Biblia Todo Logo
Bib sou entènèt

- Piblisite -




ବିଳାପ 4:22 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ତ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ଵ ସ୍ଥାନକୁ ଆଉ ନେଇ ଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ;ସେ ତୁମ୍ଭର ପାପସବୁ ଅନାବୃତ୍ତ କରିବେ।

Gade chapit la Kopi

ଓଡିଆ ବାଇବେଲ

22 ହେ ସିୟୋନର କନ୍ୟେ, ତୁମ୍ଭ ଅଧର୍ମର ଦଣ୍ଡ ସମ୍ପୂର୍ଣ୍ଣ ହୋଇଅଛି; ସେ ତୁମ୍ଭକୁ ବନ୍ଦୀତ୍ୱ ସ୍ଥାନକୁ ଆଉ ନେଇ ଯିବେ ନାହିଁ; ହେ ଇଦୋମର କନ୍ୟେ, ସେ ତୁମ୍ଭ ଅଧର୍ମର ପ୍ରତିଫଳ ଦେବେ; ସେ ତୁମ୍ଭର ପାପସବୁ ଅନାବୃତ କରିବେ।

Gade chapit la Kopi

ପବିତ୍ର ବାଇବଲ

22 ହେ ସିୟୋନର କନ୍ୟା, ତୁମ୍ଭ ଅଧର୍ମର ଦଣ୍ଡ ଶେଷ ହୋଇଛି। ତୁମ୍ଭେମାନେ ଆଉ ବନ୍ଦୀତ୍ୱ ସ୍ଥାନକୁ ଯିବ ନାହିଁ। ହେ ଇଦୋମର କନ୍ୟା, ସଦାପ୍ରଭୁ ତୁମ୍ଭ ଅଧର୍ମର ଫଳ ଦେବେ। ସେ ତୁମ୍ଭର ପାପସବୁ ଖୋଲି ଦେବେ।

Gade chapit la Kopi




ବିଳାପ 4:22
17 Referans Kwoze  

ତୁମ୍ଭେମାନେ ଯିରୂଶାଲମକୁ ଚିତ୍ତ ପ୍ରବୋଧକ କଥା କୁହ, ଆଉ ତାହାର ସଂଗ୍ରାମ ସମାପ୍ତ ହେଲା, ତାହାର ଅପରାଧ କ୍ଷମା ହେଲା, ସେ ସଦାପ୍ରଭୁଙ୍କ ହସ୍ତରୁ ଆପଣାର ସମସ୍ତ ପାପ ସକାଶୁ ଦୁଇଗୁଣ ପାଇଅଛି ବୋଲି ତାହା ନିକଟରେ ପ୍ରଚାର କର।


ସଦାପ୍ରଭୁ କହନ୍ତି, ସେହି ଦିନରେ ଓ ସେହି ସମୟରେ ଇସ୍ରାଏଲର ଅଧର୍ମ ଅନ୍ୱେଷଣ କରାଯିବ, ମାତ୍ର କିଛି ମିଳିବ ନାହିଁ ଓ ଯିହୁଦାର ପାପ ଅନ୍ୱେଷଣ କରାଯିବ, ମାତ୍ର ତାହା ମିଳିବ ନାହିଁ। କାରଣ ଆମ୍ଭେ ଯେଉଁମାନଙ୍କୁ ଅବଶିଷ୍ଟ ରଖିବା, ସେମାନଙ୍କୁ କ୍ଷମା କରିବା।


ହେ ସଦାପ୍ରଭୋ, ଇଦୋମୀୟ ସନ୍ତାନଗଣ ପ୍ରତିକୂଳରେ ଯିରୂଶାଲମର ଦିନ ସ୍ମରଣ କର; ସେମାନେ କହିଲେ, “ଉତ୍ପାଟନ କର, ତହିଁର ମୂଳ ପର୍ଯ୍ୟନ୍ତ ଉତ୍ପାଟନ କର।”


ଇଦୋମ କହୁଅଛି, “ଆମ୍ଭେମାନେ ନିପାତିତ ହୋଇଅଛୁ ନିଶ୍ଚୟ, ମାତ୍ର ଆମ୍ଭେମାନେ ଫେରି ଉଜାଡ଼ ସ୍ଥାନସବୁ ନିର୍ମାଣ କରିବା।” ଏଥିପାଇଁ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ସେମାନେ ନିର୍ମାଣ କରିବେ, ମାତ୍ର ଆମ୍ଭେ ଭାଙ୍ଗି ପକାଇବା ଆଉ, ଲୋକମାନେ ସେମାନଙ୍କୁ ଦୁଷ୍ଟତାର ଦେଶ ଓ ପରମେଶ୍ୱରଙ୍କର ନିତ୍ୟ କ୍ରୋଧର ପାତ୍ର ସ୍ୱରୂପ ଗୋଷ୍ଠୀ ବୋଲି ନାମ ଦେବେ।”


ପୁଣି, ଯେତେବେଳେ ଆମ୍ଭର ପବିତ୍ର ସ୍ଥାନ ସେମାନଙ୍କ ମଧ୍ୟରେ ସଦାକାଳ ରହିବ, ସେତେବେଳେ ଆମ୍ଭେ ଯେ ଇସ୍ରାଏଲର ପବିତ୍ରକାରୀ ସଦାପ୍ରଭୁ ଅଟୁ, ଏହା ଗୋଷ୍ଠୀୟମାନେ ଜାଣିବେ।”


ହେ ଊଷ ଦେଶ ନିବାସିନୀ ଇଦୋମର କନ୍ୟେ, ତୁମ୍ଭେ ଆନନ୍ଦ କର ଓ ପୁଲକିତା ହୁଅ; ସେହି ପାନପାତ୍ର ତୁମ୍ଭ ନିକଟକୁ ହିଁ ଯିବ; ତୁମ୍ଭେ ମତ୍ତା ହେବ ଓ ଆପଣାକୁ ଉଲଙ୍ଗିନୀ କରିବ।


କାରଣ ଯେ ଏକ ନିମିଷ ମଧ୍ୟରେ ଉତ୍ପାଟିତ ହେଲା ଓ ଯାହାକୁ କାହାରି ହସ୍ତ ଆକ୍ରମଣ ନ କଲା, ଏପରି ଯେ ସଦୋମ, ତାହାର ପାପ ଅପେକ୍ଷା ମୋʼ ଲୋକଙ୍କ କନ୍ୟାର ଅଧର୍ମ ଅଧିକ ଅଟେ।


ପୁଣି, ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି; ସେସବୁରୁ ଆମ୍ଭେ ସେମାନଙ୍କୁ ଶୁଚି କରିବା ଓ ସେମାନେ ଆପଣାମାନଙ୍କର ଯେଉଁ ଅଧର୍ମାଚରଣ ଦ୍ୱାରା ଆମ୍ଭ ବିରୁଦ୍ଧରେ ପାପ କରିଅଛନ୍ତି ଓ ଯଦ୍ଦ୍ୱାରା ସେମାନେ ଆମ୍ଭର ଆଜ୍ଞାଲଙ୍ଘନ କରିଅଛନ୍ତି, ଆମ୍ଭେ ସେସବୁ କ୍ଷମା କରିବା।


ପୁଣି, ଆମ୍ଭେ ସେମାନଙ୍କର ମଙ୍ଗଳ କରିବା ପାଇଁ ଯେ ସେମାନଙ୍କଠାରୁ ବିମୁଖ ନ ହେବା, ଏହି ଭାବର ଗୋଟିଏ ନିତ୍ୟସ୍ଥାୟୀ ନିୟମ ସେମାନଙ୍କ ସଙ୍ଗେ କରିବା ଓ ସେମାନେ ଯେପରି ଆମ୍ଭଠାରୁ ଦୂର ହେବେ ନାହିଁ, ଏଥିପାଇଁ ଆମ୍ଭେ ଆମ୍ଭ ବିଷୟକ ଭୟ ସେମାନଙ୍କ ଅନ୍ତଃକରଣରେ ସ୍ଥାପନ କରିବା।


ତୁମ୍ଭ ଦେଶରେ ଦୌରାତ୍ମ୍ୟର କଥା ଓ ତୁମ୍ଭର ସୀମା ମଧ୍ୟରେ ଉଚ୍ଛିନ୍ନତା ଓ ବିନାଶର କଥା ଆଉ ଶୁଣାଯିବ ନାହିଁ; ମାତ୍ର ତୁମ୍ଭେ ଆପଣା ପ୍ରାଚୀରସମୂହର ନାମ ପରିତ୍ରାଣ ଓ ଆପଣା ନଗରଦ୍ୱାରସକଳର ନାମ ପ୍ରଶଂସା ରଖିବ।


ହେ ସିୟୋନ, ଜାଗ, ଜାଗ, ଆପଣା ବଳ ପରିଧାନ କର; ହେ ପବିତ୍ର ନଗରୀ ଯିରୂଶାଲମ, ତୁମ୍ଭେ ଆପଣା ସୁନ୍ଦର ବସ୍ତ୍ରସବୁ ପିନ୍ଧ; କାରଣ ଏହି ସମୟଠାରୁ ତୁମ୍ଭ ମଧ୍ୟକୁ ଅସୁନ୍ନତ ଅବା ଅଶୁଚି ଲୋକ ଆଉ ଆସିବ ନାହିଁ।


ଆଉ, ଆମ୍ଭେ ଯିହୁଦାର ବନ୍ଦୀତ୍ୱାବସ୍ଥା ଓ ଇସ୍ରାଏଲର ବନ୍ଦୀତ୍ୱାବସ୍ଥା ପରିବର୍ତ୍ତନ କରିବା, ପୁଣି ଆଦ୍ୟ କାଳର ନ୍ୟାୟ ସେମାନଙ୍କୁ ଗଠନ କରିବା।


ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।


ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।


ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”


ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।


Swiv nou:

Piblisite


Piblisite