Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:45 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

45 ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

45 ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବହି ନେଇଯିବ।

Gade chapit la Kopi

ଓଡିଆ ବାଇବେଲ

45 ତହିଁରେ ସେ ସେହି ଗୃହ ଭାଙ୍ଗି ପକାଇବ, ତହିଁର ପ୍ରସ୍ତର ଓ କାଷ୍ଠ ଓ ଧୂଳିସବୁ ନଗରର ବାହାରେ ଅଶୁଚି ସ୍ଥାନକୁ ବୋହି ନେଇଯିବ।

Gade chapit la Kopi

ପବିତ୍ର ବାଇବଲ

45 ତାହାହେଲେ ସେ ଲୋକ ସେ ଗୃହ ଭାଙ୍ଗି ପକାଇବ। ତହିଁରେ ଥିବା ପ୍ରସ୍ତର, କାଠ ଓ ଧୂଳିସବୁ ନେଇ ନଗର ବାହାରେ ଅଶୁଚି ସ୍ଥାନରେ ପକାଇବ।

Gade chapit la Kopi




ଲେବୀୟ ପୁସ୍ତକ 14:45
14 Referans Kwoze  

କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୁଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।


“ତୁମ୍ଭେମାନେ କଅଣ ଏହି ସମସ୍ତ ଦେଖୁ ନାହଁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି ସ୍ଥାନରେ ଏକ ପ୍ରସ୍ତର ଅନ୍ୟ ପ୍ରସ୍ତର ଉପରେ ରହିବ ନାହିଁ, ସମସ୍ତ ହିଁ ଭୂମିସାତ୍‍ ହେବ।”


କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍‍ କଲେ।


ଓ ତହିଁ ମଧ୍ୟରୁ ହିଁ କିଛି ନେଇ ଅଗ୍ନି ମଧ୍ୟରେ ପକାଇ ଦଗ୍ଧ କରିବ, ତହିଁରୁ ଅଗ୍ନି ନିର୍ଗତ ହୋଇ ଇସ୍ରାଏଲ ବଂଶ ମଧ୍ୟକୁ ଆସିବ।


ପୁଣି, ସେ ସଦାପ୍ରଭୁଙ୍କ ଗୃହ ଓ ରାଜଗୃହ ଦଗ୍ଧ କଲା; ପୁଣି, ସେ ଯିରୂଶାଲମସ୍ଥ ସକଳ ଗୃହ, ଅର୍ଥାତ୍‍, ପ୍ରତ୍ୟେକ ବୃହତ ଗୃହ ଅଗ୍ନିରେ ଦଗ୍ଧ କଲା।


ସେ ଉଚ୍ଚସ୍ଥଳୀସକଳ ଦୂର କରିଦେଲେ ଓ ସ୍ତମ୍ଭସକଳ ଭାଙ୍ଗି ପକାଇଲେ ଓ ଆଶେରା ମୂର୍ତ୍ତି କାଟି ପକାଇଲେ; ପୁଣି ମୋଶା ନିର୍ମିତ ପିତ୍ତଳ ସର୍ପ ଖଣ୍ଡ ଖଣ୍ଡ କରି ଭାଙ୍ଗିଦେଲେ; କାରଣ ତହିଁ ଉଦ୍ଦେଶ୍ୟରେ ଇସ୍ରାଏଲ-ସନ୍ତାନଗଣ ସେସମୟ ପର୍ଯ୍ୟନ୍ତ ଧୂପ ଜ୍ୱଳାଉଥିଲେ; ଆଉ ସେ ତାହାର ନାମ ନହୁଷ୍ଟର୍ନ (ପିତ୍ତଳ ଖଣ୍ଡ) ରଖିଲେ।


ଆଉ ବାଲ୍‍ର ସ୍ତମ୍ଭ ଭାଙ୍ଗି ପକାଇଲେ ଓ ବାଲ୍‍ର ମନ୍ଦିର ଭାଙ୍ଗି ପକାଇ ତାକୁ ମଳଗୃହ କଲେ, ତାହା ଆଜି ପର୍ଯ୍ୟନ୍ତ ଅଛି।


ପୁଣି, ସେ ସେହି ଗୃହର ଭିତର ଚାରିଆଡ଼େ ଚଞ୍ଛାଇବ ଓ ସେହି ଚଞ୍ଛା ଧୂଳି ନଗରର ବାହାରେ ଅଶୁଚି ସ୍ଥାନରେ ପକାଇ ଦେବ।


ଆହୁରି, ସେହି ଗୃହ ବନ୍ଦ ହୋଇଥିବା ସମୟରେ ଯେକେହି ତହିଁ ଭିତରକୁ ଯାଏ, ସେ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ହୋଇ ରହିବ।


Swiv nou:

Piblisite


Piblisite