Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:26 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ; ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କ-ଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛୁ।

Gade chapit la Kopi

ଓଡିଆ ବାଇବେଲ

26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।

Gade chapit la Kopi

ପବିତ୍ର ବାଇବଲ

26 ପୁଣି ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ। କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ତେଣୁ ତୁମ୍ଭେମାନେ ଯେପରି ଆମ୍ଭର ହେବ ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭଙ୍କୁ ପୃଥକ କରିଅଛୁ।

Gade chapit la Kopi




ଲେବୀୟ ପୁସ୍ତକ 20:26
19 Referans Kwoze  

ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ପବିତ୍ର ହୁଅ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ମାତ୍ର ଆମ୍ଭେ ତୁମ୍ଭମାନଙ୍କୁ କହିଅଛୁ, ତୁମ୍ଭେମାନେ ସେମାନଙ୍କ ଦେଶ ଅଧିକାର କରିବ; ଆଉ, ଆମ୍ଭେ ଅଧିକାର ନିମନ୍ତେ ତୁମ୍ଭମାନଙ୍କୁ ସେହି ଦୁଗ୍ଧ ଓ ମଧୁ ପ୍ରବାହୀ ଦେଶ ଦେବା; ଯେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ କରିଅଛନ୍ତି, ଆମ୍ଭେ ସେହି ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।


ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ପବିତ୍ର ହେବ, କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ପବିତ୍ର ଅଟୁ।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।


ଆଉ, ସେମାନେ ପରସ୍ପର ଡାକି କହିଲେ, “ସୈନ୍ୟାଧିପତି ସଦାପ୍ରଭୁ ପବିତ୍ର, ପବିତ୍ର, ପବିତ୍ର; ସମୁଦାୟ ପୃଥିବୀ ତାହାଙ୍କ ମହିମାରେ ପରିପୂର୍ଣ୍ଣ।”


ପ୍ରତ୍ୟେକ ପ୍ରାଣୀର ଛଅ ଛଅ ପକ୍ଷ, ସେହି ପକ୍ଷଗୁଡ଼ିକର ବାହାର ଓ ଭିତର ଚକ୍ଷୁରେ ପରିପୂର୍ଣ୍ଣ। ସେମାନେ ଦିବାରାତ୍ର ବିଶ୍ରାମ ନ କରି କହୁଅଛନ୍ତି, “‘ଯେ ସର୍ବଶକ୍ତିମାନ, ଯେ ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ,’ ସେହି ପ୍ରଭୁ ଈଶ୍ବର ପବିତ୍ର, ପବିତ୍ର, ପବିତ୍ର।”


“ଫିଲାଦେଲ୍‌ଫିଆ ମଣ୍ଡଳୀର ଦୂତ ନିକଟକୁ ଲେଖ: ଯେ ପବିତ୍ର ଓ ସତ୍ୟ, ଯାହାଙ୍କ ହସ୍ତରେ ଦାଉଦଙ୍କର ଚାବି ଅଛି, ଯେ ଫିଟାଇଲେ କେହି ବନ୍ଦ କରି ନ ପାରେ, ଆଉ ବନ୍ଦ କଲେ କେହି ଫିଟାଇ ନ ପାରେ,


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପବିତ୍ର ପର୍ବତରେ ପ୍ରଣାମ କର; କାରଣ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର ପବିତ୍ର ଅଟନ୍ତି।


ତୁମ୍ଭେମାନେ ଆମ୍ଭମାନଙ୍କ ପରମେଶ୍ୱର ସଦାପ୍ରଭୁଙ୍କର ପ୍ରଶଂସା କର ଓ ତାହାଙ୍କ ପାଦପୀଠରେ ପ୍ରଣାମ କର; ସେ ପବିତ୍ର ଅଟନ୍ତି।


ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ିଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”


କାରଣ ମୁଁ ଓ ତୁମ୍ଭର ଏହି ଲୋକମାନେ ଯେ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ଏହା ଏବେ କିପରି ଜଣାଯିବ? ଯେପରି ମୁଁ ଓ ତୁମ୍ଭର ଲୋକମାନେ ପୃଥିବୀସ୍ଥ ସମସ୍ତ ଲୋକଠାରୁ ବିଶେଷ ଲୋକ ହେବା, ଆମ୍ଭମାନଙ୍କ ସହିତ ତୁମ୍ଭର ଗମନ ଦ୍ୱାରା କି ଏହା ଜଣାଯାଏ ନାହିଁ?


ଏଥିରେ ଯିହୋଶୂୟ ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ସଦାପ୍ରଭୁଙ୍କ ସେବା କରି ପାରିବ ନାହିଁ, କାରଣ ସେ ପବିତ୍ର ପରମେଶ୍ୱର; ସେ (ସ୍ୱଗୌରବ ରକ୍ଷଣରେ) ଉଦ୍‍ଯୋଗୀ ପରମେଶ୍ୱର; ସେ ତୁମ୍ଭମାନଙ୍କର ଅଧର୍ମ କି ପାପ କ୍ଷମା କରିବେ ନାହିଁ।


କାରଣ ମୁଁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟେ; ଏହେତୁ ତୁମ୍ଭେମାନେ ଆପଣାମାନଙ୍କୁ ପବିତ୍ର କର ଓ ତୁମ୍ଭେମାନେ ପବିତ୍ର ହୁଅ; ଯେହେତୁ ମୁଁ ପବିତ୍ର; ତୁମ୍ଭେମାନେ ଭୂମିରେ ଗମନକାରୀ କୌଣସି ଉରୋଗାମୀ ଜୀବ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରିବ ନାହିଁ।


ଆହୁରି ତୁମ୍ଭେମାନେ ଆମ୍ଭର ବିଧି ମାନ୍ୟ କରି ପାଳନ କରିବ; ଆମ୍ଭେ ତୁମ୍ଭମାନଙ୍କର ପବିତ୍ରକାରୀ ସଦାପ୍ରଭୁ ଅଟୁ।


ସେମାନେ ଆପଣାମାନଙ୍କ ଭ୍ରାତୃଗଣ, ଆପଣାମାନଙ୍କ କୁଳୀନଗଣ ପ୍ରତି ଆସକ୍ତ ହୋଇ ପରମେଶ୍ୱରଙ୍କ ଦାସ ମୋଶାଙ୍କ ଦ୍ୱାରା ଦତ୍ତ ପରମେଶ୍ୱରଙ୍କ ବ୍ୟବସ୍ଥାନୁସାରେ ଚାଲିବା ପାଇଁ ଓ ଆମ୍ଭମାନଙ୍କ ପ୍ରଭୁ ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ଶାସନ ଓ ବିଧି ମନୋଯୋଗ-ପୂର୍ବକ ପାଳିବା ପାଇଁ ଶପଥ ଓ ପ୍ରତିଜ୍ଞା କଲେ;


Swiv nou:

Piblisite


Piblisite