Biblia Todo Logo
Bib sou entènèt

- Piblisite -




ଲେବୀୟ ପୁସ୍ତକ 21:1 - ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସଦାପ୍ରଭୁ ମୋଶାଙ୍କୁ କହିଲେ, ତୁମ୍ଭେ ହାରୋଣର ପୁତ୍ର ଯାଜକଗଣକୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।

Gade chapit la Kopi

ଓଡିଆ ବାଇବେଲ

1 ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣର ପୁତ୍ର ଯାଜକଗଣଙ୍କୁ କୁହ, ଆପଣା ଲୋକମାନଙ୍କ ମଧ୍ୟରୁ ମୃତ କୌଣସି ଲୋକ ସକାଶୁ ସେମାନଙ୍କର କେହି ଆପଣାକୁ ଅଶୁଚି କରିବ ନାହିଁ।

Gade chapit la Kopi

ପବିତ୍ର ବାଇବଲ

1 ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ହାରୋଣଙ୍କ ପୁତ୍ର ଯାଜକଗଣଙ୍କୁ କୁହ, ଜଣେ ଯାଜକ ଏକ ମୃତ୍ୟୁବ୍ୟକ୍ତିକୁ ଛୁଇଁ ନିଜକୁ ଅଶୁଚି କରିବ ନାହିଁ।

Gade chapit la Kopi




ଲେବୀୟ ପୁସ୍ତକ 21:1
12 Referans Kwoze  

ପୁଣି, ସେମାନେ ଆପଣାମାନଙ୍କୁ ଅଶୁଚି କରିବା ପାଇଁ କୌଣସି ମୃତ ଲୋକର ଶବ ନିକଟକୁ ଆସିବେ ନାହିଁ; ମାତ୍ର ପିତା ଅବା ମାତା ଅବା ପୁତ୍ର ଅବା କନ୍ୟା, ଭ୍ରାତା ଅବା ଅବିବାହିତା ଭଗିନୀ ନିମନ୍ତେ ସେମାନେ ଆପଣାମାନଙ୍କୁ ଅଶୁଚି କରି ପାରିବେ।


କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।


କିଅବା ସେ ଗୃହ ଭିତରେ ଶବ ନିକଟକୁ ଯିବ ନାହିଁ, ଅବା ଆପଣା ପିତା ବା ଆପଣା ମାତା ସକାଶୁ ଆପଣାକୁ ଅଶୁଚି କରିବ ନାହିଁ।


ପୁଣି, ତୁମ୍ଭେମାନେ ମୃତ ଲୋକ ନିମନ୍ତେ ଆପଣା ଆପଣା ଶରୀରରେ ଅସ୍ତ୍ରାଘାତ କରିବ ନାହିଁ, ଅବା ଦେହରେ ଚିତା କୁଟାଇବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।


ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


“ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା।


ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।


ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।


“ପ୍ରତ୍ୟେକ କୁଷ୍ଠୀକୁ ଓ ପ୍ରତ୍ୟେକ ପ୍ରମେହୀକୁ ଓ ଶବ ଛୁଇଁ ଅଶୁଚି ହେବା ପ୍ରତ୍ୟେକ ପ୍ରାଣୀକୁ ଛାଉଣିରୁ ବାହାର କରିବା ପାଇଁ ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଆଜ୍ଞା ଦିଅ।


ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପୃଥକ ଥିବା ସମସ୍ତ ଦିନ କୌଣସି ଶବ ନିକଟକୁ ଯିବ ନାହିଁ।


ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।


Swiv nou:

Piblisite


Piblisite