Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣପ୍ରାନ୍ତରେ ଓ ଦକ୍ଷିଣ ହସ୍ତ-ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦ-ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;

Gade chapit la Kopi

ଓଡିଆ ବାଇବେଲ

17 ପୁଣି, ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ନେଇ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ଲାଗିଥିବା ଦୋଷାର୍ଥକ ବଳିର ରକ୍ତ ଉପରେ ଲଗାଇବ;

Gade chapit la Kopi

ପବିତ୍ର ବାଇବଲ

17 ପୁଣି ଯାଜକ ଆପଣା ବାମ ପାପୁଲିରେ ଅବଶିଷ୍ଟ ତୈଳ ନେଇ ସେହି ଶୋଧନୀୟ ଲୋକର ଦକ୍ଷିଣ କର୍ଣ୍ଣ ପ୍ରାନ୍ତରେ, ଦକ୍ଷିଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଦକ୍ଷିଣ ପାଦର ବୃଦ୍ଧାଙ୍ଗୁଳିରେ ଲଗାଇବ। ଯେଉଁଠାରେ ଦୋଷାର୍ଥକ ବଳିର ରକ୍ତ ଆଗରୁ ଲଗାଇଥିଲା।

Gade chapit la Kopi




ଲେବୀୟ ପୁସ୍ତକ 14:17
10 Referans Kwoze  

ପିତା ଈଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।


ଏଣୁ ତାହାଙ୍କ ପୂର୍ଣ୍ଣତାରୁ ଆମ୍ଭେମାନେ ସମସ୍ତେ ପ୍ରାପ୍ତ ହୋଇଅଛୁ, ହଁ, ଅନୁଗ୍ରହ ଉପରେ ଅନୁଗ୍ରହପ୍ରାପ୍ତ ହୋଇଅଛୁ।


ପୁଣି, ଆମ୍ଭେ ତୁମ୍ଭମାନଙ୍କ ଅନ୍ତରରେ ଆମ୍ଭର ପରମେଶ୍ୱରଙ୍କ ଆତ୍ମା ସ୍ଥାପନ କରିବା ଓ ତୁମ୍ଭମାନଙ୍କୁ ଆମ୍ଭର ବିଧିରୂପ ପଥରେ ଚଳାଇବା, ତହିଁରେ ତୁମ୍ଭେମାନେ ଆମ୍ଭର ଶାସନସକଳ ରକ୍ଷା କରି ପାଳନ କରିବ।


ଏଥିଉତ୍ତାରେ ଯାଜକ ସେହି ଦୋଷାର୍ଥକ ବଳିର କିଛି ରକ୍ତ ନେବ; ପୁଣି, ଯାଜକ ସେହି ଶୁଚିଯୋଗ୍ୟ ଲୋକର ଡାହାଣ କର୍ଣ୍ଣପ୍ରାନ୍ତରେ, ଡାହାଣ ହସ୍ତର ବୃଦ୍ଧାଙ୍ଗୁଳିରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳିରେ ତାହା ଲଗାଇବ;


ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ରସକଳକୁ ପବିତ୍ର କଲେ।


ତହୁଁ ଯାଜକ ସେହି ବାମ ହସ୍ତର ପାପୁଲିସ୍ଥିତ ତୈଳରେ ଆପଣା ଡାହାଣ ଅଙ୍ଗୁଳି ଡୁବାଇ ଅଙ୍ଗୁଳି ଦ୍ୱାରା ସେହି ତୈଳରୁ କିଛି ନେଇ ସଦାପ୍ରଭୁଙ୍କ ସମ୍ମୁଖରେ ସାତ ଥର ଛିଞ୍ଚିବ;


ଏଥିଉତ୍ତାରେ ଯାଜକ ଆପଣା ହସ୍ତସ୍ଥିତ ଅବଶିଷ୍ଟ ତୈଳ ସେହି ଶୁଚିଯୋଗ୍ୟ ଲୋକର ମସ୍ତକରେ ଲଗାଇବ; ପୁଣି ଯାଜକ ସଦାପ୍ରଭୁଙ୍କ ସମ୍ମୁଖରେ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ।


ଆଉ, ସେ ତାକୁ ବଧ କଲେ; ତହୁଁ ମୋଶା ତାହାର କିଛି ରକ୍ତ ନେଇ ହାରୋଣଙ୍କର ଡାହାଣ କର୍ଣ୍ଣପ୍ରାନ୍ତରେ ଓ ତାଙ୍କର ଡାହାଣ ହସ୍ତର ବୃଦ୍ଧାଙ୍ଗୁଳି ଉପରେ ଓ ଡାହାଣ ପାଦର ବୃଦ୍ଧାଙ୍ଗୁଳି ଉପରେ ଦେଲେ।


Swiv nou:

Piblisite


Piblisite