Biblia Todo Logo
Bib sou entènèt

- Piblisite -




ବିଳାପ 4:9 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ଼୍‍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।

Gade chapit la Kopi

ଓଡିଆ ବାଇବେଲ

9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ଭୋକରେ ମରିଥିବା ଲୋକମାନଙ୍କ ଅପେକ୍ଷା ‌‌ଖ‌ଡ଼୍‌ଗରେ ନିହତ ହୋଇଥିବା ଲୋକମାନେ ଭଲ, କାରଣ ସେମାନଙ୍କର ଜୀବନ ସେମାନଙ୍କର ଶୁଷ୍କ ଜମିରେ ଖାଦ୍ୟ ଉତ୍ପନ୍ନ ପାଇଁ ଯେଭଳି, ସେମାନେ କ୍ଷୁଧା ଦ୍ୱାରା ଘସି ହୋଇଛନ୍ତି।

Gade chapit la Kopi




ବିଳାପ 4:9
10 Referans Kwoze  

ପୁଣି, ତୁମ୍ଭମାନଙ୍କର ଶିରୋଭୂଷଣ ତୁମ୍ଭମାନଙ୍କ ମସ୍ତକରେ ଓ ତୁମ୍ଭମାନଙ୍କ ପାଦୁକା ତୁମ୍ଭମାନଙ୍କ ପାଦରେ ରହିବ; ତୁମ୍ଭେମାନେ ବିଳାପ କିମ୍ବା କ୍ରନ୍ଦନ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆପଣା ଆପଣା ଅଧର୍ମରେ କ୍ଷୀଣ ହୋଇଯିବ ଓ ଏକ ଜଣ ଆରେକର ନିକଟରେ ବିଳାପ କରିବ।


ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।


ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ‘ଆମ୍ଭମାନଙ୍କର ଆଜ୍ଞାଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା?’


ସେମାନେ ଅତି ଯନ୍ତ୍ରଣାଦାୟକ ମୃତ୍ୟୁୁରେ ପ୍ରାଣତ୍ୟାଗ କରିବେ; ସେମାନଙ୍କ ନିମନ୍ତେ ବିଳାପ କରାଯିବ ନାହିଁ, କିଅବା ସେମାନଙ୍କୁ କବର ଦିଆଯିବ ନାହିଁ, ସେମାନେ ଭୂମି ଉପରେ ଖତ ପରି ହେବେ; ଆଉ, ସେମାନେ ଖଡ୍ଗ ଓ ଦୁର୍ଭିକ୍ଷ ଦ୍ୱାରା ସଂହାରିତ ହେବେ; ପୁଣି, ସେମାନଙ୍କର ଶବ ଆକାଶ ପକ୍ଷୀଗଣର ଓ ଭୂଚର ପଶୁଗଣର ଖାଦ୍ୟ ହେବ।


ପୁଣି, ଇସ୍ରାଏଲ-ସନ୍ତାନଗଣ ସେମାନଙ୍କୁ କହିଲେ, “ହାୟ, ହାୟ, ଆମ୍ଭେମାନେ ଯେତେବେଳେ ମାଂସ ହାଣ୍ଡି ପାଖରେ ବସି ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଭୋଜନ କରୁଥିଲୁ, ସେତେବେଳେ ଯଦି ଆମ୍ଭେମାନେ ମିସର ଦେଶରେ ସଦାପ୍ରଭୁଙ୍କ ହସ୍ତରେ ମରିଥାʼନ୍ତୁ। ତୁମ୍ଭେମାନେ ଏହି ସମସ୍ତ ମଣ୍ଡଳୀକୁ କ୍ଷୁଧାରେ ମାରିବା ପାଇଁ ଆମ୍ଭମାନଙ୍କୁ ବାହାର କରି ଏହି ପ୍ରାନ୍ତରକୁ ଆଣିଅଛ।”


ଚତୁର୍ଥ ମାସର ନବମ ଦିନରେ ନଗରରେ ମହାଦୁର୍ଭିକ୍ଷ ହେଲା, ତହିଁରେ ଦେଶର ଲୋକମାନଙ୍କ ନିମନ୍ତେ କିଛି ଖାଦ୍ୟଦ୍ରବ୍ୟ ମିଳିଲା ନାହିଁ।


ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।


ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।


ଆହୁରି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଦେଖ, ଆମ୍ଭେ ଯିରୂଶାଲମରେ ଅନ୍ନରୂପ ଯଷ୍ଟି ଭାଙ୍ଗିବା, ତହିଁରେ ଲୋକମାନେ ସୀମିତ ପରିମାଣ ଅନ୍ନ ଯତ୍ନ ସହ ଭୋଜନ କରିବେ ଓ ସୀମିତ ପରିମାଣ ଜଳ ଭୟରେ ପାନ କରିବେ;


ବାହାରେ ଖଡ୍ଗ, ଭିତରେ ମହାମାରୀ ଓ ଦୁର୍ଭିକ୍ଷ ଅଛି; ଯେଉଁ ଲୋକ କ୍ଷେତ୍ରରେ ଅଛି, ସେ ଖଡ୍ଗରେ ମରିବ ଓ ଯେ ନଗର ମଧ୍ୟରେ ଅଛି, ଦୁର୍ଭିକ୍ଷ ଓ ମହାମାରୀ ତାକୁ ଗ୍ରାସ କରିବ।


Swiv nou:

Piblisite


Piblisite