Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:16 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ପ୍ରତିକୂଳରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।

Gade chapit la Kopi

ଓଡିଆ ବାଇବେଲ

16 ତୁମ୍ଭେ ଖଚୁଆ ହୋଇ ଆପଣା ଲୋକମାନଙ୍କ ମଧ୍ୟରେ ଏଣେତେଣେ ବୁଲିବ ନାହିଁ; କିଅବା ତୁମ୍ଭ ପ୍ରତିବାସୀର ରକ୍ତ ବିରୁଦ୍ଧରେ ଠିଆ ହେବ ନାହିଁ; ଆମ୍ଭେ ସଦାପ୍ରଭୁ।

Gade chapit la Kopi

ପବିତ୍ର ବାଇବଲ

16 ତୁମ୍ଭେ ଖଳ କହି ଆପଣା ଲୋକମାନଙ୍କ ମଧ୍ୟରେ ଏଣେ ତେଣେ ବୁଲିବ ନାହିଁ କିମ୍ବା ପ୍ରତିବାସୀର ଜୀବନ ପ୍ରତି ବିପଦ ଆସିଲା ଭଳି କୌଣସି କାର୍ଯ୍ୟ କରିବ ନାହିଁ। ଆମ୍ଭେ ସଦାପ୍ରଭୁ।

Gade chapit la Kopi




ଲେବୀୟ ପୁସ୍ତକ 19:16
24 Referans Kwoze  

ତୁମ୍ଭେ ମିଥ୍ୟାପବାଦ ଉତ୍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।


ମିଥ୍ୟା ବିଷୟରୁ ଆପଣାକୁ ଦୂରରେ ରଖ; ପୁଣି, ନିର୍ଦ୍ଦୋଷକୁ ଓ ଧାର୍ମିକକୁ ନଷ୍ଟ କର ନାହିଁ; ଯେହେତୁ ଆମ୍ଭେ ଦୁଷ୍ଟକୁ ନିର୍ଦ୍ଦୋଷ କରିବା ନାହିଁ।


ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ; ଏନିମନ୍ତେ ଯେ ଆପଣା ଓଷ୍ଠ ଖୋଲା ରଖେ, ତାହା ସଙ୍ଗରେ ବ୍ୟବହାର କର ନାହିଁ।


ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ମିତ୍ରଗଣ ବିଷୟରେ ସାବଧାନ ହୁଅ ଓ କୌଣସି ଭ୍ରାତାଠାରେ ବିଶ୍ୱାସ କର ନାହିଁ; କାରଣ ପ୍ରତ୍ୟେକ ଭ୍ରାତା ନିତାନ୍ତ ଅପହରଣ କରିବ ଓ ପ୍ରତ୍ୟେକ ମିତ୍ର ନିନ୍ଦା ଘେନି ବୁଲିବ।


ସେସମସ୍ତେ ଦାରୁଣ ଅବାଧ୍ୟ, ଚାରିଆଡ଼େ ନିନ୍ଦା ଘେନି ବୁଲନ୍ତି; ସେମାନେ ପିତ୍ତଳ ଓ ଲୁହା ପରି; ସେସମସ୍ତେ ଭ୍ରଷ୍ଟାଚାରୀ।


ଯେ ଖଚୁଆ ହୋଇ ବୁଲେ, ସେ ଗୁପ୍ତ କଥା ପ୍ରକାଶ କରେ, ମାତ୍ର ଯାହାର ବିଶ୍ୱସ୍ତ ମନ, ସେ କଥା ଗୁପ୍ତରେ ରଖେ।


ଅତଏବ ପ୍ରଭୁ ଯେ ମଙ୍ଗଳମୟ, ଏହା ଯଦି ଆସ୍ୱାଦନ କରିଅଛ,


ଯେ ଆପଣା ଜିହ୍ୱାରେ ଗ୍ଳାନି କରେ ନାହିଁ, ଅବା ଆପଣା ମିତ୍ରର ଅନିଷ୍ଟ କରେ ନାହିଁ, କିଅବା ଆପଣା ପ୍ରତିବାସୀ ବିରୁଦ୍ଧରେ ନିନ୍ଦା ପ୍ରକଟ କରେ ନାହିଁ।


ତୁମ୍ଭେ ଆପଣା ପ୍ରତିବାସୀ ବିରୁଦ୍ଧରେ ମିଥ୍ୟା ସାକ୍ଷ୍ୟ ଦେବ ନାହିଁ।


ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର;


ଅକୃତଜ୍ଞ, ଅପବିତ୍ର, ସ୍ନେହଶୂନ୍ୟ, ଅମିଳନପ୍ରିୟ, ଅପବାଦକ, ଅଜିତେନ୍ଦ୍ରିୟ, ପ୍ରଚଣ୍ଡ, ଉତ୍ତମ ବିଷୟର ଘୃଣାକାରୀ,


ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।


ମୁଁ ନିର୍ଦ୍ଦୋଷକୁ ମୃତ୍ୟୁ ହସ୍ତରେ ସମର୍ପଣ କରି ପାପ କରିଅଛି। କିନ୍ତୁ ସେମାନେ କହିଲେ, ସେଥିରେ ଆମ୍ଭମାନଙ୍କର କଅଣ ଅଛି?


“ଯେକେହି ନିର୍ଦ୍ଦୋଷ ପ୍ରାଣୀକୁ ବଧ କରିବାକୁ ଲାଞ୍ଚ ନିଏ, ସେ ଶାପଗ୍ରସ୍ତ ହେଉ।” ତହିଁରେ ସମସ୍ତ ଲୋକ କହିବେ, ଆମେନ୍‍।


ଯେ ଆପଣା ମିତ୍ରଗଣକୁ ଲୁଟ ରୂପେ ସମର୍ପଣ କରେ, ତାହାର ସନ୍ତାନଗଣର ଚକ୍ଷୁ ନିସ୍ତେଜ ହେବ।


ଦେଖନ୍ତୁ, ଆଜି ସଦାପ୍ରଭୁ ଗୁମ୍ଫା ମଧ୍ୟରେ କିପରି ଆପଣଙ୍କୁ ମୋହର ହସ୍ତରେ ଦେଇଥିଲେ, ଏହା ଆଜି ଆପଣଙ୍କ ଚକ୍ଷୁ ଦେଖିଅଛି; ଆପଣଙ୍କୁ ବଧ କରିବା ପାଇଁ କେହି କେହି ମୋତେ କହିଥିଲେ; ମାତ୍ର ମୋର ଚକ୍ଷୁ ଆପଣଙ୍କୁ ଦୟା କଲା ଓ ମୁଁ କହିଲି, ମୁଁ ଆପଣା ପ୍ରଭୁଙ୍କ ବିରୁଦ୍ଧରେ ହାତ ଉଠାଇବି ନାହିଁ, କାରଣ ସେ ସଦାପ୍ରଭୁଙ୍କ ଅଭିଷିକ୍ତ।


ତୁମ୍ଭେ ଆପଣା ଭାଇ ବିରୁଦ୍ଧରେ ବସି କଥା କହୁଅଛ; ତୁମ୍ଭେ ଆପଣା ମାତୃପୁତ୍ରର ନିନ୍ଦା କରୁଅଛ।


ଯେଉଁ ଜନ ଗୋପନରେ ଆପଣା ପ୍ରତିବାସୀର ଅପବାଦ କରେ, ମୁଁ ତାହାକୁ ବିନାଶ କରିବି; ଯାହାର ଅହଙ୍କାର-ଦୃଷ୍ଟି ଓ ଗର୍ବୀ ଅନ୍ତଃକରଣ, ମୁଁ ତାହାକୁ ସହିବି ନାହିଁ।


ଯେ ହିଂସା ଆଚ୍ଛାଦନ କରେ, ତାହାର ଓଷ୍ଠାଧର ମିଥ୍ୟାବାଦୀ; ପୁଣି, ଯେ ଅପବାଦ ରଚନା କରେ, ସେ ଅଜ୍ଞାନ।


Swiv nou:

Piblisite


Piblisite