Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:2 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ତଳୀକି କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ଵର ପବିତ୍ର ଅଟୁ।

Gade chapit la Kopi

ଓଡିଆ ବାଇବେଲ

2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।

Gade chapit la Kopi

ପବିତ୍ର ବାଇବଲ

2 “ଇସ୍ରାଏଲର ସମସ୍ତ ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ କୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 19:2
20 Referans Kwoze  

ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ଅତଏବ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ସିଦ୍ଧ, ତୁମ୍ଭେମାନେ ମଧ୍ୟ ସେହିପରି ସିଦ୍ଧ ହୁଅ।


ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।


ପୁଣି, ତୁମ୍ଭେମାନେ ଆମ୍ଭ ନିମନ୍ତେ ଯାଜକମାନଙ୍କର ଏକ ରାଜବଂଶ ଓ ଏକ ପବିତ୍ର ଗୋଷ୍ଠୀ ହେବ; ଏହିସବୁ କଥା ତୁମ୍ଭେ ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ।”


ଏହେତୁ ତୁମ୍ଭେ ତାହାକୁ ପବିତ୍ର କରିବ; କାରଣ ସେ ତୁମ୍ଭ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରେ; ସେ ତୁମ୍ଭ ନିକଟରେ ପବିତ୍ର ହେବ; କାରଣ ତୁମ୍ଭମାନଙ୍କୁ ପବିତ୍ର କରୁ ଯେ ସଦାପ୍ରଭୁ ଆମ୍ଭେ, ଆମ୍ଭେ ପବିତ୍ର ଅଟୁ।


ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ବରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।


ଏକ ପରାମର୍ଶ ନ ହେଲେ କି ଦୁଇ ଜଣ ଏକତ୍ର ଗମନ କରିବେ?


ଅର୍ଥାତ୍‍ ଆମ୍ଭେମାନେ ଯେପରି ତାହାଙ୍କ ସାକ୍ଷାତରେ ପବିତ୍ର ଓ ଅନିନ୍ଦନୀୟ ହେଉ, ଏଥିପାଇଁ ସେ ଜଗତର ପତ୍ତନ ପୂର୍ବେ ତାହାଙ୍କଠାରେ ଆମ୍ଭମାନଙ୍କୁ ମନୋନୀତ କଲେ;


ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ; ଏନିମନ୍ତେ ପଶୁ ଦ୍ୱାରା କ୍ଷେତ୍ରରେ ବିଦୀର୍ଣ୍ଣ ମାଂସ ଖାଇବ ନାହିଁ; ତୁମ୍ଭେମାନେ ତାହା କୁକ୍କୁରମାନଙ୍କ ଆଗରେ ପକାଇ ଦେବ।


ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,


ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।


ସଦାପ୍ରଭୁଙ୍କ ତୁଲ୍ୟ ପବିତ୍ର ଆଉ କେହି ନାହିଁ; ଯେହେତୁ ତୁମ୍ଭ ଭିନ୍ନ ଆଉ କେହି ନାହିଁ; କିଅବା ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କୌଣସି ଶୈଳ ନାହିଁ।


ସେମାନେ ତୁମ୍ଭ ମହତ ଓ ଭୟଙ୍କର ନାମର ପ୍ରଶଂସା କରନ୍ତୁ; ସେ ପବିତ୍ର ଅଟନ୍ତି।


ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”


ମାତ୍ର ବିଚ୍ଛେଦ ବସ୍ତ୍ରର ଭିତରକୁ ଯିବ ନାହିଁ, କିଅବା ବେଦି ନିକଟକୁ ଆସିବ ନାହିଁ, କାରଣ ତାହାର ଖୁଣ ଅଛି; ସେ ଆମ୍ଭର ପବିତ୍ର ସ୍ଥାନସକଳ ଅପବିତ୍ର କରିବ ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ସେହି ସମସ୍ତ ପବିତ୍ର କରୁ।”


ଏହେତୁ ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ରବରେ କର୍ଣ୍ଣପାତ କରିବ ଓ ଆଜି ମୁଁ ତାହାଙ୍କର ଯେଉଁ ସମସ୍ତ ଆଜ୍ଞା ଓ ବିଧି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ପାଳନ କରିବ।”


Swiv nou:

Piblisite


Piblisite