Biblia Todo Logo
Bib sou entènèt

- Piblisite -




ବିଳାପ 3:62 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

62 ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

62 ମୋʼ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋʼ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।

Gade chapit la Kopi

ଓଡିଆ ବାଇବେଲ

62 ମୋ’ ବିରୁଦ୍ଧରେ ଉଠିଲା ଲୋକମାନଙ୍କ ଓଷ୍ଠାଧରର କଥା ଓ ଦିନଯାକ ମୋ’ ବିରୁଦ୍ଧରେ ସେମାନଙ୍କ କଳ୍ପନାସବୁ ତୁମ୍ଭେ ଶୁଣିଅଛ।

Gade chapit la Kopi

ପବିତ୍ର ବାଇବଲ

62 ମୋର ଶତ୍ରୁମାନେ ମୋ’ ବିରୁଦ୍ଧରେ ଦିନସାରା କଥାବାର୍ତ୍ତା ଓ ଚିନ୍ତାଧାରା ସବୁ କରନ୍ତି।

Gade chapit la Kopi




ବିଳାପ 3:62
5 Referans Kwoze  

ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;


ସେମାନେ ସର୍ପ ପରି ଆପଣା ଆପଣା ଜିହ୍ୱା ତୀକ୍ଷ୍ଣ କରିଅଛନ୍ତି; ସେମାନଙ୍କ ଓଷ୍ଠାଧର ତଳେ କାଳସର୍ପର ଗରଳ ଥାଏ। [ସେଲା]


ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।


ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ୍ଗ ଥାଏ; କାରଣ ସେମାନେ କହନ୍ତି, “କିଏ ଆମ୍ଭମାନଙ୍କୁ ଶୁଣିବ?”


ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍‍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”


Swiv nou:

Piblisite


Piblisite