Biblia Todo Logo
Bib sou entènèt

- Piblisite -




ବିଳାପ 3:51 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

51 ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଦୁଃଖ ଆଣେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

51 ମୋʼ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋʼ ପ୍ରାଣକୁ ଆର୍ଦ୍ର କରୁଅଛି।

Gade chapit la Kopi

ଓଡିଆ ବାଇବେଲ

51 ମୋ’ ନଗରୀର ସକଳ କନ୍ୟାଙ୍କ ସକାଶୁ ମୋହର ଚକ୍ଷୁ ମୋ’ ପ୍ରାଣକୁ ଦୁଃଖ ଆଣେ।

Gade chapit la Kopi

ପବିତ୍ର ବାଇବଲ

51 ମୋର ସମସ୍ତ କନ୍ୟାଙ୍କର ଦୁର୍ଦ୍ଦଶା ଦେଖି ମୋର ଚକ୍ଷୁ ମୋର ପ୍ରାଣକୁ ଦୁଃଖ ଦିଏ।

Gade chapit la Kopi




ବିଳାପ 3:51
14 Referans Kwoze  

ସେମାନେ ସିୟୋନରେ ସ୍ତ୍ରୀମାନଙ୍କୁ, ଯିହୁଦାର ନଗରସମୂହରେ କୁମାରୀଗଣକୁ ଭ୍ରଷ୍ଟା କଲେ।


ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।


ସଦାପ୍ରଭୁ ଧାର୍ମିକ ଅଟନ୍ତି; ମୁଁ ତାହାଙ୍କ ଆଜ୍ଞାର ପ୍ରତିକୂଳାଚରଣ କରିଅଛି; ହେ ଗୋଷ୍ଠୀସକଳ, ବିନୟ କରୁଅଛି, ତୁମ୍ଭେମାନେ ଶୁଣ ଓ ମୋହର ଦୁଃଖ ଦେଖ; ମୋହର କୁମାରୀଗଣ ଓ ଯୁବକଗଣ ବନ୍ଦୀତ୍ୱ ସ୍ଥାନକୁ ଯାଇଅଛନ୍ତି।


ଆଉ, ସେମାନଙ୍କର ଶତ୍ରୁମାନେ ଓ ସେମାନଙ୍କର ପ୍ରାଣନାଶର ଚେଷ୍ଟାକାରୀମାନେ ସେମାନଙ୍କୁ ଅବରୋଧ କରିବା ଓ ସଙ୍କଟରେ ପକାଇବା ସମୟରେ ଆମ୍ଭେ ସେମାନଙ୍କୁ ଆପଣା ଆପଣା ପୁତ୍ରକନ୍ୟାର ମାଂସ ଭୋଜନ କରାଇବା ଓ ପ୍ରତ୍ୟେକେ ଆପଣା ଆପଣା ମିତ୍ରର ମାଂସ ଖାଇବେ।’


ଆମ୍ଭେ ଯଦି ବାହାର ହୋଇ କ୍ଷେତ୍ରକୁ ଯାଉ, ତେବେ ଦେଖ, ସେଠାରେ ଖଡ୍ଗରେ ହତ ଲୋକ! ପୁଣି, ଆମ୍ଭେ ଯଦି ନଗରରେ ପ୍ରବେଶ କରୁ, ତେବେ ଦେଖ, ସେଠାରେ ଦୁର୍ଭିକ୍ଷରେ ପୀଡ଼ିତ ଲୋକ! କାରଣ ଭବିଷ୍ୟଦ୍‍ବକ୍ତା ଓ ଯାଜକ ଉଭୟ ଦେଶରେ ଭ୍ରମଣ କରନ୍ତି, ସେମାନେ କିଛି ଜାଣନ୍ତି ନାହିଁ।’”


ପୁଣି, ଯେଉଁ ଲୋକମାନଙ୍କ ନିକଟରେ ସେମାନେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରନ୍ତି, ସେମାନେ ଦୁର୍ଭିକ୍ଷ ଓ ଖଡ୍ଗ ହେତୁରୁ ଯିରୂଶାଲମର ନାନା ସଡ଼କରେ ପକାଯିବେ; ପୁଣି, ସେମାନଙ୍କୁ ସେମାନଙ୍କ ଭାର୍ଯ୍ୟା ଓ ସେମାନଙ୍କ ପୁତ୍ର ଓ କନ୍ୟାମାନଙ୍କୁ କବର ଦେବା ପାଇଁ କେହି ନ ଥିବେ; କାରଣ ଆମ୍ଭେ ସେମାନଙ୍କ ଦୁଷ୍ଟତା ସେମାନଙ୍କ ଉପରେ ଢାଳି ଦେବା।


ଏନିମନ୍ତେ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଦେଖ, ଆମ୍ଭେ ସେମାନଙ୍କୁ ଶାସ୍ତି ଦେବା; ଯୁବାଗଣ ଖଡ୍ଗରେ ମରିବେ; ସେମାନଙ୍କର ପୁତ୍ର ଓ କନ୍ୟାଗଣ ଦୁର୍ଭିକ୍ଷରେ ମରିବେ;


କାରଣ ଏହି ଯୁବା ମୋʼ ସଙ୍ଗରେ ନ ଥିଲେ, ମୁଁ କିପରି ପିତାଙ୍କ ନିକଟକୁ ଯାଇ ପାରିବି? ପୁଣି, ପିତାଙ୍କୁ ଯେଉଁ ବିପଦ ଘଟିବ, ତାହା କିପରି ଅବା ଦେଖି ପାରିବି?”


ମୋହର ଚକ୍ଷୁ ଲୋତକରେ କ୍ଷୀଣ ହୁଅଇ, ମୋର ଅନ୍ତ୍ର ବ୍ୟଥିତ ହୁଅଇ, ମୋʼ ଲୋକଙ୍କ କନ୍ୟାର ବିନାଶ ହେତୁ ମୋହର କଲିଜା ଭୂମିରେ ଢଳା ଯାଇଅଛି; କାରଣ ନଗରର ପଥସମୂହରେ ବାଳକ ବାଳିକା ଓ ସ୍ତନ୍ୟପାୟୀ ଶିଶୁମାନେ ମୂର୍ଚ୍ଛାପନ୍ନ ହେଉଅଛନ୍ତି।


ସେଯାଏ, ମୋର ଚକ୍ଷୁ ଅବିଶ୍ରାନ୍ତ ଅଶ୍ରୁ ବର୍ଷାଉଅଛି, ନିବୃତ୍ତ ହେଉ ନାହିଁ।


ବିନା କାରଣରେ ଯେଉଁମାନେ ମୋହର ଶତ୍ରୁ, ସେମାନେ ମୋତେ ପକ୍ଷୀ ପରି ମୃଗୟା କରିଅଛନ୍ତି।


Swiv nou:

Piblisite


Piblisite