Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 13:3 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘାʼ ଦେଖିବ; ଆଉ ଯଦି ଘାʼର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘାʼ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘାʼ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା ଦେଖିବ; ଆଉ ଯେବେ ଘା ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା ଯେବେ ତାହା ଶରୀରର ଚର୍ମଠାରୁ ନୀଚ ଦିଶେ, ତେବେ ତାହା କୁଷ୍ଠ ରୋଗର ଘା ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi

ଓଡିଆ ବାଇବେଲ

3 ତହୁଁ ଯାଜକ ତାହା ଶରୀରର ଚର୍ମସ୍ଥିତ ଘା’ ଦେଖିବ; ଆଉ ଯଦି ଘା’ର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯଦି ତାହା ଶରୀରର ଚର୍ମଠାରୁ ନୀଚ ଦେଖାଯାଏ, ତେବେ ତାହା କୁଷ୍ଠରୋଗର ଘା’ ଅଟେ; ଆଉ ଯାଜକ ତାହାକୁ ଦେଖିବ ଓ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi

ପବିତ୍ର ବାଇବଲ

3 ତହୁଁ ଯାଜକ ତା'ର ଶରୀରର ଚର୍ମ ଉପରିସ୍ଥ ଘା’ ଦେଖିବ, ଆଉ ଯେବେ ଘା’ର ଲୋମ ଶ୍ୱେତବର୍ଣ୍ଣ ହୋଇଥାଏ, ପୁଣି ଘା’ ଯେବେ ତା’ ଶରୀରର ଚର୍ମଠାରୁ ନୀଚ୍ଚ ଦିଶେ ତେବେ ତାହା କୁଷ୍ଠରୋଗର ଘା’ ଅଟେ। ଆଉ ଯାଜକ ତାହାକୁ ଦେଖିବ ଓ ତାକୁ ଅଶୁଚି ବୋଲି ପ୍ରକାଶ କରିବ।

Gade chapit la Kopi




ଲେବୀୟ ପୁସ୍ତକ 13:3
29 Referans Kwoze  

ପୁଣି, ଆମ୍ଭେ ତାହାର ଅନୁଗମନକାରୀମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସାରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।


ଯେଉଁମାନେ ତୁମ୍ଭମାନଙ୍କୁ ଈଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।


ସେମାନଙ୍କ ମଧ୍ୟରୁ ହୁମନାୟ ଓ ଆଲେକ୍‌ଜାଣ୍ଡର ଅନ୍ୟତମ; ଏମାନେ ଯେପରି ଶାସନ ପାଇ ଈଶ୍ବର ନିନ୍ଦା ନ କରନ୍ତି, ଏଥିପାଇଁ ମୁଁ ଏମାନଙ୍କୁ ଶୟତାନ ହାତରେ ସମର୍ପଣ କଲି।


ତେବେ, ଆମ୍ଭେମାନେ କଅଣ କହିବା? ମୋଶାଙ୍କ ବ୍ୟବସ୍ଥା କଅଣ ପାପ? ତାହା କେବେ ହେଁ ନ ହେଉ। ବରଂ ପାପ କଅଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।


ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ବର ଆପଣା ନିଜ ରକ୍ତରେ କ୍ରୟ କରିଅଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲ ମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।


ତୁମ୍ଭେମାନେ ଯଦି କାହାରି ପାପ କ୍ଷମା କରିବ, ତାହାର ପାପ କ୍ଷମା ହେବ; ପୁଣି, ଯଦି କାହାରି ପାପ କ୍ଷମା ନ କରିବ, ତାହାର ପାପ କ୍ଷମା ହେବ ନାହିଁ।”


ମୁଁ ତୁମ୍ଭଙ୍କୁ ସ୍ୱର୍ଗରାଜ୍ୟର ଚାବି ଦେବି, ଆଉ ତୁମ୍ଭେ ପୃଥିବୀରେ ଯାହା କିଛି ବନ୍ଦ କରିବ, ସ୍ୱର୍ଗରେ ତାହା ବନ୍ଦ ରହିବ, ପୁଣି, ପୃଥିବୀରେ ଯାହା କିଛି ମୁକ୍ତ କରିବ, ସ୍ୱର୍ଗରେ ତାହା ମୁକ୍ତ ରହିବ।”


କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।


ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,


ବିଦେଶୀମାନେ ତାହାର ବଳ ଗ୍ରାସ କରିଅଛନ୍ତି, ଆଉ ସେ ତାହା ଜାଣେ ନାହିଁ; ହଁ, ତାହାର ମସ୍ତକରେ, ଏଠାରେ ସେଠାରେ ପକ୍ୱକେଶ ଅଛି, ମାତ୍ର ସେ ତାହା ଜାଣେ ନାହିଁ।


ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।


ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭର ହୃଦୟ କିପରି ଦୁର୍ବଳ, ଏଥିପାଇଁ ତୁମ୍ଭେ ସ୍ଵେଚ୍ଛାଚାରିଣୀ ବେଶ୍ୟା ସ୍ତ୍ରୀ ପରି ଏହିସବୁ କାର୍ଯ୍ୟ କରିଅଛ।


“ଯଦି କୌଣସି ମନୁଷ୍ୟର ଶରୀରର ଚର୍ମରେ ଫୁଲା କି କାଛୁକୁଣ୍ଡିଆ କି ଚିକ୍କଣ ଚିହ୍ନ ହୁଏ ଓ ତାହା ଶରୀରର ଚର୍ମରେ କୁଷ୍ଠରୋଗର ଘାʼ ହୁଏ, ତେବେ ସେ ହାରୋଣ ଯାଜକ ନିକଟକୁ କିଅବା ତାହାର ପୁତ୍ରଗଣଙ୍କ ମଧ୍ୟରେ କୌଣସି ଯାଜକ ନିକଟକୁ ଅଣାଯିବ।


ତହିଁରେ ତୁମ୍ଭେମାନେ ପବିତ୍ର ଓ ସାମାନ୍ୟ, ପୁଣି ଶୁଚି ଓ ଅଶୁଚି ମଧ୍ୟରେ ଭିନ୍ନତା ଜାଣି ପାରିବ;


ପୁଣି, ସେ ପୂର୍ବଯାତ୍ରାନୁସାରେ ଦକ୍ଷିଣରୁ ବେଥେଲ୍‍ ଆଡ଼କୁ ଯାଉ ଯାଉ ବେଥେଲ୍‍ ଓ ଅୟର ମଧ୍ୟବର୍ତ୍ତୀ ଯେଉଁ ସ୍ଥାନରେ ପୂର୍ବେ ତାଙ୍କର ତମ୍ବୁ ସ୍ଥାପିତ ହୋଇଥିଲା,


ପୁଣି, ଚିକ୍କଣ ଚିହ୍ନ ଯଦି ତାହା ଶରୀରର ଚର୍ମରେ ଶ୍ଵେତବର୍ଣ୍ଣ ହୋଇଥାଏ ଓ ତାହା ଚର୍ମଠାରୁ ନୀଚ ନ ଥାଏ ଓ ତାହାର ଲୋମ ଶ୍ଵେତବର୍ଣ୍ଣ ହୋଇ ନ ଥାଏ, ତେବେ ଯାହାର ଘାʼ ହୋଇଅଛି, ଯାଜକ ତାହାକୁ ସାତ ଦିନ ପର୍ଯ୍ୟନ୍ତ ପୃଥକ କରି ରଖିବ।


କିଅବା ଯଦି ସେ ମନୁଷ୍ୟର ଅଶୁଚିକାରୀ କୌଣସି ଦ୍ରବ୍ୟ, ଅର୍ଥାତ୍‍, ଯଦ୍ଦ୍ୱାରା ମନୁଷ୍ୟ ଅଶୁଚି ହୁଏ, ଏପରି କିଛି ଦ୍ରବ୍ୟ ସ୍ପର୍ଶ କରେ, ପୁଣି ତାହା ତାହାଠାରୁ ଗୁପ୍ତ ଥାଏ, ତେବେ ସେ ତାହା ଜ୍ଞାତ ହେଲେ ଦୋଷୀ ହେବ।


ତହିଁରେ କାଛୁକୁଣ୍ଡିଆ ତାହାର ଚର୍ମରେ ବ୍ୟାପିଲା, ଏପରି ଯଦି ଯାଜକ ଦେଖେ, ତେବେ ସେ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ, କାରଣ ତାହା କୁଷ୍ଠରୋଗ ଅଟେ।


ତହୁଁ ଯାଜକ ତାହାକୁ ଦେଖିବ; ଆଉ, ଯଦି ତାହାର ଚର୍ମରେ ଶ୍ଵେତବର୍ଣ୍ଣ ଫୁଲା ଥାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ ଓ ସେହି ଫୁଲାରେ କଞ୍ଚା ମାଂସ ବୃଦ୍ଧି ପାଉଥାଏ,


ତହିଁରେ ଯାଜକ ତାହା ଦେଖିବ, ଆଉ, ଯଦି ତାହା ଚର୍ମର ନୀଚସ୍ଥ ଦେଖାଯାଏ ଓ ତହିଁର ଲୋମ ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ତାହାକୁ ଅଶୁଚି ବୋଲି ପ୍ରକାଶ କରିବ; ତାହା ବଥରୁ ଉତ୍ପନ୍ନ କୁଷ୍ଠରୋଗର ଘାʼ ଅଟେ।


ପୁଣି, ସେ ସେହି ଦାଗ ଦେଖିବ, ପୁଣି ପ୍ରକୃତରେ, ଯଦି ସେହି ଦାଗ ଗୃହର କାନ୍ଥରେ ଟୋଲାପୋଲା ହୋଇ ବସିଯାଇ ଅଳ୍ପ ଶାଗୁଆ ବର୍ଣ୍ଣ ବା ରକ୍ତବର୍ଣ୍ଣ ହୋଇଥାଏ, ପୁଣି ତାହା କାନ୍ଥର ନୀଚସ୍ଥ ଦେଖାଯାଏ,


କୁଷ୍ଠରୋଗର ସର୍ବପ୍ରକାର ଘାଆ ଓ ଛଉର ଏହି ବ୍ୟବସ୍ଥା;


ଆଉ, ଫୁଲା ଓ ପାମା ଓ ଚିକ୍କଣ ଚିହ୍ନ,


Swiv nou:

Piblisite


Piblisite