Biblia Todo Logo
Bib sou entènèt

- Piblisite -




ବିଳାପ 2:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ? ଯାଜକ ଓ ଭବିଷ୍ୟଦ୍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ?

Gade chapit la Kopi

ଓଡିଆ ବାଇବେଲ

20 ହେ ସଦାପ୍ରଭୁ, ଦେଖ, ନିରୀକ୍ଷଣ କର, ତୁମ୍ଭେ କାହା ପ୍ରତି ଏପ୍ରକାର ବ୍ୟବହାର କରିଅଛ ? ସ୍ତ୍ରୀଲୋକେ କି ଆପଣା ଗର୍ଭଫଳକୁ, ହସ୍ତରେ ଲାଳିତ ଶିଶୁମାନଙ୍କୁ ଭୋଜନ କରିବେ ? ଯାଜକ ଓ ଭବିଷ୍ୟଦ୍‍ବକ୍ତା କି ପ୍ରଭୁଙ୍କର ପବିତ୍ର ସ୍ଥାନରେ ହତ ହେବେ ?

Gade chapit la Kopi

ପବିତ୍ର ବାଇବଲ

20 ହେ ସଦାପ୍ରଭୁ, ଦେଖ ଓ ନିରୀକ୍ଷଣ କର, ତୁମ୍ଭେ ତାହା ପ୍ରତି ଏ ପ୍ରକାର ବ୍ୟବହାର କରିଅଛ! ମୁଁ ଏହି ପ୍ରଶ୍ନ ତୁମ୍ଭକୁ ପଗ୍ଭରୁଛି, କୌଣସି ମା କ’ଣ ତା'ର ଗର୍ଭସ୍ଥ ସନ୍ତାନକୁ ଯାହାକୁ ନିଜେ ଲାଳନପାଳନ କରିଛି, ତାକୁ ଭକ୍ଷ୍ୟଣ କରିବ? ଯାଜକଗଣ ଓ ଭବିଷ୍ୟ‌ଦ୍‌ବକ୍ତା କ’ଣ ସଦାପ୍ରଭୁଙ୍କ ପବିତ୍ର ମନ୍ଦିରରେ ନିହତ ହେବେ କି?

Gade chapit la Kopi




ବିଳାପ 2:20
24 Referans Kwoze  

ସ୍ନେହବତୀ ସ୍ତ୍ରୀଗଣର ହସ୍ତ ଆପଣା ଆପଣା ପିଲାମାନଙ୍କୁ ରାନ୍ଧିଅଛି; ମୋʼ ଲୋକଙ୍କ କନ୍ୟାର ବିନାଶ ସମୟରେ ଶିଶୁମାନେ ସେମାନଙ୍କର ଆହାର ହେଲେ।


ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’


ସେମାନଙ୍କ ଯାଜକଗଣ ଖଡ୍ଗରେ ପତିତ ହେଲେ ଓ ସେମାନଙ୍କ ବିଧବାଗଣ କିଛି ବିଳାପ କଲେ ନାହିଁ।


ତହିଁ ମଧ୍ୟରେ ଯେଉଁମାନେ ଧାର୍ମିକଗଣର ରକ୍ତପାତ କରିଅଛନ୍ତି, ସେହି ଭବିଷ୍ୟଦ୍‍ବକ୍ତାଗଣର ପାପ ଓ ଯାଜକଗଣର ଅଧର୍ମ ସକାଶୁ ଏହା ହୋଇଅଛି।


ପୁଣି ମୁଁ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲି, “ହେ ପ୍ରଭୋ ସଦାପ୍ରଭୋ, ତୁମ୍ଭେ ଆପଣା ଲୋକଙ୍କୁ ଓ ଆପଣା ଅଧିକାରକୁ ବିନାଶ କର ନାହିଁ, ତୁମ୍ଭେ ଆପଣା ମହିମାରେ ସେମାନଙ୍କୁ ମୁକ୍ତ କରିଅଛ, ତୁମ୍ଭେ ସେମାନଙ୍କୁ ବଳବାନ ହସ୍ତ ଦ୍ୱାରା ମିସରରୁ ବାହାର କରି ଆଣିଅଛ।


ତହିଁରେ ମୋଶା ଆପଣା ସଦାପ୍ରଭୁ ପରମେଶ୍ୱରଙ୍କୁ ନିବେଦନ କରି କହିଲେ, “ହେ ସଦାପ୍ରଭୋ, ତୁମ୍ଭେ ଆପଣାର ଯେଉଁ ଲୋକମାନଙ୍କୁ ଆପଣା ମହାପରାକ୍ରମ ଓ ବାହୁ ବଳରେ ମିସର ଦେଶରୁ ବାହାର କରି ଆଣିଅଛ, ସେମାନଙ୍କ ପ୍ରତିକୂଳରେ ତୁମ୍ଭର କ୍ରୋଧ କାହିଁକି ପ୍ରଜ୍ୱଳିତ ହେବ?


ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା।


ସଦାପ୍ରଭୁଙ୍କ କ୍ରୋଧ ସେମାନଙ୍କୁ ଛିନ୍ନଭିନ୍ନ କରିଅଛି; ସେ ସେମାନଙ୍କ ପ୍ରତି ଆଉ ଦୃଷ୍ଟିପାତ କରିବେ ନାହିଁ; ସେମାନେ ଯାଜକମାନଙ୍କୁ ଆଦର କଲେ ନାହିଁ, ସେମାନେ ପ୍ରାଚୀନଗଣକୁ ଅନୁଗ୍ରହ କଲେ ନାହିଁ।


ମୁଁ ଆପଣା ପ୍ରେମିକମାନଙ୍କୁ ଡାକିଲି, ମାତ୍ର ସେମାନେ ମୋତେ ପ୍ରବଞ୍ଚନା କଲେ; ମୋର ଯାଜକମାନେ ଓ ମୋର ପ୍ରାଚୀନବର୍ଗ ନଗର ମଧ୍ୟରେ ପ୍ରାଣତ୍ୟାଗ କଲେ, ସେମାନେ ଆପଣା ଆପଣା ପ୍ରାଣକୁ ଆଶ୍ୱାସ କରିବା ପାଇଁ ଆହାର ଖୋଜୁ ଖୋଜୁ ମଲେ।


ଭବିଷ୍ୟଦ୍‍ବକ୍ତାମାନେ ମିଥ୍ୟା ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି ଓ ସେମାନଙ୍କ ଦ୍ୱାରା ଯାଜକମାନେ କର୍ତ୍ତୃତ୍ୱ କରନ୍ତି; ପୁଣି, ଆମ୍ଭର ଲୋକମାନେ ଏପରି ହେବାର ଭଲ ପାଆନ୍ତି; ମାତ୍ର ତହିଁର ଶେଷରେ ତୁମ୍ଭେମାନେ କଅଣ କରିବ?


ତହିଁରେ ତୁମ୍ଭେମାନେ ଆପଣା ପୁତ୍ରଗଣର ଓ କନ୍ୟାଗଣର ମାଂସ ଭୋଜନ କରିବ।


ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।


ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’


ପୁଣି, ସେ ସେମାନଙ୍କୁ କହିଲେ, “ଗୃହ ଅଶୁଚି କର ଓ ହତ ଲୋକରେ ପ୍ରାଙ୍ଗଣସବୁ ପରିପୂର୍ଣ୍ଣ କର; ତୁମ୍ଭେମାନେ ବାହାରି ଯାଅ।” ତହିଁରେ ସେମାନେ ବାହାରିଯାଇ ନଗର ମଧ୍ୟରେ ସଂହାର କଲେ।


Swiv nou:

Piblisite


Piblisite