Biblia Todo Logo
Bib sou entènèt

- Piblisite -




ବିଳାପ 2:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେ ପ୍ରଚଣ୍ତ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ଵଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।

Gade chapit la Kopi

ଓଡିଆ ବାଇବେଲ

3 ସେ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ଶୃଙ୍ଗସବୁ କାଟି ପକାଇଅଛନ୍ତି; ସେ ଶତ୍ରୁ ସମ୍ମୁଖରୁ ଆପଣା ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଅଛନ୍ତି; ଆଉ, ସେ ଅଗ୍ନିଶିଖା ପରି ଯାକୁବକୁ ପ୍ରଜ୍ୱଳିତ କରିଅଛନ୍ତି, ତାହା ଚତୁର୍ଦ୍ଦିଗ ଗ୍ରାସ କରଇ।

Gade chapit la Kopi

ପବିତ୍ର ବାଇବଲ

3 ସଦାପ୍ରଭୁ ପ୍ରଚଣ୍ଡ କ୍ରୋଧରେ ଇସ୍ରାଏଲର ସମସ୍ତ ଶକ୍ତି କାଟି ପକାଇଛନ୍ତି। ସେ ଶତ୍ରୁ ସମ୍ମୁଖରୁ ତାଙ୍କର ଦକ୍ଷିଣ ହସ୍ତ ପଛକୁ ଟାଣି ନେଇଛନ୍ତି। ସେ ଅଗ୍ନିଶିଖା ପରି ଯାକୁବକୁ ଜ୍ୱଳାଇଛନ୍ତି ଓ ତାହା ଚତୁର୍ଦ୍ଦିଗରେ ଥିବା ସବୁକିଛି ଗ୍ରାସ କରିଛନ୍ତି।

Gade chapit la Kopi




ବିଳାପ 2:3
25 Referans Kwoze  

ତୁମ୍ଭେ ଆପଣା ହସ୍ତ, ଆପଣା ଦକ୍ଷିଣ ହସ୍ତ କାହିଁକି ସଂକୋଚି ରଖୁଅଛ? ଆପଣା ବକ୍ଷସ୍ଥଳରୁ ତାହା ବାହାର କରି ସେମାନଙ୍କୁ ସଂହାର କର।


ଏହେତୁ ସେ ତାହାର ଉପରେ ଆପଣା କ୍ରୋଧର ପ୍ରଚଣ୍ଡତା ଓ ଯୁଦ୍ଧର ପ୍ରବଳତା ଢାଳିଦେଲେ; ତହିଁରେ ତାହା ଚତୁର୍ଦ୍ଦିଗରେ ଅଗ୍ନି ଜ୍ୱଳି ଉଠିଲା, ମାତ୍ର ସେ ଜାଣିଲା ନାହିଁ; ପୁଣି, ଅଗ୍ନି ତାହାକୁ ଦଗ୍ଧ କଲା, ତଥାପି ସେ ମନୋଯୋଗ କଲା ନାହିଁ।


ଆମ୍ଭେ ଦୁଷ୍ଟମାନଙ୍କ ଶୃଙ୍ଗସବୁ କାଟି ପକାଇବା। ମାତ୍ର ଧାର୍ମିକମାନଙ୍କ ଶୃଙ୍ଗ ଉଚ୍ଚୀକୃତ ହେବ।


ତୁମ୍ଭମାନଙ୍କ ଶୃଙ୍ଗ ଊର୍ଦ୍ଧ୍ୱକୁ ଉଠାଅ ନାହିଁ; ଶକ୍ତଗ୍ରୀବ ହୋଇ କଥା କୁହ ନାହିଁ।”


ସଦାପ୍ରଭୁ କହନ୍ତି, ମୋୟାବର ଶୃଙ୍ଗ କଟା ଯାଇଅଛି ଓ ତାହାର ବାହୁ ଭଗ୍ନ ହୋଇଅଛି।


ହେ ସଦାପ୍ରଭୋ, କେତେ କାଳ, ତୁମ୍ଭେ କି ସଦାକାଳ ଆପଣାକୁ ଲୁଚାଇବ? କେତେ କାଳ ତୁମ୍ଭର କୋପ ଅଗ୍ନି ପରି ଜ୍ୱଳିବ?


ହେ ସଦାପ୍ରଭୋ, କେତେ କାଳ? ତୁମ୍ଭେ କି ସଦାକାଳ କ୍ରୁଦ୍ଧ ହେବ? ତୁମ୍ଭର ଅନ୍ତର୍ଜ୍ୱାଳା କି ଅଗ୍ନି ପରି ଜ୍ୱଳିବ?


ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।


ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ,


କାରଣ ଦେଖ, ସେହି ଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କ କର୍ମର ଫଳାନୁସାରେ ତୁମ୍ଭମାନଙ୍କୁ ଶାସ୍ତି ଦେବା; ପୁଣି, ଆମ୍ଭେ ତାହାର ବନରେ ଅଗ୍ନି ଜ୍ୱଳାଇବା, ତହିଁରେ ତାହା ତାହାର ଚତୁର୍ଦ୍ଦିଗସ୍ଥ ସକଳ ଗ୍ରାସ କରିବ।”


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଏହି ସ୍ଥାନ ଉପରେ ମନୁଷ୍ୟ ଓ ପଶୁ, କ୍ଷେତ୍ରସ୍ଥିତ ବୃକ୍ଷ ଓ ଭୂମିର ଫଳ, ଏହିସବୁର ଉପରେ ଆମ୍ଭର କ୍ରୋଧ ଓ କୋପ ଢଳାଯିବ; ତାହା ଦଗ୍ଧ କରିବ ଓ ନିର୍ବାଣ ହେବ ନାହିଁ।”


ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।”


ପୁଣି, ବଳବାନ ଲୋକ ଛଣପଟ ପରି ଓ ତାହାର କର୍ମ ଅଗ୍ନିକଣା ପରି ହେବ; ସେ ଦୁଇ ଏକତ୍ର ଜ୍ୱଳିବ ଓ କେହି ତାହା ଲିଭାଇବ ନାହିଁ।


ସେଠାରେ ଆମ୍ଭେ ଦାଉଦର ଶୃଙ୍ଗ ଅଙ୍କୁରିତ କରିବା; ଆମ୍ଭେ ଆପଣା ଅଭିଷିକ୍ତଙ୍କ ପାଇଁ ଏକ ପ୍ରଦୀପ ନିରୂପଣ କରିଅଛୁ।


ମାତ୍ର ଆମ୍ଭର ବିଶ୍ୱସ୍ତତା ଓ ଦୟା ତାହାର ସହବର୍ତ୍ତୀ ହେବ; ପୁଣି, ଆମ୍ଭ ନାମରେ ତାହାର ଶୃଙ୍ଗ ଉନ୍ନତ ହେବ।


ମୁଁ ଆପଣା ଚର୍ମ ଉପରେ ଅଖା ସିଁଇଅଛି ଓ ଆପଣା ଶୃଙ୍ଗ ଧୂଳିରେ ରଖିଅଛି।


କାରଣ ଆମ୍ଭ କ୍ରୋଧରେ ଅଗ୍ନି ପ୍ରଜ୍ୱଳିତ ହେଲା, ତାହା ନୀଚତମ ପାତାଳ ପର୍ଯ୍ୟନ୍ତ ଜ୍ୱଳୁଅଛି ଓ ପୃଥିବୀକୁ ତଦୁତ୍ପନ୍ନ ବସ୍ତୁ ସହିତ ଗ୍ରାସ କରେ, ଆଉ ପର୍ବତମାନର ମୂଳଦୁଆ ଜ୍ୱଳାଏ।


କାରଣ ସେମାନେ ଆପଣାମାନଙ୍କ ହସ୍ତକୃତ ସକଳ କର୍ମ ଦ୍ୱାରା ଆମ୍ଭକୁ ବିରକ୍ତ କରିବା ପାଇଁ ଆମ୍ଭକୁ ପରିତ୍ୟାଗ କରିଅଛନ୍ତି ଓ ଅନ୍ୟ ଦେବଗଣ ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି; ଏହେତୁ ଏହି ସ୍ଥାନ ଉପରେ ଆମ୍ଭର କୋପାନଳ ବର୍ଷିଅଛି ଓ ତାହା ନିର୍ବାଣ ନୋହିବ।


ସେ ଊର୍ଦ୍ଧ୍ୱରୁ ମୋʼ ଅସ୍ଥିସକଳର ମଧ୍ୟକୁ ଅଗ୍ନି ପ୍ରେରଣ କରିଅଛନ୍ତି, ଆଉ ତାହା ସେସବୁକୁ ପରାସ୍ତ କରଇ; ସେ ମୋʼ ଚରଣ ପାଇଁ ଜାଲ ପାତିଅଛନ୍ତି, ସେ ମୋତେ ଫେରାଇ ଅଛନ୍ତି; ସେ ମୋତେ ଅନାଥିନୀ ଓ ଦିନସାରା ମୂର୍ଚ୍ଛିତ କରିଅଛନ୍ତି।


ସଦାପ୍ରଭୁ ଆପଣା କୋପ ସଫଳ କରିଅଛନ୍ତି, ସେ ଆପଣା ପ୍ରଚଣ୍ଡ କ୍ରୋଧ ଢାଳି ଦେଇଅଛନ୍ତି; ପୁଣି, ସେ ସିୟୋନରେ ଅଗ୍ନି ଜ୍ୱଳାଇ ଅଛନ୍ତି ତାହା ତାହାର ଭିତ୍ତିମୂଳ ଗ୍ରାସ କରିଅଛି।


ସେମାନେ ତୂରୀ ବଜାଇ ସବୁ ପ୍ରସ୍ତୁତ କରିଅଛନ୍ତି; ମାତ୍ର କେହି ଯୁଦ୍ଧକୁ ଯାଏ ନାହିଁ; କାରଣ ସେହି ସ୍ଥାନର ସମସ୍ତ ଲୋକସମୂହ ଉପରେ ଆମ୍ଭର କୋପ ଅଛି।


ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା କୋପରେ ପ୍ରଚଣ୍ଡ ବାୟୁ ଦ୍ୱାରା ତାହା ବିଦାରଣ କରିବା; ଆମ୍ଭ କ୍ରୋଧରେ ପ୍ଲାବନକାରୀ ବୃଷ୍ଟି ହେବ ଓ କୋପରେ ବୃହତ ବୃହତ ଶିଳାବୃଷ୍ଟି ହୋଇ ତାହା ବିନଷ୍ଟ କରିବ।


ତାହାଙ୍କ କ୍ରୋଧ ସମ୍ମୁଖରେ କିଏ ଠିଆ ହୋଇପାରେ? ଓ ତାହାଙ୍କ କ୍ରୋଧର ପ୍ରଚଣ୍ଡତାରେ କିଏ ରହିପାରେ? ତାହାଙ୍କ କୋପ ଅଗ୍ନି ତୁଲ୍ୟ ଢଳାଯାଏ ଓ ତାହାଙ୍କ ଦ୍ୱାରା ଶୈଳସବୁ ବିଦୀର୍ଣ୍ଣ ହୁଏ।


Swiv nou:

Piblisite


Piblisite