Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 17:10 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ଇସ୍ରାଏଲ-ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯେବେ କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତଭୋକ୍ତା ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;

Gade chapit la Kopi

ଓଡିଆ ବାଇବେଲ

10 ଆଉ, ଇସ୍ରାଏଲ ବଂଶଜାତ କୌଣସି ଲୋକ, ଅବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜନକାରୀ ବ୍ୟକ୍ତି ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା;

Gade chapit la Kopi

ପବିତ୍ର ବାଇବଲ

10 “ଆଉ କୌଣସି ଇସ୍ରାଏଲୀୟ କିମ୍ବା ସେମାନଙ୍କ ମଧ୍ୟରେ ପ୍ରବାସୀ କୌଣସି ବିଦେଶୀ ଲୋକ, ଯଦି କୌଣସି ପ୍ରକାର ରକ୍ତ ଭୋଜନ କରେ, ତେବେ ଆମ୍ଭେ ସେହି ରକ୍ତ ଭୋଜି ପ୍ରାଣୀର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କଠାରୁ ତାକୁ ପୃଥକ ରଖିବା।

Gade chapit la Kopi




ଲେବୀୟ ପୁସ୍ତକ 17:10
25 Referans Kwoze  

କାରଣ ରକ୍ତରେ ପ୍ରାଣୀର ପ୍ରାଣ ଥାଏ; ପୁଣି, ତୁମ୍ଭମାନଙ୍କ ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ଆମ୍ଭେ ତାହା ବେଦି ଉପରେ ତୁମ୍ଭମାନଙ୍କୁ ଦେଇଅଛୁ, ଯେହେତୁ ପ୍ରାଣର ଗୁଣରେ ରକ୍ତ ହିଁ ପ୍ରାୟଶ୍ଚିତ୍ତ କରେ।


କେବଳ ରକ୍ତ ଭୋଜନ ନ କରିବା ବିଷୟରେ ସତର୍କ ହୁଅ, କାରଣ ରକ୍ତ ହିଁ ପ୍ରାଣ ଅଟେ; ଆଉ ମାଂସ ସହିତ ପ୍ରାଣ ଭୋଜନ କରିବ ନାହିଁ।


କେବଳ ତୁମ୍ଭେମାନେ ରକ୍ତ ଭୋଜନ କରିବ ନାହିଁ; ତୁମ୍ଭେ ଜଳ ତୁଲ୍ୟ ତାହା ଭୂମିରେ ଢାଳି ଦେବ।


ତାହା ତୁମ୍ଭମାନଙ୍କର ପୁରୁଷାନୁକ୍ରମେ ସମସ୍ତ ଗୃହରେ ପାଳନୀୟ ଅନନ୍ତକାଳୀନ ବିଧି; ତୁମ୍ଭେମାନେ ମେଦ ଓ ରକ୍ତ, କିଛି ଭୋଜନ କରିବ ନାହିଁ।”


ଏହେତୁ ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି: ଦେଖ, ଆମ୍ଭେ ତୁମ୍ଭମାନଙ୍କର ଅମଙ୍ଗଳ କରିବା ପାଇଁ, ସମୁଦାୟ ଯିହୁଦାକୁ ହିଁ ଉଚ୍ଛିନ୍ନ କରିବା ପାଇଁ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା।


ଏଥିରେ କେହି କେହି ଶାଉଲଙ୍କୁ କହିଲେ, ଦେଖନ୍ତୁ, ଲୋକମାନେ ରକ୍ତ ସମେତ ଭୋଜନ କରି ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରୁଅଛନ୍ତି। ତହିଁରେ ସେ କହିଲେ, “ତୁମ୍ଭେମାନେ ବିଶ୍ୱାସଘାତକ କର୍ମ କରିଅଛ; ଏହିକ୍ଷଣେ ମୋହର ପାଖକୁ ଗୋଟିଏ ବଡ଼ ପଥର ଗଡ଼ାଇ ଆଣ।”


ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ତହିଁରେ ତୁମ୍ଭେମାନେ ଆପଣାମାନଙ୍କ ଶତ୍ରୁଗଣଠାରୁ ପରାସ୍ତ ହେବ; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନେ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବେ ଓ କେହି ତୁମ୍ଭମାନଙ୍କ ପଛେ ନ ଗୋଡ଼ାଇଲେ ହେଁ ତୁମ୍ଭେମାନେ ପଳାଇଯିବ।


ମାତ୍ର ତୁମ୍ଭେମାନେ ସପ୍ରାଣ (ଅର୍ଥାତ୍‍) ସରକ୍ତ ମାଂସ ଖାଇବ ନାହିଁ।


କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।


ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିବା, ସେମାନେ ଅଗ୍ନିରୁ ବାହାରି ଯିବେ, ମାତ୍ର ଅଗ୍ନି ସେମାନଙ୍କୁ ଗ୍ରାସ କରିବ; ପୁଣି, ଆମ୍ଭେ ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖିଲେ, ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ପୁଣି, ଆମ୍ଭେ ସେ ଲୋକର ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାକୁ ଚିହ୍ନ ଓ ଦୃଷ୍ଟାନ୍ତର ନିମନ୍ତେ ବିସ୍ମୟାସ୍ପଦ କରିବା, ଆଉ ଆମ୍ଭେ ଆମ୍ଭ ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ପୃଥିବୀରୁ କୁକର୍ମକାରୀମାନଙ୍କ ସ୍ମରଣ ଉଚ୍ଛିନ୍ନ କରିବା ପାଇଁ ସେମାନଙ୍କ ପ୍ରତିକୂଳରେ ସଦାପ୍ରଭୁଙ୍କ ମୁଖ ଥାଏ।


କେବଳ ତୁମ୍ଭେ ତାହାର ରକ୍ତ ଭୋଜନ କରିବ ନାହିଁ, ତୁମ୍ଭେ ଜଳ ପରି ତାହା ଭୂମିରେ ଢାଳି ଦେବ।


ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।


ଏଥିପାଇଁ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ରକ୍ତ ସହିତ ମାଂସ ଖାଉଅଛ ଓ ଆପଣା ଆପଣା ପ୍ରତିମାଗଣ ପ୍ରତି ଦୃଷ୍ଟି ଟେକୁଅଛ ଓ ରକ୍ତପାତ କରୁଅଛ; ଆଉ, ତୁମ୍ଭେମାନେ କି ଦେଶ ଅଧିକାର କରିବ?


କାରଣ ସଦାପ୍ରଭୁ କହନ୍ତି, ମଙ୍ଗଳର ନିମନ୍ତେ ନୁହେଁ, ପୁଣି ଅମଙ୍ଗଳର ନିମନ୍ତେ ଏହି ନଗର ପ୍ରତି ଆମ୍ଭେ ଆପଣା ମୁଖ ରଖିଅଛୁ; ତାହା ବାବିଲ ରାଜାର ହସ୍ତଗତ କରାଯିବ ଓ ସେ ଅଗ୍ନିରେ ତାହା ଦଗ୍ଧ କରିବ।


କିନ୍ତୁ ପ୍ରତିମା ସମ୍ବନ୍ଧୀୟ ଅଶୁଚିତା, ଯୌନକ୍ରିୟା, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀ ଓ ରକ୍ତରୁ ପୃଥକ୍ ରହିବା ନିମନ୍ତେ ଆମ୍ଭେମାନେ ସେମାନଙ୍କୁ ଲେଖୁ।


ତେବେ ଭାବି ଦେଖ, ଯେ ଈଶ୍ବରଙ୍କ ପୁତ୍ରଙ୍କୁ ପଦଦଳିତ କରିଅଛି, ନିୟମର ଯେଉଁ ରକ୍ତ ଦ୍ୱାରା ସେ ପବିତ୍ରୀକୃତ ହୋଇଥିଲା, ତାହାକୁ ଅପବିତ୍ର ବୋଲି ମନେ କରିଅଛି ଓ ଅନୁଗ୍ରହଦାତା ଆତ୍ମାଙ୍କୁ ଅବମାନନା କରିଅଛି, ସେ କେଡ଼େ ଅଧିକ ଗୁରୁତର ଦଣ୍ଡର ଯୋଗ୍ୟ ନ ହେବ!


ଏହିସବୁରୁ ଆପଣା ଆପଣାକୁ ଯତ୍ନ ସହ ରକ୍ଷା କଲେ ଆପଣମାନଙ୍କର ଭଲ ହେବ। ଆପଣମାନଙ୍କର ମଙ୍ଗଳ ହେଉ।


ଏହେତୁ ଲୋକମାନେ ଲୁଟଦ୍ରବ୍ୟ ଉପରେ ଉଡ଼ି ପଡ଼ିଲେ, ପୁଣି, ମେଣ୍ଢା, ଗୋରୁ ଓ ବାଛୁରି ନେଇ ଭୂମିରେ ବଧ କଲେ; ତହୁଁ ସେମାନେ ରକ୍ତ ସମେତ ତାହା ଭୋଜନ କଲେ।


ପୁଣି ସେ କହିଲେ, “ହେ ସଦାପ୍ରଭୋ, ମୁଁ ଯେ ଏ କର୍ମ କରିବି, ଏହା ମୋʼ ଠାରୁ ଦୂର ହେଉ; ପ୍ରାଣପଣରେ ଗମନକାରୀ ମନୁଷ୍ୟମାନଙ୍କ ରକ୍ତ କି ମୁଁ ପାନ କରିବି? ଏଣୁ ସେ ତାହା ପାନ କରିବାକୁ ସମ୍ମତ ନୋହିଲେ।” ଏହି ସକଳ କର୍ମ ସେହି ତିନି ବୀର କରିଥିଲେ।


ପୁଣି, ସେମାନେ ଆପଣା ଶତ୍ରୁଗଣ ସମ୍ମୁଖରେ ବନ୍ଦୀତ୍ୱ ସ୍ଥାନକୁ ଗଲେ ହେଁ ଆମ୍ଭେ ସେସ୍ଥାନରେ ଖଡ୍ଗକୁ ଆଜ୍ଞା କରିବା, ଆଉ ତାହା ସେମାନଙ୍କୁ ବଧ କରିବ ଓ ଆମ୍ଭେ ମଙ୍ଗଳ ନିମନ୍ତେ ନୁହେଁ, ମାତ୍ର ଅମଙ୍ଗଳ ନିମନ୍ତେ ସେମାନଙ୍କ ଉପରେ ଆପଣା ଦୃଷ୍ଟି ରଖିବା।”


ଯେକେହି ତହିଁ ତୁଲ୍ୟ କିଛି ପ୍ରସ୍ତୁତ କରିବ, ଅବା ଯେକେହି ଅପରିଚିତ ଲୋକର ଶରୀରରେ ତହିଁରୁ କିଛି ଲଗାଇବ, ସେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।’”


Swiv nou:

Piblisite


Piblisite