Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 18:30 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହି ସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ଵାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ରକ୍ଷଣୀୟ ରକ୍ଷା କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

30 ଏଣୁକରି ତୁମ୍ଭମାନଙ୍କ ପୂର୍ବରେ ଯେଉଁ ସବୁ ଘୃଣାଯୋଗ୍ୟ କର୍ମ କରାଯାଇଅଛି, ସେହିସବୁ ମଧ୍ୟରୁ କୌଣସି କର୍ମ କରି ତଦ୍ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ ଓ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi

ପବିତ୍ର ବାଇବଲ

30 ଏଣୁ ତୁମ୍ଭେମାନେ ପୂର୍ବପରି ଘୃଣ୍ୟକର୍ମ କରି ନିଜକୁ ଅଶୁଚି କରିବ ନାହିଁ। ତୁମ୍ଭେମାନେ ଆମ୍ଭର ବ୍ୟବସ୍ଥା ପାଳନ କରିବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।”

Gade chapit la Kopi




ଲେବୀୟ ପୁସ୍ତକ 18:30
14 Referans Kwoze  

ପୁଣି, ଆମ୍ଭେ ତୁମ୍ଭମାନଙ୍କ ସମ୍ମୁଖରୁ ଯେଉଁ ଦେଶୀୟ ଲୋକମାନଙ୍କୁ ଦୂର କରୁଅଛୁ, ସେମାନଙ୍କ ଆଚରଣ ଅନୁସାରେ ତୁମ୍ଭେମାନେ ଚ଼ାଲିବ ନାହିଁ; କାରଣ ସେମାନେ ସେହି ସବୁ ଦୁଷ୍କର୍ମ କଲେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଘୃଣା କଲୁ।


ଏହେତୁ ସେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବେ; ନୋହିଲେ, ଯେବେ ସେମାନେ ତାହା ଅପବିତ୍ର କରନ୍ତି, ତେବେ ତହିଁ ସକାଶୁ ଆପଣା ଆପଣା ଅପରାଧ ବୋହିବ ଓ ତହିଁରେ ମରିବେ; ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ।


ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।


ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ସେତେବେଳେ ସେମାନେ ତୁମ୍ଭ ସମ୍ମୁଖରେ ବିନଷ୍ଟ ହେଲା ଉତ୍ତାରେ ତୁମ୍ଭେ ଯେପରି ସେମାନଙ୍କ ପଶ୍ଚାଦ୍‍ଗାମୀ ହେବା ପାଇଁ ଫାନ୍ଦରେ ନ ପଡ଼; ପୁଣି “ଏହି ଗୋଷ୍ଠୀୟ ଲୋକମାନେ କିପରି ଆପଣା ଆପଣା ଦେବତାଗଣର ସେବା କରନ୍ତି? ଆମ୍ଭେ ମଧ୍ୟ ସେହିପରି କରିବା,” ଏହା କହି ଯେପରି ସେମାନଙ୍କ ଦେବତାଗଣର ଅନ୍ୱେଷଣ ନ କର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।


ତହୁଁ ମୁଁ ନିଜ ଉପପତ୍ନୀକୁ ନେଇ ଖଣ୍ଡ ଖଣ୍ଡ କରି ଇସ୍ରାଏଲର ଅଧିକାରସ୍ଥ ପ୍ରଦେଶର ସର୍ବତ୍ର ପଠାଇଲି; କାରଣ ସେମାନେ ଇସ୍ରାଏଲ ମଧ୍ୟରେ ଦୁଷ୍ଟତା ଓ ମୂଢ଼ତାର କର୍ମ କରିଅଛନ୍ତି।


ପୁଣି, ଦେଶରେ ମଧ୍ୟ ସଦୋମୀ ଲୋକେ ଥିଲେ; ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଯେଉଁ ଗୋଷ୍ଠୀୟମାନଙ୍କୁ ତଡ଼ି ଦେଇଥିଲେ, ସେମାନଙ୍କର ସମସ୍ତ ଘୃଣାଯୋଗ୍ୟ କର୍ମାନୁସାରେ ସେମାନେ କର୍ମ କଲେ।


ସଦାପ୍ରଭୁ ଯେଉଁ ଇମୋରୀୟମାନଙ୍କୁ ଇସ୍ରାଏଲ-ସନ୍ତାନଗଣ ସମ୍ମୁଖରୁ ଦୂର କରିଦେଲେ, ସେମାନଙ୍କ ସମସ୍ତ କ୍ରିୟାନୁସାରେ ସେ ପ୍ରତିମାଗଣର ଅନୁଗାମୀ ହୋଇ ଅତିଶୟ ଘୃଣାଯୋଗ୍ୟ କର୍ମ କଲେ।


ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍‍, କିଣାନୀୟ, ହିତ୍ତୀୟ, ପରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।


Swiv nou:

Piblisite


Piblisite