Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 10:12 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଅନନ୍ତର ମୋଶା ହାରୋଣଙ୍କୁ ଓ ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ-ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ଯେହେତୁ ତାହା ମହାପବିତ୍ର;

Gade chapit la Kopi

ଓଡିଆ ବାଇବେଲ

12 ଏଥିଉତ୍ତାରେ ମୋଶା ହାରୋଣଙ୍କୁ, ତାଙ୍କର ଅବଶିଷ୍ଟ ପୁତ୍ର ଇଲୀୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାରର ଅବଶିଷ୍ଟ ଯେଉଁ ଭକ୍ଷ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ବେଦି ନିକଟରେ ତାଡ଼ି ବିନା ଭୋଜନ କର, ଯେହେତୁ ତାହା ମହାପବିତ୍ର;

Gade chapit la Kopi

ପବିତ୍ର ବାଇବଲ

12 ଏହା ପରେ ମୋଶା ହାରୋଣଙ୍କୁ ଓ ତାଙ୍କର ଜୀବିତ ଥିବା ଅବଶିଷ୍ଟ ଦୁଇପୁତ୍ର ଇଲିୟାସର ଓ ଈଥାମରଙ୍କୁ କହିଲେ, “ସଦାପ୍ରଭୁଙ୍କ ଉପହାରରୁ ଅବଶିଷ୍ଟ ଯେଉଁ ଶସ୍ୟ ନୈବେଦ୍ୟ, ତାହା ତୁମ୍ଭେମାନେ ନେଇ ଯଜ୍ଞବେଦି ନିକଟରେ ବିନା ତାଡ଼ିରେ ଭୋଜନ କର, ତାହା ମହାପବିତ୍ର।

Gade chapit la Kopi




ଲେବୀୟ ପୁସ୍ତକ 10:12
14 Referans Kwoze  

ସେ ଆପଣା ପରମେଶ୍ୱରଙ୍କର ମହାପବିତ୍ର ବା ପବିତ୍ର ‘ଭକ୍ଷ୍ୟ’ ଭୋଜନ କରିବ।


ସେମାନେ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ଭୋଜନ କରିବେ; ଆଉ, ଇସ୍ରାଏଲ ମଧ୍ୟରେ ଯାବତୀୟ ବର୍ଜିତ ଦ୍ରବ୍ୟ ସେମାନଙ୍କର ହେବ।


ପୁଣି, ତନ୍ଦୁରରେ ବା କରେଇରେ ଅବା ପଲମରେ ରନ୍ଧନ ହୋଇଥିବା ଯେତେ ଭକ୍ଷ୍ୟ ନୈବେଦ୍ୟ, ତାହାସବୁ ଉତ୍ସର୍ଗକାରୀ ଯାଜକର ହେବ।


ପୁଣି, ତାଡ଼ିଶୂନ୍ୟ ରୁଟି, ତୈଳ ମିଶ୍ରିତ ତାଡ଼ିଶୂନ୍ୟ ପିଠା ଓ ତୈଳଯୁକ୍ତ ତାଡ଼ିଶୂନ୍ୟ ସରୁ ଚକୁଳି ଗହମ ମଇଦାରେ ପ୍ରସ୍ତୁତ କରିବ।


ପୁଣି, ହାରୋଣ ଅମ୍ମୀନାଦବର କନ୍ୟା ନହଶୋନର ଭଗିନୀ ଇଲୀଶେବାକୁ ବିବାହ କଲେ; ତହିଁରେ ସେ ତାଙ୍କର ଔରସରେ ନାଦବ୍‍, ଅବୀହୂ, ଇଲୀୟାସର ଓ ଈଥାମରକୁ ପ୍ରସବ କଲା।


ଏଣୁ ତୁମ୍ଭେମାନେ କୌଣସି ପବିତ୍ର ସ୍ଥାନରେ ତାହା ଭୋଜନ କର; କାରଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ମଧ୍ୟରୁ ତାହା ହିଁ ତୁମ୍ଭର ଓ ତୁମ୍ଭ ପୁତ୍ରଗଣଙ୍କର ପ୍ରାପ୍ତବ୍ୟ ଅଂଶ; ଯେହେତୁ ଆମ୍ଭେ ଏହି ଆଜ୍ଞା ପାଇଅଛୁ।


ହାରୋଣଙ୍କର ପୁତ୍ରଗଣର ନାମ ଏହି; ପ୍ରଥମଜାତ ନାଦବ୍‍, ତହୁଁ ଅବୀହୂ ଓ ଇଲୀୟାସର ଓ ଈଥାମର।


ପୁଣି, ସେମାନଙ୍କୁ ପଦରେ ନିଯୁକ୍ତ ଓ ପ୍ରତିଷ୍ଠା କରିବା ନିମନ୍ତେ ଯାହା ଦ୍ୱାରା ପ୍ରାୟଶ୍ଚିତ୍ତ ହେଲା, ତାହା ସେମାନେ ଭୋଜନ କରିବେ; ମାତ୍ର କୌଣସି ଅନ୍ୟ ବଂଶୀୟ ଲୋକ ତାହା ଭୋଜନ କରିବ ନାହିଁ, କାରଣ ତାହାସବୁ ପବିତ୍ର ବସ୍ତୁ।


ପୁଣି, ତାହା ହାରୋଣ ଓ ତାହାର ପୁତ୍ରଗଣଙ୍କର ହେବ; ଆଉ, ସେମାନେ କୌଣସି ଏକ ପବିତ୍ର ସ୍ଥାନରେ ତାହା ଭୋଜନ କରିବେ, କାରଣ ତାହା ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର ମଧ୍ୟରେ ତାହା ପ୍ରତି ମହାପବିତ୍ର ଅଟେ; ଏହା ଅନନ୍ତକାଳୀନ ବିଧି।”


ଆଉ, ଲେବୀୟ ଯିମ୍ନାର ପୁତ୍ର କୋରି, ଯେ ପୂର୍ବଦିଗ ଦ୍ୱାରପାଳ ଥିଲା, ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଓ ମହାପବିତ୍ର ବସ୍ତୁ ବିତରଣ କରିବା ପାଇଁ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ସ୍ୱେଚ୍ଛାଦତ୍ତ ଉପହାର ଉପରେ ନିଯୁକ୍ତ ହେଲା।


ବୁକ୍କି ଅବୀଶୂୟର ସନ୍ତାନ, ଅବୀଶୂୟ ପୀନହସ୍‍ର ସନ୍ତାନ, ପୀନହସ୍‍ ଇଲୀୟାସରର ସନ୍ତାନ, ଇଲିୟାସର ପ୍ରଧାନ ଯାଜକ ହାରୋଣଙ୍କର ପୁତ୍ର।


Swiv nou:

Piblisite


Piblisite