Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:23 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

23 ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

23 ତହୁଁ ହାରୋଣ ସମାଗମ-ତମ୍ଵୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।

Gade chapit la Kopi

ଓଡିଆ ବାଇବେଲ

23 ତହୁଁ ହାରୋଣ ସମାଗମ-ତମ୍ବୁକୁ ଆସି ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶୁଭ୍ର ବସ୍ତ୍ର ପିନ୍ଧିଥିଲା, ତାହା ପାଲଟି ସେହି ସ୍ଥାନରେ ରଖିବ।

Gade chapit la Kopi

ପବିତ୍ର ବାଇବଲ

23 “ତା'ପରେ ହାରୋଣ ସମାଗମ-ତମ୍ବୁକୁ ଆସିବ। ପବିତ୍ର ସ୍ଥାନରେ ପ୍ରବେଶ କରିବା ସମୟରେ ଯେଉଁ ଶଣବସ୍ତ୍ର ପରିଧାନ କରିଥିଲେ, ତାହାକୁ କାଢ଼ି ଦେବ। ସେ ସେଗୁଡ଼ିକୁ ସମାଗମ-ତମ୍ବୁରେ ଛାଡ଼ିଦେବ।

Gade chapit la Kopi




ଲେବୀୟ ପୁସ୍ତକ 16:23
8 Referans Kwoze  

ପୁଣି, ଯେତେବେଳେ ସେମାନେ ବାହାର ପ୍ରାଙ୍ଗଣକୁ, ଅର୍ଥାତ୍‍, ବାହାର ପ୍ରାଙ୍ଗଣରେ ଲୋକମାନଙ୍କ ନିକଟକୁ ଯିବେ, ସେତେବେଳେ ସେମାନେ ଆପଣାମାନଙ୍କ ପରିଚର୍ଯ୍ୟାର୍ଥକ ବସ୍ତ୍ର କାଢ଼ି ପବିତ୍ର କୋଠରିରେ ରଖିବେ ଓ ଆପଣାମାନଙ୍କ ସେହି ବସ୍ତ୍ର ଦ୍ୱାରା ଯେପରି ଲୋକମାନଙ୍କୁ ପବିତ୍ର ନ କରନ୍ତି, ଏଥିପାଇଁ ଅନ୍ୟ ବସ୍ତ୍ର ପରିଧାନ କରିବେ।


ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେହି ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେହି ସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ।”


ଯେଣୁ ଶରୀର ସକାଶେ ଦୁର୍ବଳ ହେବାରୁ ବ୍ୟବସ୍ଥା ଯାହା ସାଧନ କରିପାରିଲା ନାହିଁ, ତାହା ଈଶ୍ବର ଆପଣା ପୁତ୍ରଙ୍କୁ ପାପମୟ ଶରୀରର ସାଦୃଶ୍ୟରେ ପାପ ବିନାଶ ନିମନ୍ତେ ପ୍ରେରଣ କରି ଶରୀରରେ ପାପକୁ ଦଣ୍ଡାଜ୍ଞା ଦେବା ଦ୍ୱାରା କଲେ,


ସେ ପବିତ୍ର ଶୁଭ୍ର ପୋଷାକ ପିନ୍ଧିବ, ଦେହରେ ଶୁଭ୍ର ଜଙ୍ଘିଆ ପିନ୍ଧିବ, ଶୁଭ୍ର କଟିବନ୍ଧନୀରେ କଟି ବାନ୍ଧିବ ଓ ଶୁଭ୍ର ପଗଡ଼ିରେ ଭୂଷିତ ହେବ; ଏହିସବୁ ପବିତ୍ର ବସ୍ତ୍ର; ଏଥିପାଇଁ ସେ ଜଳରେ ଆପଣା ଶରୀର ଧୌତ କରି ତାହାସବୁ ପିନ୍ଧିବ।


ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେ ମାତ୍ର ଉତ୍ସର୍ଗୀକୃତ ହେଲେ, କିନ୍ତୁ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।


ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।


ଏଥିଉତ୍ତାରେ ସେ ଆପଣାର ସେହି ବସ୍ତ୍ର ତ୍ୟାଗ କରି ଅନ୍ୟ ବସ୍ତ୍ର ପିନ୍ଧି ଛାଉଣିର ବାହାରେ କୌଣସି ଶୁଚି ସ୍ଥାନକୁ ସେହି ଭସ୍ମ ନେଇଯିବ।


Swiv nou:

Piblisite


Piblisite