Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:20 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

20 ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

20 ତହିଁରେ ଯାଜକ ତାହା ଦେଖିବ, ଆଉ ଦେଖ, ଯେବେ ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠ ରୋଗର ଘାଆ।

Gade chapit la Kopi

ଓଡିଆ ବାଇବେଲ

20 ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’ ଅଟେ।

Gade chapit la Kopi

ପବିତ୍ର ବାଇବଲ

20 ଯାଜକ ଦେଖିବ ଯଦି ତାହାର ସେହି ଘା’ ଚର୍ମର ନୀଚ୍ଚସ୍ଥ ହୋଇଥାଏ, ତହିଁରେ ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ। ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘା’।

Gade chapit la Kopi




ଲେବୀୟ ପୁସ୍ତକ 13:20
7 Referans Kwoze  

ଯେଣୁ ସେମାନେ ଯଦି ପ୍ରଭୁ ଓ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ବିଷୟକ ଜ୍ଞାନ ଦ୍ୱାରା ସଂସାରର ଅଶୁଚିତାରୁ ରକ୍ଷା ପାଇ ପୁନର୍ବାର ସେଥିର ବନ୍ଧନରେ ଆବଦ୍ଧ ହୋଇ ପରାସ୍ତ ହୁଅନ୍ତି, ତାହାହେଲେ ସେମାନଙ୍କ ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ଅଧିକ ମନ୍ଦ ହୁଏ।


ଏହାପରେ ଯୀଶୁ ମନ୍ଦିରରେ ତାହାର ଦେଖା ପାଇ ତାହାକୁ କହିଲେ, “ଦେଖ, ତୁମ୍ଭେ ସୁସ୍ଥ ହୋଇଅଛ, ଆଉ ପାପ କର ନାହିଁ, ଯେପରି ତୁମ୍ଭ ପ୍ରତି ଅଧିକ ଦୁର୍ଦ୍ଦଶା ନ ଘଟେ।”


ସେତେବେଳେ ସେ ଯାଇ ଆପଣାଠାରୁ ଅଧିକ ମନ୍ଦ ଆଉ ସାତଟା ଆତ୍ମା ସାଙ୍ଗରେ ନେଇ ଆସେ, ପୁଣି, ସେମାନେ ପ୍ରବେଶ କରି ସେଠାରେ ବାସ କରନ୍ତି ଆଉ ସେହି ଲୋକର ପ୍ରଥମ ଦଶା ଅପେକ୍ଷା ଶେଷ ଦଶା ମନ୍ଦ ହୁଏ। ଏହି ଦୁଷ୍ଟ ପୁରୁଷ ପ୍ରତି ମଧ୍ୟ ସେହି ପ୍ରକାର ଘଟିବ।”


ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।


“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।


ଯଦି ସେହି ବଥ ସ୍ଥାନରେ ଶ୍ଵେତବର୍ଣ୍ଣ ଫୁଲା ଅବା ରକ୍ତ ଶ୍ଵେତବର୍ଣ୍ଣ ଚିକ୍କଣ ଚିହ୍ନ ହୁଏ, ତେବେ ତାହା ଯାଜକକୁ ଦେଖାଇବ;


ମାତ୍ର ଯାଜକ ତାହା ଦେଖନ୍ତେ, ଯଦି, ତହିଁରେ ଶ୍ଵେତବର୍ଣ୍ଣ ଲୋମ ନ ଥାଏ ଓ ତାହା ଚର୍ମର ନୀଚସ୍ଥ ନ ହୋଇ ମଳିନ ହୋଇଥାଏ, ତେବେ ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।


Swiv nou:

Piblisite


Piblisite