Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:17 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ତୁମ୍ଭେ ମନେ ମନେ ଆପଣା ଭାଇକି ଘୃଣା କରିବ ନାହିଁ; ତୁମ୍ଭେ ନିତା; ଆପଣା ପ୍ରତିବାସୀକି ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ପାପ ଭୋଗିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

17 ତୁମ୍ଭେ ମନେ ମନେ ଆପଣା ଭାଇକୁ ଘୃଣା କରିବ ନାହିଁ; ତୁମ୍ଭେ ନିତାନ୍ତ ଆପଣା ପ୍ରତିବାସୀକୁ ଅନୁଯୋଗ କରିବ, ତହିଁରେ ତୁମ୍ଭେ ତାହାର ଅପରାଧ ବୋହିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

17 “ତୁମ୍ଭେ ହୃଦୟରେ ଆପଣା ଭାଇ ପ୍ରତି ଘୃଣାଭାବ ରଖିବ ନାହିଁ। ଯଦି ତୁମ୍ଭର ପଡ଼ୋଶୀ ତୁମ୍ଭ ପ୍ରତି କିଛି ଅନ୍ୟାୟ କରେ ତେବେ ତାକୁ ଅନୁଯୋଗ କରିବ, ମାତ୍ର ତାକୁ କ୍ଷମା ଦେବ। ତା'ହେଲେ ତୁମ୍ଭେ ପାପର ଭାଗି ହେବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 19:17
23 Referans Kwoze  

ଯେ ଆପଣା ଭାଇକୁ ଘୃଣା କରି କହେ ଯେ, ସେ ଜ୍ୟୋତିଃରେ ଅଛି, ସେ ଏପର୍ଯ୍ୟନ୍ତ ସୁଦ୍ଧା ଅନ୍ଧକାରରେ ଅଛି।


ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ-ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।


କିନ୍ତୁ ଯେ ଆପଣା ଭାଇକୁ ଘୃଣା କରେ, ସେ ଅନ୍ଧକାରରେ ଅଛି, ପୁଣି, ଅନ୍ଧକାରରେ ଭ୍ରମଣ କରି କେଉଁଆଡ଼େ ଯାଉଅଛି, ତାହା ଜାଣେ ନାହିଁ, କାରଣ ଅନ୍ଧକାର ତାହାର ଚକ୍ଷୁକୁ ଅନ୍ଧ କରିଅଛି।


ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ।


ଅନ୍ଧକାରର ନିଷ୍ଫଳ କର୍ମସବୁର ସହଭାଗୀ ହୁଅ ନାହିଁ, ବରଂ ସେସବୁର ଦୋଷ ହିଁ ଦେଖାଇଦିଅ;


ଯେଉଁମାନେ ଏହିପରି ଆଚରଣ କରନ୍ତି, ସେମାନେ ଯେ ମୃତ୍ୟୁର ଯୋଗ୍ୟ, ଈଶ୍ବରଙ୍କର ଏହି ବିଧିବିଧାନ ସେମାନେ ଜାଣିଲେ ସୁଦ୍ଧା କେବଳ ଯେ ଏହି ପ୍ରକାର ଆଚରଣ କରନ୍ତି ତାହା ନୁହେଁ, କିନ୍ତୁ ଏହିପରି ଆଚରଣ କରୁଥିବା ଲୋକମାନଙ୍କ ପକ୍ଷ ଆନନ୍ଦରେ ସମର୍ଥନ କରନ୍ତି।


ନିନ୍ଦକକୁ ଅନୁଯୋଗ କର ନାହିଁ, କଲେ, ସେ ତୁମ୍ଭକୁ ଘୃଣା କରିବ, ଜ୍ଞାନୀକୁ ଅନୁଯୋଗ କର, ତହିଁରେ ସେ ତୁମ୍ଭକୁ ପ୍ରେମ କରିବ।


ଏହି ସମସ୍ତ କଥା କହି ପୂର୍ଣ୍ଣ କ୍ଷମତା ସହ ଉତ୍ସାହ ଦିଅ ଓ ଅନୁଯୋଗ କର। କେହି ତୁମ୍ଭକୁ ତୁଚ୍ଛ ନ କରୁ।


ଏହି ଉକ୍ତିଟି ସତ୍ୟ। ଏଣୁ ସେମାନେ ଯେପରି ଯିହୁଦୀମାନଙ୍କ କଳ୍ପିତ ଗଳ୍ପ ପୁଣି, ସତ୍ୟରୁ ବିମୁଖ ହୋଇଥିବା ଲୋକମାନଙ୍କ ବାକ୍ୟ ପ୍ରତି ମନୋଯୋଗୀ ନ ହୋଇ ବିଶ୍ୱାସରେ ସବଳ ହୁଅନ୍ତି,


ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍‌ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।


ହଠାତ୍‍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ।


ଯେଉଁମାନେ ନିରନ୍ତର ପାପ କରିଥାଆନ୍ତି, ସେମାନଙ୍କୁ ସମସ୍ତଙ୍କ ସାକ୍ଷାତରେ ଅନୁଯୋଗ କର, ଯେପରି ଅନ୍ୟମାନେ ମଧ୍ୟ ଭୟଭୀତ ହେବେ।


ପୁଣି, ଯେ ଏହି କର୍ମ କରିଅଛି, ସେ ଯେପରି ତୁମ୍ଭମାନଙ୍କ ମଧ୍ୟରୁ ଦୂର କରାଯାଏ, ଏଥିନିମନ୍ତେ ଶୋକାର୍ତ୍ତ ନ ହୋଇ ବରଂ କି ଗର୍ବ କରୁଅଛ?


ଧାର୍ମିକ ଲୋକ ମୋତେ ପ୍ରହାର କରୁ, ତାହା ମୋʼ ପ୍ରତି ଦୟା ହେବ ଓ ସେ ମୋତେ ଅନୁଯୋଗ କରୁ, ତାହା ମସ୍ତକରେ ତୈଳ ସ୍ୱରୂପ ହେବ; ମୋʼ ମସ୍ତକ ତାହା ଅଗ୍ରାହ୍ୟ ନ କରୁ; ସେମାନଙ୍କର ନାନା ଦୁଷ୍ଟତା ସମୟରେ ମୋହର ପ୍ରାର୍ଥନା ଚଳୁଥିବ।


ଏହି ପ୍ରକାରେ ଯାକୁବ ଆପଣା ପିତାଠାରୁ ଆଶୀର୍ବାଦ ପାଇବା ସକାଶୁ ଏଷୌ ତାହା ପ୍ରତି ଈର୍ଷାଭାବ ବହି ମନେ ମନେ ଭାଳିଲା, “ମୋହର ପିତାଙ୍କ ଶୋକକାଳ ପ୍ରାୟ ଉପସ୍ଥିତ, ତହିଁ ଉତ୍ତାରେ ମୁଁ ଆପଣା ଭ୍ରାତା ଯାକୁବକୁ ବଧ କରିବି।”


ପୁଣି ଅବଶାଲୋମ ଅମ୍ନୋନକୁ ଭଲ କି ମନ୍ଦ କିଛି କହିଲା ନାହିଁ; କାରଣ ତାହାର ଭଉଣୀ ତାମରକୁ ବଳାତ୍କାର କରିବାରୁ ଅବଶାଲୋମ ଅମ୍ନୋନକୁ ଘୃଣା କଲା।


ତହିଁରେ ମୁଁ ଯିହୁଦାର ନେତାମାନଙ୍କ ସଙ୍ଗେ ବାଦାନୁବାଦ କରି ସେମାନଙ୍କୁ କହିଲି, “ତୁମ୍ଭେମାନେ ବିଶ୍ରାମବାର ଅପବିତ୍ର କରି ଏ କି କୁକର୍ମ କରୁଅଛ?


Swiv nou:

Piblisite


Piblisite