Biblia Todo Logo
Bib sou entènèt

- Piblisite -




ବିଳାପ 2:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ଵାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ, କି ଅବଶିଷ୍ଟ ରହିଲେ ନାହିଁ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କଲି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।

Gade chapit la Kopi

ଓଡିଆ ବାଇବେଲ

22 ତୁମ୍ଭେ ମୋର ଚତୁର୍ଦ୍ଦିଗସ୍ଥ ଆଶଙ୍କାସକଳକୁ ମହାସଭା ଦିନର ନ୍ୟାୟ ଆହ୍ୱାନ କରିଅଛ। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇ ନ ଥିଲେ, କି ଅବଶିଷ୍ଟ ରହି ନ ଥିଲେ; ଯେଉଁମାନଙ୍କୁ ମୁଁ ଲାଳନ ପାଳନ କରିଅଛି, ସେମାନଙ୍କୁ ମୋର ଶତ୍ରୁ ସଂହାର କରିଅଛି।

Gade chapit la Kopi

ପବିତ୍ର ବାଇବଲ

22 ତୁମ୍ଭେ ମୋର ଚତୁର୍ଦ୍ଦିଗରୁ ଭୟକୁ ଆହ୍ୱାନ କରୁଅଛି, ସତେ ଯେପରି ସେମାନଙ୍କୁ କୌଣସି ଉତ୍ସବକୁ ନିମନ୍ତ୍ରଣ କରାଯାଇଛି। ସଦାପ୍ରଭୁଙ୍କ କ୍ରୋଧର ଦିନରେ କେହି ରକ୍ଷା ପାଇଲେ ନାହିଁ କି କେହି ଅବଶିଷ୍ଟ ରହିଲେ ନାହିଁ। ଯେଉଁମାନଙ୍କୁ ମୁଁ ଲାଳନପାଳନ କରି ବଢ଼ାଇଥିଲି ଶତ୍ରୁ ସେମାନଙ୍କୁ ସଂହାର କରିଅଛି।

Gade chapit la Kopi




ବିଳାପ 2:22
16 Referans Kwoze  

ବାହାର ହୋଇ କ୍ଷେତ୍ରକୁ ଯାଅ ନାହିଁ, ଅଥବା ପଥରେ ଗମନ କର ନାହିଁ; କାରଣ ଚାରିଆଡ଼େ ଶତ୍ରୁର ଖଡ୍ଗ ଓ ଆଶଙ୍କା ଅଛି।


କାରଣ ମୁଁ ଅନେକଙ୍କଠାରୁ ନିନ୍ଦାବାଦ ଶୁଣିଅଛି, ଚତୁର୍ଦ୍ଦିଗରେ ଆଶଙ୍କା; ସେମାନେ ମୋʼ ବିରୁଦ୍ଧରେ ଏକତ୍ର ମନ୍ତ୍ରଣା କଲା ବେଳେ ମୋʼ ପ୍ରାଣ ନେବା ପାଇଁ ସଂକଳ୍ପ କଲେ।


ଆମ୍ଭେ ସେମାନଙ୍କୁ ଉଦ୍‍ବିଗ୍ନ ଓ ପଛକୁ ଫେରି ଯିବାର କାହିଁକି ଦେଖିଅଛୁ? ସେମାନଙ୍କର ବୀରଗଣ ପରାସ୍ତ ହୋଇଅଛନ୍ତି ଓ ଶୀଘ୍ର ଶୀଘ୍ର ପଳାଇ ପଛକୁ ଅନାଉ ନାହାନ୍ତି; ଚତୁର୍ଦ୍ଦିଗରେ ଆଶଙ୍କା ଅଛି, ଏହା ସଦାପ୍ରଭୁ କହନ୍ତି।


ପୁଣି, ତହିଁ ପରଦିନ ପଶ୍‍ହୂର ଯିରିମୀୟଙ୍କୁ ହରିକାଠରୁ ବାହାର କରି ଆଣିଲା। ତହିଁରେ ଯିରିମୀୟ ତାହାକୁ କହିଲେ, “ସଦାପ୍ରଭୁ ତୁମ୍ଭର ନାମ ପଶ୍‍ହୂର ନ ରଖି, ମାଗୋରମୀଷାବୀବ୍‍ (ଚତୁର୍ଦ୍ଦିଗେ ଆଶଙ୍କା) ରଖିଅଛନ୍ତି।


ତୁମ୍ଭ ଔରସର ସନ୍ତାନ, ଭୂମିର ଫଳ, ତୁମ୍ଭ ଗୋବତ୍ସ ଓ ମେଷପଲର ଶାବକ ଶାପଗ୍ରସ୍ତ ହେବ;


ତାହା ଯେତେ ଥର ଉପସ୍ଥିତ ହେବ, ସେତେଥର ତୁମ୍ଭମାନଙ୍କୁ ଧରିବ; କାରଣ ପ୍ରଭାତକୁ ପ୍ରଭାତ, ଦିବସ ଓ ରାତ୍ରି ତାହା ଉପସ୍ଥିତ ହେବ; ଆଉ, ସେହି ସମାଚାର ବୁଝିବାର କେବଳ ତ୍ରାସଜନକ ହେବ।


ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଅମଙ୍ଗଳ ଘଟାଇବା, ସେମାନେ ତହିଁରୁ ରକ୍ଷା ପାଇ ପାରିବେ ନାହିଁ; ପୁଣି, ସେମାନେ ଆମ୍ଭ ନିକଟରେ ଆର୍ତ୍ତସ୍ୱର କରିବେ, ମାତ୍ର ଆମ୍ଭେ ସେମାନଙ୍କର କଥା ଶୁଣିବା ନାହିଁ।


ଏନିମନ୍ତେ ସଦାପ୍ରଭୁ, ସୈନ୍ୟାଧିପତି ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଏବେ ଏହି କଥା କହନ୍ତି, ତୁମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣ ବିରୁଦ୍ଧରେ ଏହି ମହାପାପ କରୁଅଛ? ଏହା ଦ୍ୱାରା ତୁମ୍ଭେମାନେ ଆପଣା ଆପଣା ସମ୍ପର୍କୀୟ ପୁରୁଷ, ସ୍ତ୍ରୀ, ବାଳକ ଓ ସ୍ତନ୍ୟପାୟୀ ଶିଶୁମାନଙ୍କୁ ଯିହୁଦାର ମଧ୍ୟରୁ ଉଚ୍ଛିନ୍ନ କରିବ, ଆପଣାମାନଙ୍କର କାହାକୁ ହିଁ ଅବଶିଷ୍ଟ ରଖିବ ନାହିଁ;


ଏନିମନ୍ତେ ସେ କଲ୍‍ଦୀୟମାନଙ୍କ ରାଜାକୁ ସେମାନଙ୍କ ପ୍ରତିକୂଳରେ ଆଣନ୍ତେ, ସେ ସେମାନଙ୍କ ଯୁବାମାନଙ୍କୁ ସେମାନଙ୍କ ଧର୍ମଧାମରେ ଖଡ୍ଗ ଦ୍ୱାରା ବଧ କଲା, ପୁଣି ଯୁବା କି ଯୁବତୀ, ବୃଦ୍ଧ କି ଜରାଜୀର୍ଣ୍ଣ, କାହାରିକୁ ଦୟା କଲା ନାହିଁ; ପରମେଶ୍ୱର ତାହା ହସ୍ତରେ ସମସ୍ତଙ୍କୁ ସମର୍ପି ଦେଲେ।


ତୁମ୍ଭେ କି ଯିହୁଦାକୁ ନିତାନ୍ତ ଅଗ୍ରାହ୍ୟ କରିଅଛ? ତୁମ୍ଭର ପ୍ରାଣ କି ସିୟୋନକୁ ଘୃଣା କରିଅଛି? କାହିଁକି ତୁମ୍ଭେ ଆମ୍ଭମାନଙ୍କୁ ପ୍ରହାର କଲ ଓ ଆମ୍ଭମାନଙ୍କ ପୀଡ଼ାର କୌଣସି ପ୍ରତିକାର ନାହିଁ? ଆମ୍ଭେମାନେ ଶାନ୍ତିର ଅପେକ୍ଷା କଲୁ, ମାତ୍ର କିଛି ମଙ୍ଗଳ ହେଲା ନାହିଁ ଓ ଆମ୍ଭେମାନେ ସ୍ୱାସ୍ଥ୍ୟ ସମୟର ଅପେକ୍ଷା କଲୁ, ଆଉ ଦେଖ, ଆଶଙ୍କା ଉପସ୍ଥିତ!


ଆଉ, ସଦାପ୍ରଭୁ କହନ୍ତି, ତହିଁ ଉତ୍ତାରେ ଆମ୍ଭେ ଯିହୁଦାର ରାଜା ସିଦିକୀୟକୁ, ତାହାର ଦାସଗଣକୁ ଓ ଲୋକମାନଙ୍କୁ, ଅର୍ଥାତ୍‍, ଏହି ନଗରର ଯେଉଁ ସକଳ ଲୋକ ମହାମାରୀ, ଖଡ୍ଗ ଓ ଦୁର୍ଭିକ୍ଷରୁ ଅବଶିଷ୍ଟ ରହିବେ, ସେମାନଙ୍କୁ ବାବିଲର ରାଜା ନବୂଖଦ୍‍ନିତ୍ସରର ହସ୍ତରେ ଓ ସେମାନଙ୍କ ଶତ୍ରୁଗଣର ହସ୍ତରେ ଓ ସେମାନଙ୍କ ପ୍ରାଣନାଶର ଚେଷ୍ଟାକାରୀମାନଙ୍କ ହସ୍ତରେ ସମର୍ପଣ କରିବା; ଆଉ, ସେ ସେମାନଙ୍କୁ ଖଡ୍ଗଧାରରେ ବଧ କରିବ; ସେ ସେମାନଙ୍କୁ କ୍ଷମା, ଦୟା କି କରୁଣା କରିବ ନାହିଁ।’


Swiv nou:

Piblisite


Piblisite