Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 20:27 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତା; ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।

Gade chapit la Kopi

ଓଡିଆ ବାଇବେଲ

27 ଆଉ, ପୁରୁଷ ଅବା ସ୍ତ୍ରୀ ଯେକେହି ଭୂତୁଡ଼ିଆ ଅବା ଗୁଣିଆ ହୁଏ, ସେ ନିତାନ୍ତ ହତ ହେବ; ଲୋକମାନେ ସେମାନଙ୍କୁ ପଥର ମାରି ବଧ କରିବେ; ସେମାନଙ୍କ ରକ୍ତ ସେମାନଙ୍କ ଉପରେ ବର୍ତ୍ତିବ।”

Gade chapit la Kopi

ପବିତ୍ର ବାଇବଲ

27 “ଯେଉଁ ପୁରୁଷ ବା ସ୍ତ୍ରୀ ଭୂତୁଡ଼ିଆ ବା ଗୁଣିଆ ହେବ ସେମାନେ ନିଶ୍ଚୟ ହତ ହେବେ। ଲୋକମାନେ ସେମାନଙ୍କୁ ପଥର ଫିଙ୍ଗି ବଧ କରିବେ। ସେମାନେ ନିଶ୍ଚିତ ନିହତ ହେବେ।”

Gade chapit la Kopi




ଲେବୀୟ ପୁସ୍ତକ 20:27
12 Referans Kwoze  

ତୁମ୍ଭେମାନେ ଭୂତୁଡ଼ିଆ କି ଗୁଣିଆମାନଙ୍କର ଅନୁସରଣ କର ନାହିଁ; ସେମାନଙ୍କ ଦ୍ୱାରା ଅପବିତ୍ର ହେବା ନିମନ୍ତେ ସେମାନଙ୍କର ଅନ୍ୱେଷଣ କର ନାହିଁ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱର ଅଟୁ।


ଆଉ, ଯେଉଁ ପ୍ରାଣୀ ବ୍ୟଭିଚାର କରିବାକୁ ଭୂତୁଡ଼ିଆ ଓ ଗୁଣିଆ ଲୋକର ପଶ୍ଚାଦ୍‍ଗାମୀ ହୁଏ, ଆମ୍ଭେ ସେହି ପ୍ରାଣୀ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା।


ତୁମ୍ଭେ ମାୟାବିନୀକୁ ଜୀବିତା ରଖିବ ନାହିଁ।


ଦିନେ ଆମ୍ଭେମାନେ ପ୍ରାର୍ଥନା ସ୍ଥାନକୁ ଯାଉ ଯାଉ ଦୈବଜ୍ଞ ଆତ୍ମାବିଷ୍ଟ ଜଣେ ଦାସୀ ଆମ୍ଭମାନଙ୍କୁ ଭେଟିଲା, ତାହାର ଭାଗ୍ୟଗଣନା ଦ୍ୱାରା ତାହାର କର୍ତ୍ତାମାନଙ୍କର ବହୁତ ଲାଭ ହେଉଥିଲା।


“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ-ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍‍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।


“ଯେଉଁ ଲୋକ ଅଭିଶାପ ଦେଇଅଛି, ତାହାକୁ ଛାଉଣି ବାହାରକୁ ଆଣ; ପୁଣି ଯେଉଁମାନେ ତାହାର କଥା ଶୁଣିଅଛନ୍ତି, ସେମାନେ ସମସ୍ତେ ତାହାର ମସ୍ତକରେ ହସ୍ତ ଦିଅନ୍ତୁ, ପୁଣି ସମୁଦାୟ ମଣ୍ଡଳୀ ପଥର ମାରି ତାହାକୁ ବଧ କରନ୍ତୁ।


ଏଥିରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ସେ ମନୁଷ୍ୟ ଅବଶ୍ୟ ହତ ହେବ; ସମଗ୍ର ମଣ୍ଡଳୀ ତାହାକୁ ଛାଉଣିର ବାହାରେ ପଥର ପକାଇ ବଧ କରିବେ।”


ତହିଁରେ ତାହାର ନଗରସ୍ଥ ସମସ୍ତ ପୁରୁଷ ତାହାକୁ ପଥର ପକାଇ ବଧ କରିବେ; ଏହିରୂପେ ତୁମ୍ଭେ ଆପଣା ମଧ୍ୟରୁ ଦୁଷ୍ଟତା ଦୂର କରିବ, ତହିଁରେ ସମୁଦାୟ ଇସ୍ରାଏଲ ଶୁଣିବେ ଓ ଭୟ କରିବେ।


ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।


ମଧ୍ୟ ସେ ହିନ୍ନୋମ ପୁତ୍ରର ଉପତ୍ୟକାରେ ଆପଣା ସନ୍ତାନସନ୍ତତିମାନଙ୍କୁ ଅଗ୍ନି ମଧ୍ୟଦେଇ ଗମନ କରାଇଲେ; ଆଉ, ସେ ଶୁଭାଶୁଭ କହିବାର ବିଦ୍ୟା ଓ ଗଣକତା ବ୍ୟବହାର କଲେ ଓ ମାୟାକର୍ମ କଲେ, ପୁଣି ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ବ୍ୟବହାର କଲେ; ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।


Swiv nou:

Piblisite


Piblisite