Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 16:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଳେଶ ଦେବ; ଏହା ଅନନ୍ତକାଳୀନ ବିଧି।

Gade chapit la Kopi

ଓଡିଆ ବାଇବେଲ

31 ତାହା ତୁମ୍ଭମାନଙ୍କ ପ୍ରତି ମହା ବିଶ୍ରାମ ଦିନ, ତୁମ୍ଭେମାନେ କୌଣସି ପ୍ରକାର ଖାଦ୍ୟ ଖାଇବ ନାହିଁ; ଏହା ଅନନ୍ତକାଳୀନ ବିଧି।

Gade chapit la Kopi

ପବିତ୍ର ବାଇବଲ

31 ଏହି ଦିନଟି ତୁମ୍ଭମାନଙ୍କ ପାଇଁ ମହାନ୍ ବିଶ୍ରାମ ଦିନ, ତୁମ୍ଭେମାନେ କିଛି ଖାଦ୍ୟ ଖାଇବା ଉଚିତ୍ ନୁହେଁ। ଏହା ଚିରନ୍ତନ ବିଧି।

Gade chapit la Kopi




ଲେବୀୟ ପୁସ୍ତକ 16:31
8 Referans Kwoze  

ସେହି ଦିନ ତୁମ୍ଭମାନଙ୍କର ମହା ବିଶ୍ରାମ ଦିନ ହେବ, ତୁମ୍ଭେମାନେ ଆପଣା ଆପଣା ପ୍ରାଣକୁ କ୍ଲେଶ ଦେବ; ମାସର ନବମ ଦିନର ସନ୍ଧ୍ୟାକାଳରେ, ଏକ ସନ୍ଧ୍ୟାଠାରୁ ଆର ସନ୍ଧ୍ୟା ପର୍ଯ୍ୟନ୍ତ, ତୁମ୍ଭେମାନେ ଆପଣାମାନଙ୍କର ବିଶ୍ରାମ ଦିନ ପାଳନ କରିବ।”


ଏହି ପ୍ରକାର ଉପବାସ, ମନୁଷ୍ୟ ଆପଣା ପ୍ରାଣକୁ କ୍ଲେଶ ଦେବା ନିମନ୍ତେ ଏହି ପ୍ରକାର ଦିନ, ଆମ୍ଭେ କʼଣ ମନୋନୀତ କରିଅଛୁ? ନଳବୃକ୍ଷ ପରି ମସ୍ତକ ନୁଆଁଇବାର, ପୁଣି ଚଟବସ୍ତ୍ର ଓ ଭସ୍ମ ଆପଣା ତଳେ ବିଛାଇବାର, ଏହାକୁ ତୁମ୍ଭେ ଉପବାସ ଓ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କି ଗ୍ରାହ୍ୟ ଦିନ ବୋଲି କହିବ?


ସେମାନେ କୁହନ୍ତି, ‘ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ?’ ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।


ମାତ୍ର ସପ୍ତମ ବର୍ଷରେ ଭୂମିର ମହା ବିଶ୍ରାମ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବିଶ୍ରାମ ହେବ; ତୁମ୍ଭେ ଆପଣା କ୍ଷେତ୍ରରେ ବୁଣିବ ନାହିଁ, କି ଆପଣା ଦ୍ରାକ୍ଷାଲତା ଝାଡ଼ିବ ନାହିଁ।


ଛଅ ଦିନ କର୍ମ କରାଯିବ, ମାତ୍ର ସପ୍ତମ ଦିନ ତୁମ୍ଭମାନଙ୍କ ନିକଟରେ ପବିତ୍ର ଦିନ ହେବ; ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମହା ବିଶ୍ରାମବାର ହେବ, ଯେକେହି ସେହି ଦିନ କର୍ମ କରିବ, ତାହାର ପ୍ରାଣଦଣ୍ଡ ହେବ।


ଛଅ ଦିନ ପର୍ଯ୍ୟନ୍ତ କାର୍ଯ୍ୟ କରାଯିବ, ମାତ୍ର ସପ୍ତମ ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ମହା ବିଶ୍ରାମବାର ଅଟେ; ସେହି ବିଶ୍ରାମବାରରେ ଯେକେହି କାର୍ଯ୍ୟ କରେ, ନିଶ୍ଚୟ ତାହାର ପ୍ରାଣଦଣ୍ଡ ହେବ।


ଏଥିଉତ୍ତାରେ ଆମ୍ଭମାନଙ୍କ ନିମନ୍ତେ ଓ ଆମ୍ଭମାନଙ୍କ ବାଳକ ବାଳିକା ଓ ସକଳ ସମ୍ପତ୍ତି ନିମନ୍ତେ ଏକ ସରଳ ପଥ ପ୍ରାର୍ଥନା କରିବା ଅଭିପ୍ରାୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାମାନଙ୍କୁ ନମ୍ର କରିବା ପାଇଁ ଆମ୍ଭେ ଅହବା ନଦୀ ନିକଟରେ ଉପବାସର ଘୋଷଣା କଲୁ।


ଏଥିରେ ସେ ମୋତେ କହିଲେ, “ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।


Swiv nou:

Piblisite


Piblisite