Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 14:8 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରେ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ତହୁଁ ସେହି ଶୋଧନୀୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ଵୁର ବାହାରେ ରହିବ।

Gade chapit la Kopi

ଓଡିଆ ବାଇବେଲ

8 ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।

Gade chapit la Kopi

ପବିତ୍ର ବାଇବଲ

8 “ତା'ପରେ ସେ ଶୁଚି ଲୋକ ନିଜର ବସ୍ତ୍ର ଧୌତ କରି, ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତଦ୍ଦ୍ୱାରା ସେ ଶୁଚି ହେବ। ତା'ପରେ ସେ ଛାଉଣି ଭିତରକୁ ଆସିବ। ମାତ୍ର ସେ ସାତ ଦିନ ନିଜର ତମ୍ବୁର ବାହାରେ ରହିବ।

Gade chapit la Kopi




ଲେବୀୟ ପୁସ୍ତକ 14:8
19 Referans Kwoze  

ପୁଣି, ଯେକେହି ସେମାନଙ୍କ ଶବର କୌଣସି ଅଂଶ ବହିବ, ସେ ଆପଣା ବସ୍ତ୍ର ଧୋଇବ ଓ ସନ୍ଧ୍ୟା ପର୍ଯ୍ୟନ୍ତ ଅଶୁଚି ରହିବ।


ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ବରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁ ଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


ତୁମ୍ଭେ ସେମାନଙ୍କୁ ଶୁଚି କରିବା ନିମନ୍ତେ ଏହିରୂପ କରିବ; ସେମାନଙ୍କ ଉପରେ ପବିତ୍ରୀକରଣ ଜଳ ପ୍ରକ୍ଷେପ କର ଓ ସେମାନେ ଆପଣା ଆପଣାର ସମସ୍ତ ଶରୀରରେ କ୍ଷୁର ଚଳାନ୍ତୁ ଓ ସେମାନେ ଆପଣା ଆପଣା ବସ୍ତ୍ର ଧୋଇ ଆପଣା ଆପଣାକୁ ଶୁଚି କରନ୍ତୁ।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ବଳୀକୃତ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।


ତହିଁରେ ଉଷୀୟ ରାଜା ଆପଣା ମରଣ ଦିନ ପର୍ଯ୍ୟନ୍ତ କୁଷ୍ଠୀ ହୋଇ ପୃଥକ ଗୃହରେ ବାସ କଲେ; କାରଣ ସେ ସଦାପ୍ରଭୁଙ୍କ ଗୃହରୁ ଉଚ୍ଛିନ୍ନ ହେଲେ; ତହୁଁ ତାଙ୍କର ପୁତ୍ର ଯୋଥମ୍‍ ରାଜଗୃହର କର୍ତ୍ତା ହୋଇ ଦେଶସ୍ଥ ଲୋକମାନଙ୍କର ବିଚାର କଲେ।


ଆଉ, ଯାଜକ ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଆଣି ବେଦିରେ ଉତ୍ସର୍ଗ କରିବ, ତହୁଁ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କଲେ ସେ ଶୁଚି ହେବ।


ଆଉ, ସପ୍ତମ ଦିନରେ ସେ ଆପଣାର ସମସ୍ତ କେଶ, ଅର୍ଥାତ୍‍, ମସ୍ତକ, ଦାଢ଼ି ଓ ଭ୍ରୂଲତାର ସମସ୍ତ କେଶ କ୍ଷୌର କରିବ, ପୁଣି ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରି ଶୁଚି ହେବ।


ତହୁଁ ମୋଶା ହାରୋଣଙ୍କୁ ଓ ତାଙ୍କର ପୁତ୍ରଗଣଙ୍କୁ ଆଣି ଜଳରେ ସ୍ନାନ କରାଇଲେ।


ଏଥିଉତ୍ତାରେ ମୋଶା ପର୍ବତରୁ ଓହ୍ଲାଇ ଲୋକମାନଙ୍କ ନିକଟକୁ ଆସି ସେମାନଙ୍କୁ ପବିତ୍ର କଲେ, ପୁଣି, ସେମାନେ ଆପଣା ଆପଣା ବସ୍ତ୍ରସବୁ ଧୌତ କଲେ।


ତହୁଁ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଲୋକମାନଙ୍କ ନିକଟକୁ ଯାଇ ଆଜି ଓ କାଲି ସେମାନଙ୍କୁ ପବିତ୍ର କର, ପୁଣି, ସେମାନେ ଆପଣା ଆପଣା ବସ୍ତ୍ର ଧୌତ କରନ୍ତୁ


ଆଉ, ପ୍ରମେହୀ ଯେତେବେଳେ ଆପଣା ପ୍ରମେହରୁ ଶୁଚି ହୁଏ, ସେତେବେଳେ ସେ ଆପଣାର ଶୁଚିକାର୍ଯ୍ୟ ନିମନ୍ତେ ସାତ ଦିନ ଗଣନା କରିବ ଓ ଆପଣା ବସ୍ତ୍ର ଧୋଇବ ଓ ସ୍ରୋତଜଳରେ ସ୍ନାନ କରିବ; ତହୁଁ ସେ ଶୁଚି ହେବ।


ଆଉ ଯଦି କୌଣସି ମନୁଷ୍ୟ ହଠାତ୍‍ ତାହା ନିକଟରେ ମରିବାରୁ ସେ ଆପଣା ପ୍ରତିଷ୍ଠିତ ମସ୍ତକ ଅଶୁଚି କରେ, ତେବେ ସେ ଶୌଚ-ଦିନରେ ଆପଣା ମସ୍ତକ ମୁଣ୍ଡନ କରିବ, ଅର୍ଥାତ୍‍, ସେ ସପ୍ତମ ଦିନରେ ତାହା ମୁଣ୍ଡନ କରିବ।


ତେବେ ତୁମ୍ଭେ ତାହାକୁ ଆପଣା ଘରକୁ ଆଣିବ, ପୁଣି ସେ ଆପଣା ମସ୍ତକ ମୁଣ୍ଡନ କରି ନଖ କାଟିବ;


Swiv nou:

Piblisite


Piblisite