Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟାବଧି ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ଵୁରେ କୌଣସି ମନୁଷ୍ୟ ରହିବ ନାହିଁ,

Gade chapit la Kopi

ଓଡିଆ ବାଇବେଲ

17 ଆଉ, ସେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟଠାରୁ ଯେପର୍ଯ୍ୟନ୍ତ ବାହାର ହୋଇ ନାହିଁ; ପୁଣି, ଆପଣା ନିମନ୍ତେ ଓ ଆପଣା ଘର ନିମନ୍ତେ ଓ ଇସ୍ରାଏଲର ସମସ୍ତ ସମାଜ ନିମନ୍ତେ ପ୍ରାୟଶ୍ଚିତ୍ତ କରି ନାହିଁ, ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମନୁଷ୍ୟ ରହିବ ନାହିଁ,

Gade chapit la Kopi

ପବିତ୍ର ବାଇବଲ

17 “ସେହି ସମୟରେ ହାରୋଣ ପ୍ରାୟଶ୍ଚିତ କରିବା ପାଇଁ ପବିତ୍ର ସ୍ଥାନରେ ପ୍ରବେଶ କରିବ, ସେ ନିଜ ପାଇଁ ନିଜ ଘର ପାଇଁ ଓ ଇସ୍ରାଏଲର ସମସ୍ତ ସମାଜ ପାଇଁ ଯେପର୍ଯ୍ୟନ୍ତ ପ୍ରାୟଶ୍ଚିତ କରି ନାହାନ୍ତି ସେପର୍ଯ୍ୟନ୍ତ ସମାଗମ-ତମ୍ବୁରେ କୌଣସି ମଣିଷ ରହିବେ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 16:17
14 Referans Kwoze  

ଆଉ ଧୂପ ଦେବା ସମୟରେ ସମସ୍ତ ଜନତା ବାହାରେ ପ୍ରାର୍ଥନା କରୁଥିଲେ।


ଆମ୍ଭେମାନେ ସମସ୍ତେ ମେଷଗଣ ତୁଲ୍ୟ ବିପଥଗାମୀ ହୋଇଅଛୁ; ଆମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ବାଟ ଆଡ଼େ ଫେରିଅଛୁ; ଆଉ, ସଦାପ୍ରଭୁ ଆମ୍ଭ ସମସ୍ତଙ୍କର ଅପରାଧ ତାହାଙ୍କ ଉପରେ ବର୍ତ୍ତାଇଅଛନ୍ତି।


ମାତ୍ର ତୁମ୍ଭ ସଙ୍ଗେ ଆଉ କେହି ଉପରକୁ ଆସିବେ ନାହିଁ, ପୁଣି, ଏହି ସମୁଦାୟ ପର୍ବତରେ କେହି ଦେଖା ନ ଯିବେ ଓ ଗୋମେଷାଦି ପଲ ମଧ୍ୟ ଏହି ପର୍ବତ ସମ୍ମୁଖରେ ଚରିବେ ନାହିଁ।”


ଯେଣୁ ଆମ୍ଭମାନଙ୍କୁ ଈଶ୍ବରଙ୍କ ନିକଟକୁ ଆଣିବା ପାଇଁ ଖ୍ରୀଷ୍ଟ ମଧ୍ୟ ଧାର୍ମିକ ହୋଇ ଅଧାର୍ମିକମାନଙ୍କ ନିମନ୍ତେ ପାପ ହେତୁ ଥରେ ମୃତ୍ୟୁଭୋଗ କଲେ। ସେ ଶରୀରରେ ମୃତ୍ୟୁଭୋଗ କଲେ ସତ, କିନ୍ତୁ ଆତ୍ମାରେ ଜୀବିତ ହେଲେ;


ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନଯାପନ କରୁ, ଏଥିନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।


କିନ୍ତୁ ଦ୍ୱିତୀୟ ଭାଗରେ କେବଳ ମହାଯାଜକ ବର୍ଷକୁ ଥରେ ପ୍ରବେଶ କରନ୍ତି, ଆଉ ସେ ଆପଣାର ଓ ଲୋକମାନଙ୍କର ଅଜ୍ଞାନକୃତ ପାପ ନିମନ୍ତେ ଉତ୍ସର୍ଗ କରିବାର ରକ୍ତ ନ ନେଇ ପ୍ରବେଶ କରନ୍ତି ନାହିଁ।


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରିଅଛନ୍ତି,


କାରଣ ଏକମାତ୍ର ଈଶ୍ବର ଅଛନ୍ତି, ଆଉ ଈଶ୍ବର ଓ ମନୁଷ୍ୟମାନଙ୍କ ମଧ୍ୟରେ ଏକମାତ୍ର ମଧ୍ୟସ୍ଥ ଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁ, ଜଣେ ମନୁଷ୍ୟ;


ତାହାଙ୍କ ଛଡ଼ା ଆଉ କାହାଠାରେ ପରିତ୍ରାଣ ନାହିଁ; କାରଣ ଯାହା ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ ପାଇବାକୁ ହେବ, ଆକାଶ ତଳେ ମନୁଷ୍ୟମାନଙ୍କ ମଧ୍ୟରେ ଆଉ କୌଣସି ନାମ ଦିଆଯାଇ ନାହିଁ।”


ଆଜ୍ଞାଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍‍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ମହାପବିତ୍ର ସ୍ଥାନକୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।


ପୁଣି, ଇସ୍ରାଏଲ-ସନ୍ତାନଗଣର ଅଶୁଚିତା ଓ ସେମାନଙ୍କ ଅଧର୍ମ, ଅର୍ଥାତ୍‍, ସେମାନଙ୍କର ସମସ୍ତ ପାପ ସକାଶୁ ସେ ପବିତ୍ର ସ୍ଥାନ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି, ସେମାନଙ୍କ ଅଶୁଚିତା ମଧ୍ୟରେ ସେମାନଙ୍କ ସହିତ ବାସ କରେ ଯେଉଁ ସମାଗମ-ତମ୍ବୁ, ତାହା ନିମନ୍ତେ ସେହି ପ୍ରକାର କରିବ।


ଆଉ, ସେ ବାହାର ହୋଇ ସମ୍ମୁଖସ୍ଥ ବେଦି ପାଖକୁ ଯାଇ ତହିଁ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ; ପୁଣି ସେହି ଗୋବତ୍ସର କିଛି ରକ୍ତ ଓ ଛାଗର କିଛି ରକ୍ତ ନେଇ ବେଦିର ଶୃଙ୍ଗ ଉପରେ ଚାରିଆଡ଼େ ଦେବ।


ସେ ଇଲ୍‍କାନାର ପୁତ୍ର, ସେ ଯିରୋହମର ପୁତ୍ର, ସେ ଇଲୀୟେଲ୍‍ର ପୁତ୍ର, ସେ ତୋହର ପୁତ୍ର;


Swiv nou:

Piblisite


Piblisite