Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:14 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

14 ଏଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତରେ ଓ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;

Gade chapit la Kopi

ଓଡିଆ ବାଇବେଲ

14 ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;

Gade chapit la Kopi

ପବିତ୍ର ବାଇବଲ

14 “ତା'ପରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ, ପୁଣି ଯାଜକ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣର ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ।

Gade chapit la Kopi




ଲେବୀୟ ପୁସ୍ତକ 14:14
16 Referans Kwoze  

ତହୁଁ ତୁମ୍ଭେ ସେହି ମେଷକୁ ବଧ କରି ତାହାର କିଛି ରକ୍ତ ଘେନି ହାରୋଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ତାହାର ପୁତ୍ରଗଣର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ, ସେମାନଙ୍କ ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଷ୍ଠି ଉପରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଷ୍ଠି ଉପରେ ଲଗାଇବ, ପୁଣି, ବେଦି ଉପରେ ଚାରିଆଡ଼େ ରକ୍ତ ଛିଞ୍ଚିବ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି।


ଈଶ୍ବର ତୁମ୍ଭମାନଙ୍କୁ ବିଶେଷ ମୂଲ୍ୟରେ କିଣିଅଛନ୍ତି; ଏଣୁ ତୁମ୍ଭମାନଙ୍କ ଶରୀରରେ ଈଶ୍ବରଙ୍କ ଗୌରବ ପ୍ରକାଶ କର।


ଅତଏବ, ହେ ଭାଇମାନେ, ମୁଁ ତୁମ୍ଭମାନଙ୍କୁ ଈଶ୍ବରଙ୍କ ଦୟା ହେତୁ ବିନତି କରୁଅଛି, ତୁମ୍ଭେମାନେ ଆପଣା ଆପଣା ଶରୀରକୁ ସଜୀବ, ପବିତ୍ର ଓ ଈଶ୍ବରଙ୍କ ସୁଗ୍ରାହ୍ୟ ବଳି ରୂପେ ଉତ୍ସର୍ଗ କର, ଏହା ତ ତୁମ୍ଭମାନଙ୍କର ଯୁକ୍ତିଯୁକ୍ତ ଉପାସନା।


ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର।


କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ବରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ବରଙ୍କ ନିକଟରେ ସମର୍ପଣ କର।


ତୁମ୍ଭେମାନେ ଅଧିକ ଅଧିକ ବିଦ୍ରୋହାଚରଣ କରିବା ପାଇଁ କାହିଁକି ଆହୁରି ପ୍ରହାରିତ ହେବ? ମସ୍ତକଯାକ ପୀଡ଼ିତ ଓ ସମୁଦାୟ ହୃଦୟ ଦୁର୍ବଳ ହୋଇଅଛି।


ତାହାଙ୍କ ନିକଟକୁ ଆସି ତୁମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଈଶ୍ବରଙ୍କ ନିକଟରେ ସୁଗ୍ରାହ୍ୟ ଆତ୍ମିକ ବଳି ଉତ୍ସର୍ଗ କରିବା ନିମନ୍ତେ ପବିତ୍ର ଯାଜକବର୍ଗ ହେବା ପାଇଁ ଜୀବନ୍ତ ପ୍ରସ୍ତର ସ୍ୱରୂପ ହୋଇ ଗୋଟିଏ ଆତ୍ମିକ ଗୃହରୂପରେ ନିର୍ମିତ ହୁଅ।


ଆଉ ଯାଜକ ପାପାର୍ଥକ ବଳି ଉତ୍ସର୍ଗ କରିବ ଓ ସେହି ଶୁଚିଯୋଗ୍ୟ ଲୋକର ଅଶୁଚିତା ହେତୁ ପ୍ରାୟଶ୍ଚିତ୍ତ କରିବ; ଏଥିଉତ୍ତାରେ ସେ ହୋମାର୍ଥକ ବଳି ବଧ କରିବ।


ପୁଣି, ସେ ସେହି ଦୋଷାର୍ଥକ ବଳିର ମେଷବତ୍ସ ବଧ କରିବ; ଆଉ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେଇ ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ;


କୁଷ୍ଠରୋଗର ଘାʼ ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।


Swiv nou:

Piblisite


Piblisite