ବିଳାପ 2:15 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି? Gade chapit laପବିତ୍ର ବାଇବଲ (Re-edited) - (BSI)15 ପଥିକମାନେ ତୁମ୍ଭ ପ୍ରତି ହାତତାଳି ଦିଅନ୍ତି;ସେମାନେ ଶୀସ୍ ଶଦ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ଵରୂପ ବୋଲି କହିଲେ, ତାହା କି ଏହି? Gade chapit laଓଡିଆ ବାଇବେଲ15 ପଥିକମାନେ ତୁମ୍ଭ ପ୍ରତି ହାତ ତାଳି ଦିଅନ୍ତି; ସେମାନେ ଶୀସ୍ ଶବ୍ଦ କରି ଓ ଯିରୂଶାଲମର କନ୍ୟାଆଡ଼େ ମସ୍ତକ ହଲାଇ କୁହନ୍ତି, ଯେଉଁ ନଗରକୁ ଲୋକେ ସୌନ୍ଦର୍ଯ୍ୟର ସିଦ୍ଧି ଓ ସମୁଦାୟ ପୃଥିବୀର ଆନନ୍ଦ ସ୍ୱରୂପ ବୋଲି କହିଲେ, ତାହା କି ଏହି ? Gade chapit laପବିତ୍ର ବାଇବଲ15 ପଥିକମାନେ ତୁମ୍ଭର ଦୁରାବସ୍ଥାରେ ହାତତାଳି ଦିଅନ୍ତି। ସେମାନେ “ଶୀସ୍” ଶବ୍ଦ କରି ଯିରୁଶାଲମର କନ୍ୟା ପ୍ରତି ମସ୍ତକ ହଲାଇ କହନ୍ତି, “ଏ କ’ଣ ସେହି ନଗରୀ ଯାହାକୁ ଲୋକମାନେ ‘ସୌନ୍ଦର୍ଯ୍ୟମୟୀ ନଗରୀ’ ଓ ‘ସମଗ୍ର ପୃଥିବୀର ଆନନ୍ଦ ସ୍ୱରୂପ’ ବୋଲି କହୁଥିଲେ?” Gade chapit la |
ଏଥିପାଇଁ ଦେଖ, ଆମ୍ଭେ ଲୋକ ପଠାଇ ଉତ୍ତର ଦିଗସ୍ଥିତ ସମସ୍ତ ଗୋଷ୍ଠୀଙ୍କୁ, ପୁଣି ଆମ୍ଭର ଦାସ ବାବିଲର ରାଜା ନବୂଖଦ୍ନିତ୍ସରକୁ ନେଇ ଏହି ଦେଶ ବିରୁଦ୍ଧରେ ଓ ତନ୍ନିବାସୀମାନଙ୍କ ବିରୁଦ୍ଧରେ ଓ ତହିଁର ଚତୁର୍ଦ୍ଦିଗସ୍ଥ ଏହିସବୁ ଗୋଷ୍ଠୀ ବିରୁଦ୍ଧରେ ଆଣିବା; ଆଉ, ଆମ୍ଭେ ସେମାନଙ୍କୁ ନିଃଶେଷ ରୂପେ ବିନାଶ କରିବା ଓ ସେମାନଙ୍କୁ ବିସ୍ମୟ ଓ ଶୀସ୍ ଶବ୍ଦର ବିଷୟ ଓ ଚିରକାଳର ଉତ୍ସନ୍ନ ସ୍ଥାନ କରିବା।