Biblia Todo Logo
Bib sou entènèt

- Piblisite -




ବିଳାପ 3:42 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

42 “ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

42 ଆମ୍ଭେମାନେ ଆଜ୍ଞାଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।

Gade chapit la Kopi

ଓଡିଆ ବାଇବେଲ

42 ଆମ୍ଭେମାନେ ଆଜ୍ଞା-ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ; ତୁମ୍ଭେ କ୍ଷମା କରି ନାହଁ।

Gade chapit la Kopi

ପବିତ୍ର ବାଇବଲ

42 ଆଉ ଆସ କହିବା, “ଆମ୍ଭେମାନେ ଆଜ୍ଞା ଲଙ୍ଘନ ଓ ବିଦ୍ରୋହାଚରଣ କରିଅଛୁ, ତୁମ୍ଭେ କ୍ଷମା କରି ନାହଁ।

Gade chapit la Kopi




ବିଳାପ 3:42
16 Referans Kwoze  

ତଥାପି ସେମାନେ ଅନାଜ୍ଞାବହ ହେଲେ ଓ ତୁମ୍ଭ ବିରୁଦ୍ଧରେ ବିଦ୍ରୋହାଚରଣ କଲେ ଓ ତୁମ୍ଭ ବ୍ୟବସ୍ଥା ଆପଣା ପଛକୁ ପକାଇଲେ, ଆଉ ତୁମ୍ଭର ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ସେମାନଙ୍କୁ ତୁମ୍ଭ ପ୍ରତି ପୁନର୍ବାର ଫେରାଇବା ପାଇଁ ସେମାନଙ୍କୁ ଚେତାବନୀ ଦେଲେ, ତେଣୁ ସେମାନଙ୍କୁ ବଧ କଲେ ଓ ଅପମାନଜନକ କାର୍ଯ୍ୟ କଲେ।


ତୁମ୍ଭମାନଙ୍କର ପୂର୍ବପୁରୁଷମାନେ, ଏମାନେ କେଉଁଠାରେ? ଓ ଭବିଷ୍ୟଦ୍‍ବକ୍ତାମାନେ, ଏମାନେ କି ଚିରକାଳ ବଞ୍ଚନ୍ତି?


ତୁମ୍ଭର ଅଶୌଚର ଲମ୍ପଟତା ଅଛି; ଆମ୍ଭେ ତୁମ୍ଭକୁ ଶୁଚି କଲେ ହେଁ ତୁମ୍ଭେ ଶୁଚି ହେଲ ନାହିଁ, ଏଥିପାଇଁ ତୁମ୍ଭ ଉପରେ ଆମ୍ଭେ ଆପଣା କୋପ ଶାନ୍ତ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆପଣା ଅଶୌଚରୁ ଆଉ ଶୁଚୀକୃତ ନୋହିବ।


ଆମ୍ଭମାନଙ୍କ ମସ୍ତକରୁ ମୁକୁଟ ଖସି ପଡ଼ିଅଛି; ଧିକ୍‍ ଆମ୍ଭମାନଙ୍କୁ! କାରଣ ଆମ୍ଭେମାନେ ପାପ କରିଅଛୁ।


ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।


ସଦାପ୍ରଭୁ କହନ୍ତି, ତୁମ୍ଭେ ଯେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ବିରୁଦ୍ଧରେ ଅପରାଧ କରିଅଛ ଓ ପ୍ରତ୍ୟେକ ହରିଦ୍‍ବର୍ଣ୍ଣ ବୃକ୍ଷ ତଳେ ବିଦେଶୀୟମାନଙ୍କ ନିକଟକୁ ଯାଇ ଭ୍ରମଣ କରିଅଛ ଓ ଆମ୍ଭ ରବରେ ମନୋଯୋଗ କରି ନାହଁ, ଆପଣାର ଏହି ଅଧର୍ମାଚରଣ କେବଳ ସ୍ୱୀକାର କର।


ଓ ମଧ୍ୟ ସେ ନିର୍ଦ୍ଦୋଷ ରକ୍ତପାତ କରିବା ସକାଶୁ, ଯିହୁଦାକୁ ଆପଣା ଦୃଷ୍ଟିରୁ ଦୂର କରିବା ଲାଗି ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ପ୍ରତି ଏହା ଘଟିଲା; କାରଣ ମନଃଶି ନିର୍ଦ୍ଦୋଷ ରକ୍ତରେ ଯିରୂଶାଲମକୁ ପରିପୂର୍ଣ୍ଣ କଲା, ପୁଣି ସଦାପ୍ରଭୁ କ୍ଷମା କରିବାକୁ ସମ୍ମତ ହେଲେ ନାହିଁ।


ସେମାନେ ଦୁଃଖ ଓ ଲୌହ ଶୃଙ୍ଖଳରେ ବଦ୍ଧ ହୋଇ ଅନ୍ଧକାରରେ ଓ ମୃତ୍ୟୁୁଚ୍ଛାୟାରେ ବସିଲେ;


ହେ ସଦାପ୍ରଭୁ, ଆମ୍ଭେମାନେ ଆପଣାମାନଙ୍କ ଦୁଷ୍ଟତା ଓ ଆମ୍ଭମାନଙ୍କ ପିତୃଲୋକମାନଙ୍କର ଅଧର୍ମ ସ୍ୱୀକାର କରୁଅଛୁ; କାରଣ ଆମ୍ଭେମାନେ ତୁମ୍ଭ ବିରୁଦ୍ଧରେ ପାପ କରିଅଛୁ।


“ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଊର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।


ଏଣୁ ଏବେ ହେ ପ୍ରଭୁ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭେ ବଳବାନ ହସ୍ତ ଦ୍ୱାରା ମିସର ଦେଶରୁ ଆପଣା ଲୋକମାନଙ୍କୁ ବାହାର କରି ଆଣି ଆଜିକାର ନ୍ୟାୟ କୀର୍ତ୍ତି ଲାଭ କରିଅଛ; ଆମ୍ଭେମାନେ ପାପ କରିଅଛୁ, ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।


ମାତ୍ର ଆମ୍ଭେ ଆପଣା ଦାସ ଭବିଷ୍ୟଦ୍‍ବକ୍ତାଗଣକୁ ଯେଉଁ ଯେଉଁ ବାକ୍ୟ ଓ ବିଧି ଆଜ୍ଞା କଲୁ, ସେହି ସବୁ କି ତୁମ୍ଭମାନଙ୍କ ପୂର୍ବପୁରୁଷଗଣକୁ ସ୍ପର୍ଶ କଲା ନାହିଁ? ତେବେ ସେମାନେ ଫେରି କହିଲେ, ସୈନ୍ୟାଧିପତି ସଦାପ୍ରଭୁ ଆମ୍ଭମାନଙ୍କ ଆଚରଣ ଓ କ୍ରିୟାନୁସାରେ ଆମ୍ଭମାନଙ୍କ ପ୍ରତି ଯେରୂପ କରିବେ ବୋଲି ମନସ୍ଥ କଲେ, ସେହିପରି ବ୍ୟବହାର ଆମ୍ଭମାନଙ୍କ ପ୍ରତି ସେ କରିଅଛନ୍ତି।”


Swiv nou:

Piblisite


Piblisite