Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 19:31 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ଵାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ଵେଷଣ କର ନାହିଁ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ଵର ଅଟୁ।

Gade chapit la Kopi

ଓଡିଆ ବାଇବେଲ

31 ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।

Gade chapit la Kopi

ପବିତ୍ର ବାଇବଲ

31 “ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ। ସେମାନଙ୍କ ନିକଟକୁ ଗଲେ, ସେମାନଙ୍କର ଦ୍ୱାରା ଅପବିତ୍ର ହେବ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।

Gade chapit la Kopi




ଲେବୀୟ ପୁସ୍ତକ 19:31
22 Referans Kwoze  

ପୁଣି, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ କହିବେ, “ଯେଉଁ ଭୂତୁଡ଼ିଆ ଓ ଗୁଣିଆମାନେ ଗଣ ଗଣ ଓ ଫୁସ୍‍ ଫୁସ୍‍ କରି କହନ୍ତି,” ସେମାନଙ୍କର ଅନ୍ଵେଷଣ କର; (ତୁମ୍ଭେମାନେ କୁହ) “ଲୋକମାନେ କʼଣ ଆପଣାମାନଙ୍କ ପରମେଶ୍ୱରଙ୍କ ଅନ୍ଵେଷଣ କରିବେ ନାହିଁ? ସେମାନେ କʼଣ ଜୀବିତମାନଙ୍କ ସପକ୍ଷରେ ମୃତମାନଙ୍କର ଅନ୍ଵେଷଣ କରିବେ?”


ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”


ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


ଏହିରୂପେ ଶାଉଲ ସଦାପ୍ରଭୁଙ୍କ ବିରୁଦ୍ଧରେ କୃତ ଆପଣା ଅବିଶ୍ଵସ୍ତତା ସକାଶୁ ମଲେ, କାରଣ ସେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କଲେ ନାହିଁ; ମଧ୍ୟ ସେ ଭୂତୁଡ଼ିଆଠାରୁ ମନ୍ତ୍ରଣା ମାଗି ସଦାପ୍ରଭୁଙ୍କୁ ପଚାରିଲେ ନାହିଁ।


ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟ-କଳଙ୍କିତ, ନରଘାତକ, ବ୍ୟଭିଚାରୀ, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।


ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।


ତୁମ୍ଭେ ଆପଣାର ଅପାର ମନ୍ତ୍ରଣାରେ କ୍ଳାନ୍ତ ହୋଇଅଛ; ଏବେ ଜ୍ୟୋତିଷମାନେ, ନକ୍ଷତ୍ରଦର୍ଶୀମାନେ, ମାସିକ ଶୁଭାଶୁଭବାଦୀମାନେ ଠିଆ ହେଉନ୍ତୁ ଓ ତୁମ୍ଭ ପ୍ରତି ଯାହା ଯାହା ଘଟିବ, ତହିଁରୁ ତୁମ୍ଭକୁ ରକ୍ଷା କରନ୍ତୁ।


ତହିଁରେ ତୁମ୍ଭେ ଅବନତ ହେବ ଓ ଭୂମିରୁ କଥା କହିବ ଓ ଧୂଳିରୁ ତୁମ୍ଭର କଥା କ୍ଷୀଣ ସ୍ୱରଯୁକ୍ତ ହେବ; ଆଉ, ଭୂତୁଡ଼ିଆର ନ୍ୟାୟ ତୁମ୍ଭର ରବ ଭୂମିରୁ ବାହାରିବ ଓ ଧୂଳିରୁ ତୁମ୍ଭ କଥାର ଫୁସ୍‍ ଫୁସ୍‍ ଶବ୍ଦ ଉଠିବ।


ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।


କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,


ପୁଣି ସେମାନେ ଆପଣାମାନଙ୍କ ପୁତ୍ରକନ୍ୟାଗଣକୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ, ପୁଣି ମନ୍ତ୍ର ଓ ଗଣକତା ବ୍ୟବହାର କଲେ, ଆଉ ସଦାପ୍ରଭୁଙ୍କୁ ବିରକ୍ତ କରିବା ପାଇଁ ତାହାଙ୍କ ଦୃଷ୍ଟିରେ କୁକର୍ମ କରିବାକୁ ଆପଣାମାନଙ୍କୁ ବିକ୍ରୟ କଲେ।


ସେମାନେ ତାହାକୁ ମାନ୍ୟ କରୁଥିବାର କାରଣ ଏହି ଯେ, ସେ ବହୁକାଳ ହେଲା ନିଜ କୁହୁକକର୍ମ ଦ୍ୱାରା ସେମାନଙ୍କୁ ଆଚମ୍ଭିତ କରିଥିଲା।


ତୁମ୍ଭେମାନେ ରକ୍ତ ସହିତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ; ତୁମ୍ଭେମାନେ ଗଣକତା ବା ଶୁଭାଶୁଭ କହିବାର ବିଦ୍ୟା ବ୍ୟବହାର କରିବ ନାହିଁ।


ଆହୁରି ଯୋଶୀୟ ଯେପରି ସଦାପ୍ରଭୁଙ୍କ ଗୃହରେ ହିଲ୍‍କୀୟ ଯାଜକର ପ୍ରାପ୍ତ ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ ବାକ୍ୟ ସଫଳ କରି ପାରିବେ, ଏଥିପାଇଁ ଯିହୁଦା ଦେଶରେ ଓ ଯିରୂଶାଲମରେ ଯେସବୁ ଭୂତୁଡ଼ିଆ, ଗୁଣିଆ, ଠାକୁର, ପୁତ୍ତଳି ଓ ଘୃଣାଯୋଗ୍ୟ ବସ୍ତୁ ଦେଖାଗଲା, ସେ ତାହାସବୁ ଦୂର କଲେ।


ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


Swiv nou:

Piblisite


Piblisite