାଇ ଧୂଳିରେ ବସ; ଆଗୋ କଲ୍‍ଦୀୟର କନ୍ୟେ, ସିଂହାସନ ବିନା, ଭୂମିରେ ବସ; କାରଣ ତୁମ୍ଭେ ଆଉ କୋମଳା ଓ ସୁକୁମାରୀ ବୋଲି ଖ୍ୟାତା ନ ହେବ।


ଏଥିରେ ଯିହୋଶୂୟ ଓ ଇସ୍ରାଏଲର ପ୍ରାଚୀନଗଣ ଆପଣା ଆପଣା ବସ୍ତ୍ର ଚିରି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ଅଧୋମୁଖ ହୋଇ ସନ୍ଧ୍ୟା ପର୍ଯ୍ୟନ୍ତ ଭୂମିରେ ପଡ଼ି ରହିଲେ; ଆଉ ଆପଣା ଆପଣା ମସ୍ତକରେ ଧୂଳି ପକାଇଲେ।


ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ କ୍ରନ୍ଦନ ଓ ଶୋକ କରି ଚିତ୍କାର ସହ କହିଲେ, “‘ହାୟ, ହାୟ, ମହାନଗରୀ, ସନ୍ତାପର ପାତ୍ରୀ। ତାହାର ସମୃଦ୍ଧି ଦ୍ୱାରା ସମସ୍ତ ସମୁଦ୍ରଗାମୀ ଜାହାଜର କର୍ତ୍ତାମାନେ, ଧନବାନ ହୋଇଥିଲେ; ଏବେ ଏକ ଘଡ଼ି ମଧ୍ୟରେ ତାହା ଧ୍ୱଂସ ହୋଇଗଲା।


ସେହି ଦିନ ସୁନ୍ଦରୀ କୁମାରୀଗଣ ଓ ଯୁବକମାନେ ତୃଷାରେ ମୂର୍ଚ୍ଛାପନ୍ନ ହେବେ।


ଏଥିପାଇଁ ଯେଉଁ ଜନ ବୁଦ୍ଧିମାନ, ସେ ଏପରି ସମୟରେ ନୀରବ ହୋଇ ରହିବ; କାରଣ ସମୟ ମନ୍ଦ ଅଟେ।


ଯୌବନକାଳୀନ ସ୍ୱାମୀ ଶୋକରେ ଚଟବସ୍ତ୍ର ପରିହିତା କନ୍ୟା ତୁଲ୍ୟ ବିଳାପ କର।


ଆଉ, ସେମାନେ ତୁମ୍ଭ ସକାଶୁ ମସ୍ତକ ମୁଣ୍ଡନ କରି କଟିଦେଶରେ ଚଟ ବାନ୍ଧିବେ, ଆଉ ତୁମ୍ଭ ସକାଶୁ ପ୍ରାଣର ବିକଳତାରେ ରୋଦନ କରି ଅତିଶୟ ବିଳାପ କରିବେ।


ପ୍ରାଚୀନମାନେ ନଗରଦ୍ୱାରରୁ, ଯୁବା ଲୋକମାନେ ଆପଣା ବାଦ୍ୟରୁ ନିବୃତ୍ତ ହୋଇଅଛନ୍ତି।


ଅଧିପତିମାନେ ସେମାନଙ୍କ ହସ୍ତ ଦ୍ୱାରା ଟଙ୍ଗା ହୋଇଥିଲେ; ପ୍ରାଚୀନ ଲୋକମାନଙ୍କ ମୁଖ ସମାଦୃତ ନୋହିଲା।


ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।


ଯେଉଁମାନେ ସୁଖାଦ୍ୟ ଭୋଜନ କଲେ, ସେମାନେ ଦାଣ୍ଡରେ ଅନାଥ ହୋଇଅଛନ୍ତି; ଯେଉଁମାନେ ସିନ୍ଦୂର ବର୍ଣ୍ଣ ବସ୍ତ୍ର ପିନ୍ଧି ପ୍ରତିପାଳିତ ହେଲେ, ସେମାନେ ଖତରାଶି ଅବଲମ୍ବନ କରନ୍ତି।


ଆମ୍ଭେମାନେ କାହିଁକି ତୁନି ହୋଇ ବସୁଅଛୁ? ଏକତ୍ରିତ ହୁଅ, ଆସ, ଆମ୍ଭେମାନେ ପ୍ରାଚୀର-ବେଷ୍ଟିତ ନଗରମାନରେ ପ୍ରବେଶ କରୁ ଓ ସେଠାରେ ନୀରବ ହେଉ; କାରଣ ଆମ୍ଭେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛୁ ବୋଲି ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଆମ୍ଭମାନଙ୍କୁ ନୀରବ କରିଅଛନ୍ତି ଓ ବିଷବୃକ୍ଷର ରସ ପାନ କରିବାକୁ ଦେଇଅଛନ୍ତି।


ଆଗୋ କଲ୍‍ଦୀୟମାନଙ୍କର କନ୍ୟେ, ତୁମ୍ଭେ ଅନ୍ଧାରକୁ ଯାଇ ତୁନି ହୋଇ ବସ; କାରଣ ରାଜ୍ୟସମୂହର କର୍ତ୍ତୃତ୍ୱକାରିଣୀ ବୋଲି ତୁମ୍ଭେ ଆଉ ଖ୍ୟାତା ହେବ ନାହିଁ।


ତହିଁରେ ହିଲ୍‍କୀୟର ପୁତ୍ର ଇଲିୟାକୀମ୍‍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍‍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟ ନିକଟକୁ ଆସି ରବ୍‍ଶାକିର କଥାସବୁ ତାହାକୁ ଜଣାଇଲେ।


ତହୁଁ ତାମର ଆପଣା ମସ୍ତକରେ ଭସ୍ମ ଦେଇ ତାହା ଦେହର ଲମ୍ବା ଅଙ୍ଗରଖା ଚିରିଲା, ପୁଣି ସେ ଆପଣା ମସ୍ତକରେ ହସ୍ତ ଦେଇ କ୍ରନ୍ଦନ କରୁ କରୁ ଚାଲିଗଲା।


ତହିଁରେ ସୁଗନ୍ଧି ଦ୍ରବ୍ୟ ବଦଳରେ ଦୁର୍ଗନ୍ଧ ପୂଜ, କଟିବନ୍ଧନୀର ପରିବର୍ତ୍ତେ ରଜ୍ଜୁ, ସୁନ୍ଦର କେଶବିନ୍ୟାସ ବଦଳରେ କେଶ-ଶୂନ୍ୟତା ଓ ଆବରଣ ବସ୍ତ୍ର ପରିବର୍ତ୍ତେ ଚଟର ପଟୁକା; ସୌନ୍ଦର୍ଯ୍ୟ ବଦଳରେ ପୋଡ଼ାଦାଗ ହେବ।


ପୁଣି, ତୁମ୍ଭ ଉଦ୍ଦେଶ୍ୟରେ ଆପଣାମାନଙ୍କ ଶବ୍ଦ ଶୁଣାଇ ଅତିଶୟ କ୍ରନ୍ଦନ କରିବେ ଓ ସେମାନେ ଆପଣା ଆପଣା ମସ୍ତକରେ ଧୂଳି ପକାଇ ଭସ୍ମରେ ଗଡ଼ିବେ;


ଏଥିଉତ୍ତାରେ ଏହିସବୁ ବାର୍ତ୍ତା ନୀନିବୀ ରାଜା ନିକଟରେ ଉପସ୍ଥିତ ହୁଅନ୍ତେ, ସେ ଆପଣା ସିଂହାସନରୁ ଉଠିଲା ଓ ଆପଣାର ବସ୍ତ୍ର କାଢ଼ି ଚଟ ପିନ୍ଧି ପାଉଁଶରେ ବସିଲେ।


Swiv nou:

Piblisite


Piblisite