Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 10:19 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ତେବେ ହାରୋଣ ମୋଶାଙ୍କୁ କହିଲେ, ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋʼ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥାʼନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥାʼନ୍ତା?

Gade chapit la Kopi

ଓଡିଆ ବାଇବେଲ

19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ’ ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା ?”

Gade chapit la Kopi

ପବିତ୍ର ବାଇବଲ

19 ମାତ୍ର ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନିଜ ନିଜର ପାପାର୍ଥକ ବଳି ଓ ନିଜ ନିଜର ହୋମବଳି ଉତ୍ସର୍ଗ କଲେ। ତଥାପି ମୋ’ ପ୍ରତି ଏହା ଘଟିଲା। ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା’ନ୍ତି ତେବେ ତାହା କ’ଣ ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା’ନ୍ତା?”

Gade chapit la Kopi




ଲେବୀୟ ପୁସ୍ତକ 10:19
17 Referans Kwoze  

ଏଥିଉତ୍ତାରେ ହାରୋଣ ହୋମାର୍ଥକ ବଳି ବଧ କଲେ; ପୁଣି ତାହାଙ୍କର ପୁତ୍ରଗଣ ତାଙ୍କ ନିକଟକୁ ରକ୍ତ ଆଣନ୍ତେ, ସେ ବେଦି ଉପରେ ଚାରିଆଡ଼େ ତାହା ସେଚନ କଲେ।


ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ହାରୋଣ ବେଦି ନିକଟକୁ ଯାଇ ଆପଣା ପାପାର୍ଥକ ବଳିର ଗୋବତ୍ସ ବଧ କଲେ।


ତୁମ୍ଭେମାନେ ମଧ୍ୟ ଏହି କର୍ମ କରୁଅଛ; ତୁମ୍ଭେମାନେ ଲୋତକରେ, ରୋଦନରେ ଓ ଆର୍ତ୍ତସ୍ୱରରେ ସଦାପ୍ରଭୁଙ୍କ ଯଜ୍ଞବେଦିକୁ ଏପରି ଆଚ୍ଛନ୍ନ କରୁଅଛ, କାରଣ ସେ ଆଉ ତୁମ୍ଭର ନୈବେଦ୍ୟ ପ୍ରତି ଦୃଷ୍ଟିପାତ କରନ୍ତି ନାହିଁ, କିଅବା ତୁଷ୍ଟ ହୋଇ ତୁମ୍ଭମାନଙ୍କ ହସ୍ତରୁ ତାହା ଗ୍ରହଣ କରନ୍ତି ନାହିଁ।


ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।


ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।


ସେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦ୍ରାକ୍ଷାରସର ଉପହାର ଢାଳିବେ ନାହିଁ, କିଅବା ସେହି ସବୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ହେବ ନାହିଁ। ସେମାନଙ୍କର ବଳିଦାନସକଳ ସେମାନଙ୍କ ପ୍ରତି ବିଳାପକାରୀଗଣର ଖାଦ୍ୟର ସମାନ ହେବ; ଯେଉଁମାନେ ତାହା ଭୋଜନ କରିବେ, ସେମାନେ ସମସ୍ତେ ଅଶୁଚି ହେବେ; କାରଣ ସେମାନଙ୍କର ଖାଦ୍ୟ ସେମାନଙ୍କ କ୍ଷୁଧାର ତୃପ୍ତି ନିମନ୍ତେ ହେବ; ତାହା ସଦାପ୍ରଭୁଙ୍କ ଗୃହକୁ ଆସିବ ନାହିଁ।


ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”


ଶିବା ଦେଶରୁ କୁନ୍ଦୁରୁ ଓ ଦୂର ଦେଶରୁ ସୁଗନ୍ଧି ବଚ ଆସିବାର ଫଳ କଅଣ? ତୁମ୍ଭମାନଙ୍କର ହୋମବଳିସବୁ ଗ୍ରାହ୍ୟ ନୁହେଁ, କିଅବା ତୁମ୍ଭମାନଙ୍କର ବଳିଦାନସବୁ ଆମ୍ଭର ତୁଷ୍ଟିଜନକ ନୁହେଁ।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।


ଏଥିରେ ପବିତ୍ର ଆତ୍ମା ଏହା ପ୍ରକାଶ କରନ୍ତି ଯେ, ପ୍ରଥମ ତମ୍ବୁ ରହିଥିବା ପର୍ଯ୍ୟନ୍ତ ପବିତ୍ର ସ୍ଥାନରେ ପ୍ରବେଶ କରିବାର ପଥ ପ୍ରକାଶିତ ହୋଇ ନାହିଁ।


ସେହି ମହାଯାଜକମାନଙ୍କ ସଦୃଶ ପ୍ରତିଦିନ ପ୍ରଥମରେ ଆପଣାର ପାପ ପାଇଁ ଓ ପରେ ଲୋକମାନଙ୍କ ପାପ ପାଇଁ ବଳି ଉତ୍ସର୍ଗ କରିବା ତାହାଙ୍କର ଆବଶ୍ୟକ ନୁହେଁ, କାରଣ ଆପଣାକୁ ଉତ୍ସର୍ଗ କରିବା ଦ୍ୱାରା ସେ ଏକାଥରକେ ଏହା କରିଅଛନ୍ତି।


ସର୍ବଦା ପ୍ରଭୁଙ୍କଠାରେ ଆନନ୍ଦ କର, ପୁନଶ୍ଚ କହୁଅଛି, ଆନନ୍ଦ କର।


ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ? ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।


ମୁଁ ଆପଣା ଶୋକ ସମୟରେ ତହିଁରୁ କିଛି ଭୋଜନ କରି ନାହିଁ, ଅବା ଅଶୁଚି ହୋଇ ତହିଁରୁ କିଛି ରଖି ନାହିଁ, କିଅବା ମୃତ ଲୋକ ଉଦ୍ଦେଶ୍ୟରେ ତହିଁରୁ କିଛି ଦେଇ ନାହିଁ। ମୁଁ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ ଅବଧାନ କରିଅଛି, ତୁମ୍ଭେ ମୋତେ ଯାହା ଯାହା ଆଜ୍ଞା କଲ, ସେହି ସମସ୍ତ ମୁଁ କରିଅଛି।


ପୁଣି ସେହି ସ୍ଥାନରେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କ ସମ୍ମୁଖରେ ଭୋଜନ କରିବ ଓ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଯେଉଁ ବିଷୟରେ ତୁମ୍ଭକୁ ଆଶୀର୍ବାଦ କରିଅଛନ୍ତି, ଏପରି ଯେକୌଣସି ବିଷୟରେ ତୁମ୍ଭେମାନେ ହାତ ଦେବ, ତହିଁରେ ତୁମ୍ଭେମାନେ ଓ ତୁମ୍ଭମାନଙ୍କ ପରିବାର ଆନନ୍ଦ କରିବ।


ତହୁଁ ମୋଶା ତାହା ଶୁଣନ୍ତେ, ତାହା ତାଙ୍କ ଦୃଷ୍ଟିରେ ଭଲ ଦେଖାଗଲା।


Swiv nou:

Piblisite


Piblisite