Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 1:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ବୋଲ ଓ ସେମାନଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯେବେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳି ଉତ୍ସର୍ଗ କରେ, ତେବେ ସେ ଗୋରୁ ଅବା ମେଷ ପଲରୁ ଆପଣା ବଳି ଆଣି ଉତ୍ସର୍ଗ କରୁ।

Gade chapit la Kopi

ପବିତ୍ର ବାଇବଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣଙ୍କୁ କୁହ, ତୁମ୍ଭମାନଙ୍କ ମଧ୍ୟରୁ କେହି ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୈବେଦ୍ୟ ଉତ୍ସର୍ଗ କରେ, ତେବେ ସେ ନିଜ ପାଳିତ ଗୋରୁ, ମେଷ କିମ୍ବା ଛେଳି ଉତ୍ସର୍ଗ କରୁ।

Gade chapit la Kopi




ଲେବୀୟ ପୁସ୍ତକ 1:2
13 Referans Kwoze  

ଆଉ, ଆମ୍ଭମାନଙ୍କୁ ପ୍ରଦତ୍ତ ଅନୁଗ୍ରହ ଅନୁସାରେ ଆମ୍ଭେମାନେ ବିଭିନ୍ନ ଦାନ ପାଇଅଛୁ; ଏଣୁ ସେହି ଦାନ ଯଦି ଭାବବାଣୀ ହୁଏ, ଆସ, ଆମ୍ଭେମାନେ ବିଶ୍ୱାସର ପରିମାଣ ଅନୁସାରେ ଭାବବାଣୀ କହୁ;


ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର।


ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ଛାମୁକୁ ଆସ; ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର।


ମାତ୍ର କୟିନଙ୍କୁ ଓ ତାଙ୍କର ନୈବେଦ୍ୟକୁ ସେ ଅଗ୍ରାହ୍ୟ କଲେ। ଏହେତୁ କୟିନ ଅତି କ୍ରୋଧ କରି ଦୁଃଖିତ ହେଲେ।


ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


କିନ୍ତୁ ତୁମ୍ଭେମାନେ କୁହ, କେହି ଯେବେ ପିତା କି ମାତାକୁ କହେ, ମୋʼଠାରୁ, ଯାହା ଦ୍ୱାରା ତୁମ୍ଭର ଉପକାର ହୋଇଥାଆନ୍ତା, ତାହା ‘କର୍ବାନ୍’, ଅର୍ଥାତ୍‍ ଈଶ୍ବରଙ୍କୁ ସମର୍ପିତ ହୋଇଅଛି,


ତୁମ୍ଭେ ଆମ୍ଭ ନିମନ୍ତେ ଏକ ମୃତ୍ତିକାର ବେଦି ନିର୍ମାଣ କରିବ, ପୁଣି, ତହିଁ ଉପରେ ତୁମ୍ଭର ଗୋମେଷାଦି ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରିବ; ଆମ୍ଭେ ଯେଉଁ ପ୍ରତ୍ୟେକ ସ୍ଥାନରେ ଆପଣା ନାମ ସ୍ମରଣ କରାଇବା, ସେହି ପ୍ରତ୍ୟେକ ସ୍ଥାନରେ ଆମ୍ଭେ ତୁମ୍ଭ ନିକଟକୁ ଆସି ତୁମ୍ଭକୁ ଆଶୀର୍ବାଦ କରିବା।


ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;


ତେବେ ସେହି ପୁରୁଷ ଆପଣା ଭାର୍ଯ୍ୟାକୁ ଯାଜକ ନିକଟକୁ ଆଣିବ ଓ ତାହା ନିମନ୍ତେ ଐଫାର ଦଶମାଂଶ ଯବ ମଇଦା ଉପହାର ଆଣିବ; ସେ ତହିଁ ଉପରେ ତୈଳ ଢାଳିବ ନାହିଁ ଅବା କୁନ୍ଦୁରୁ ଦେବ ନାହିଁ, କାରଣ ତାହା ଈର୍ଷାର ଭକ୍ଷ୍ୟ ନୈବେଦ୍ୟ, ଅର୍ଥାତ୍‍ ଅପରାଧ-ସ୍ମରଣକାରୀ ସ୍ମରଣାର୍ଥକ ଭକ୍ଷ୍ୟ ନୈବେଦ୍ୟ।


ହୋମ ନିମନ୍ତେ ଏକ ଗୋବତ୍ସ, ଏକ ମେଷ ଓ ଏକ ବର୍ଷୀୟ ଏକ ମେଷବତ୍ସ;


ଏଥିଉତ୍ତାରେ ସେମାନେ ନିତ୍ୟ ହୋମବଳି, ଆଉ ଅମାବାସ୍ୟାର ଓ ସଦାପ୍ରଭୁଙ୍କ ପବିତ୍ରୀକୃତ ସକଳ ନିରୂପିତ ପର୍ବର ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ନୈବେଦ୍ୟ ଉତ୍ସର୍ଗକାରୀ ପ୍ରତ୍ୟେକ ଲୋକର ଉପହାର ଉତ୍ସର୍ଗ କରିବାକୁ ଲାଗିଲେ।


Swiv nou:

Piblisite


Piblisite