ଲେବୀୟ ପୁସ୍ତକ 10:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ‘ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।’” ତହିଁରେ ହାରୋଣ ମୌନ ହେଲେ। Gade chapit laପବିତ୍ର ବାଇବଲ (Re-edited) - (BSI)3 ତହୁଁ ମୋଶା ହାରୋଣଙ୍କୁ କହିଲେ, ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା ଓ ସମସ୍ତ ଲୋକଙ୍କ ଅଗ୍ରତେ ଆମ୍ଭେ ଗୌରବାନ୍ଵିତ ହେବା। ତହିଁରେ ହାରୋଣ ମୌନ ହେଲେ। Gade chapit laଓଡିଆ ବାଇବେଲ3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ। Gade chapit laପବିତ୍ର ବାଇବଲ3 ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ କହନ୍ତି, ‘ଯେଉଁମାନେ ମୋ’ ନିକଟକୁ ଆସନ୍ତି, ସେମାନେ ଚିହ୍ନିବା ଉଚିତ୍ ଯେ, ମୁଁ ପବିତ୍ର କାରଣ ସବୁ ଲୋକଙ୍କ ସମ୍ମୁଖରେ ମୁଁ ଗୌରବାନ୍ୱିତ ହେବି।’” ତେଣୁ ହାରୋଣ ନିଜ ପୁତ୍ରମାନଙ୍କ ମୃତ୍ୟୁ କଥା ନ କହି ନୀରବ ରହିଲେ। Gade chapit la |
ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ‘ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତକାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ,’ ମାତ୍ର ଏବେ ସଦାପ୍ରଭୁ କହନ୍ତି, ‘ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁ ଜ୍ଞାନ କରାଯିବେ।
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।